ପ୍ରମୁଖ ଖବର

ପ୍ରତିରକ୍ଷା କ୍ଷେତ୍ରରେ ୨.୧୨ ଲକ୍ଷ କୋଟିର କ୍ରୟ ପ୍ରସ୍ତାବକୁ ମଞ୍ଜୁରି
ଆର୍‌ଜି କର ମାମଲା: ସିବିଆଇ ବିରୋଧୀ ଅଭିଯାନରୁ ଦୂରେଇଲେ ପୀଡ଼ିତାଙ୍କ ମା’
ମୋଦୀଙ୍କ ପିତାଙ୍କୁ ନେଇ ଟିପ୍ପଣୀ ପ୍ରସଙ୍ଗ: କଂଗ୍ରେସକୁ ଟାର୍ଗେଟ୍‌ କଲେ ବିଜେପି ଅଧ୍ୟକ୍ଷ
ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ଚୂଡ଼ାନ୍ତ ପର୍ଯ୍ୟାୟରେ: ପୀୟୂଷ ଗୋୟଲ
ଏଣିକି E100 ଇନ୍ଧନରେ ଚାଲିବ ଗାଡ଼ି! ନିୟମରେ ସଂଶୋଧନ କଲେ କେନ୍ଦ୍ର ସରକାର
ନର୍ଥ ବ୍ଲକ୍‌ରେ ଅଗ୍ନିକାଣ୍ଡ, ନିଆଁ ଲିଭାଇଲେ ଅଗ୍ନିଶମ କର୍ମଚାରୀ
ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ ଅର୍ଣ୍ଣବ ‘

୩ ବିଭାଗର ସଚିବ ପଦରୁ ବିଦା ହେଲେ ବିଷ୍ଣୁପଦ

0

ଭୁବନେଶ୍ବର: ଟେଣ୍ଡର ଫିକ୍ସିଂ ମାମଲାରେ ବରିଷ୍ଠ ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ସରକାର । ଆଜି ତାଙ୍କୁ ୩ଟି ଯାକ ଗୁରୁତ୍ୱପୂର୍ଣ୍ଣ ବିଭାଗର ସଚିବ ପଦରୁ ହଟାଇ ଦେଇଛନ୍ତି। ଆଇଏଏସ୍‌ ବିଷ୍ଣୁପଦ ସେଠୀଙ୍କୁ ବଦଳି କରିଛନ୍ତି ରାଜ୍ୟ ସରକାର। ପ୍ରମୁଖ ସଚିବ ପଦବୀରେ ଥିବା ବିଷ୍ଣୁପଦ ସେଠୀଙ୍କୁ ସାଧାରଣ ପ୍ରଶାସନ ଓ ଅଭିଯୋଗ ଓଏଏସ୍‌ଡି ଭାବେ ନିଯୁକ୍ତି ମିଳିଛି। ୧୯୯୫ ବ୍ୟାଚ୍‌ର ଆଇଏଏସ୍‌ ଶ୍ରୀ ସେଠୀଙ୍କୁ ବଦଳି ହୋଇଥିଲେ ମଧ୍ୟ ପ୍ରମୁଖ ସଚିବ ପାହ୍ୟା ବଜାୟ ରହିବ। ଏନେଇ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ପ୍ରକାଶ ପାଇଛି ବିଜ୍ଞପ୍ତି।

ପ୍ରକାଶ ପାଇଥିବା ବିଜ୍ଞପ୍ତି ଅନୁସାରେ, ୧୯୯୫ ବ୍ୟାଚ୍ ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କୁ ରାଜ୍ୟ ଅନୁସୂଚିତ ଜାତି, ଜନଜାତି ବିଭାଗ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ, ଓଡ଼ିଆ ଭାଷାସାହିତ୍ୟ ଓ ସଂସ୍କୃତି ବିଭାଗର ପ୍ରମୁଖ ସଚିବ ପଦରୁ ହଟାଇ ଦିଆଯାଇଛି। ତାଙ୍କ ସ୍ଥାନରେ ୧୯୯୭ ବ୍ୟାଚ୍ ଆଇଏଏସ୍ ସଞ୍ଜିବ କୁମାର ମିଶ୍ରଙ୍କୁ ଦାୟିତ୍ୱ ଦିଆଯାଇଛି। ନିକଟରେ କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିବା ଶ୍ରୀ ମିଶ୍ରଙ୍କୁ ଅନୁସୂଚିତ ଜାତି ଓ ଜନଜାତି ବିଭାଗର ପ୍ରମୁଖ ସଚିବ ଭାବେ ଅବସ୍ଥାପିତ କରାଯାଇଥିବାବେଳେ ସେ ଅତିରିକ୍ତ ଭାବେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ସହ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗର ପ୍ରମୁଖ ସଚିବ ଭାବେ ଦାୟିତ୍ୱ ତୁଳାଇବେ ବୋଲି ଜାଣିବାକୁ ମିଳିଛି।

ଟେଣ୍ଡର ଫିକ୍ସିଂ ଓ ଲାଞ୍ଚ କାରବାର ମାମଲାରେ ସିବିଆଇ ତନାଘନା ଜାରି ରଖିଛି। ବ୍ରିଜ୍‌ ଆଣ୍ଡ ଆର କର୍ପୋରେସନର କର୍ମଚାରୀଙ୍କୁ ଡାକି ଜେରା ମଧ୍ୟ ଚାଲିଛି। ଏହି ଘଟଣାରେ ସମ୍ପୃକ୍ତ ଆଇଏଏସ ମାନଙ୍କର ତାଲିକା ମଧ୍ୟ ପ୍ରସ୍ତୁତ ହେଉଛି। ଅନ୍ୟପଟେ ବିଷ୍ଣୁପଦଙ୍କ ହାଜର ନହେଲେ ତାଙ୍କ ବିରୋଧରେ ସିବିଆଇ କଠୋର ହୋଇପାରେ ବୋଲି ବିଶ୍ୱସ୍ତ ସୂତ୍ରରୁ ସୂଚନା ମିଳିଛି।

ଉଲ୍ଲେଖଯୋଗ୍ୟ, ଲାଞ୍ଚ କାରବାର ମାମଲାରେ ବ୍ରିଜ୍ ଆଣ୍ଡ ରୁଫ୍ କର୍ପୋରେସନର ଜେନେରାଲ ମ୍ୟାନେଜର ବି. କେ ସିଂହ ସିବିଆଇ ସ୍କାନରକୁ ଆସିଛନ୍ତି। ପୂର୍ବରୁ ଜେରା ହୋଇଥିବା ତିନି ମୁଖ୍ୟ ଅଭିଯୁକ୍ତଙ୍କଠାରୁ ମିଳିଥିବା ତଥ୍ୟ ଓ ବିଷ୍ଣୁପଦ ସେଠୀଙ୍କୁ ସେ ଲେଖିଥିବା ଚିଠିକୁ ଆଧାର କରି ତାଙ୍କୁ ସିବିଆଇର ଦିଲ୍ଲୀ ଟିମ୍ ଜେରା କରିଛନ୍ତି।

Leave A Reply

Your email address will not be published.