ପ୍ରମୁଖ ଖବର

ଫାର୍ମା କମ୍ପାନୀ ଫ୍ୟାକ୍ଟ୍ରି ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ୩୪କୁ ବୃଦ୍ଧି
ବିଏମସି କମିଶନର ଆକ୍ରମଣ ଘଟଣାରେ ସଫେଇ କର୍ମଚାରୀଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ
ଶରଧାବାଲି ଅଘଟଣ ପରେ ଆଜି ପୁରୀ ଯିବେ ମୁଖ୍ୟମନ୍ତ୍ରୀ
ଶସ୍ତା ହେଲା ଏଲପିଜି ସିଲିଣ୍ଡର
ମୃତ୍ତିକା ସଂରକ୍ଷଣ ବିଭାଗର ଯୁଗ୍ମ ନିର୍ଦ୍ଦେଶକ ଦୟାନିଧି ବାଗ୍‌ ଗିରଫ
ଅନିର୍ଦ୍ଦିଷ୍ଟ କାଳ ପାଇଁ ଛୁଟିରେ ଗଲେ ୮ ଜିଲ୍ଲାର ଓଏସ ଓ ଓଆରଏସ ଅଫିସର
ବାଣ ତିଆରି କାରଖାନାରେ ବିସ୍ଫୋରଣ; ୫ ମୃତ
୨ ଦିନିଆ ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରପତି
ବିଶ୍ୱ ପୋଲିସ ଏବଂ ଅଗ୍ନିଶମ କ୍ରୀଡାରେ ବାଜିମାରିଲେ ଓଡ଼ିଶା ପୋଲିସ କନଷ୍ଟେବଳ

ମହିଳା କର୍ମଚାରୀଙ୍କୁ ଅସଦାଚରଣ କରି ଆସିଷ୍ଟାଣ୍ଟ କଲେକ୍ଟର ନିଲମ୍ବିତ

0

ଜଗତସିଂହପୁର: ମହିଳା କର୍ମଚାରୀଙ୍କୁ ଅସଦାଚରଣ କରି ଜଗତସିଂହପୁର ଜିଲ୍ଲା ଆସିଷ୍ଟାଣ୍ଟ କଲେକ୍ଟର ନିଲମ୍ବିତ। ମହିଳା କର୍ମଚାରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଜଗତସିଂହପୁର ଜିଲ୍ଲାର ଆସିଷ୍ଟାଣ୍ଟ କଲେକ୍ଟର ଉମେଶ ଚନ୍ଦ୍ର ଲେଙ୍କାଙ୍କୁ ଚାକିରିରୁ ନିଲମ୍ବନ କରାଯାଇଛି।

ସୂଚନା ଅନୁଯାୟୀ, ଗତ ଏପ୍ରିଲ ମାସ ୧୦ ତାରିଖରେ ଜଗତସିଂହପୁର ଜିଲ୍ଲା ଆସିଷ୍ଟାଣ୍ଟ କଲେକ୍ଟର ଉମେଶ ଚନ୍ଦ୍ର ଲେଙ୍କା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଜଣେ କାର୍ଯ୍ୟରତ ମହିଳା କର୍ମଚାରୀଙ୍କୁ ଅସଦାଚରଣ ପ୍ରଦର୍ଶନ କରିଥିବାର ଅଭିଯୋଗ ହୋଇଥିଲା। ଅଭିଯୋଗକାରିଣୀ କାର୍ଯ୍ୟରତ ମହିଳାଜଣଙ୍କ ତାଙ୍କୁ ଉଭୟ ଶାରୀରିକ ଓ ମାନସିକ ନିର୍ଯ୍ୟାତନା କରାଯାଇଥିବା ଅଭିଯୋଗ ଆଣିଥିଲେ।

ଏହାପରେ ଜିଲ୍ଲା ଅଭିଯୋଗ କମିଟି ଏବଂ ଜିଲ୍ଲାପାଳଙ୍କ ରିପୋର୍ଟ ଆଧାରରେ ଅଭିଯୁକ୍ତ ସହକାରୀ ଜିଲ୍ଲାପାଳ ଉମେଶ ଚନ୍ଦ୍ର ଲେଙ୍କାଙ୍କୁ ରାଜସ୍ୱ ଓ ବିପର୍ୟ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ନିଲମ୍ବନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଆସନ୍ତା ୩ ମାସ ମଧ୍ୟରେ ଜଣେ ମହିଳା ତଦନ୍ତକାରି ଅଧିକାରୀ ଏବଂ ଜଣେ ମହିଳା ମାର୍ଶାଲିଂ ଅଧିକାରୀଙ୍କ ଜରିଆରେ ସମସ୍ତ ବିଭାଗୀୟ ତଦନ୍ତ ପ୍ରକ୍ରିୟା ଶେଷ କରିବାକୁ ମଧ୍ୟ ମନ୍ତ୍ରୀ ଶ୍ରୀ ପୂଜାରୀ ନିର୍ଦ୍ଦେଶ ଦେଇଛନ୍ତି। ମହିଳା ହିଂସା ଓ ନିର୍ଯାତନାକୁ ଆଦୌ ବରଦାସ୍ତ କରାଯିବ ନାହିଁ। ଏହା ସହିତ ମହିଳା ସଶକ୍ତିକରଣ ପାଇଁ ଆମ ସରକାର ବଦ୍ଧପରିକର ବୋଲି ରାଜସ୍ବ ମନ୍ତ୍ରୀ ଶ୍ରୀ ପୂଜାରୀ ପ୍ରକାଶ କରିଛନ୍ତି।

Leave A Reply

Your email address will not be published.