ପ୍ରମୁଖ ଖବର

ଫିଟନେସ୍‌ ବିନା ରାସ୍ତାରେ ଗଡ଼ିବନି ଗାଡ଼ି; ନିୟମ ଭଙ୍ଗିଲେ ହେବ ଜବତ
ଭୁବନେଶ୍ୱରରେ ନିର୍ମାଣ ହେବ ୬୦୦ କୋଟି ଟଙ୍କାର ଅତ୍ୟାଧୁନିକ ରାଜସ୍ୱ ଭବନ
ଅହମଦାବାଦ ସିରିଏଲ ବିସ୍ଫୋରଣ ମାମଲା: ୩୮ଙ୍କୁ ଫାଶୀ, ୧୧ଙ୍କୁ ଆଜୀବନ କାରାଦଣ୍ଡ
ଶିଶୁ ବାଟିକା ଶିକ୍ଷକ ନିଯୁକ୍ତି ନେଇ ଭାଇରାଲ ଚିଠି ଜାଲ୍, ସ୍ପଷ୍ଟ କଲା ଗଣଶିକ୍ଷା ବିଭାଗ
ୱାୟାନାଡରେ ଭୟଙ୍କର ଭୂସ୍ଖଳନ: ୩ ମୃତ, ୭ ନିଖୋଜ; ଜାରି ରହିଛି ଉଦ୍ଧାର କାର୍ଯ୍ୟ
ନାଟୋ ସମ୍ମିଳନୀ ପୂର୍ବରୁ ୟୁକ୍ରେନ୍‌ ଉପରେ ରୁଷର ଭୟଙ୍କର ଆକ୍ରମଣ, ୨୩ ମୃତ
ତେଲ ନଦୀରେ ଭାସି ଯାଇ ବୃଦ୍ଧଙ୍କ ମୃତ୍ୟୁ
ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ ମୋଦୀ
ଅଦିନିଆ ରଥଯାତ୍ରା ବନ୍ଦ ପାଇଁ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଗଜପତି
ଭୁବନେଶ୍ବର: ଦାମୀ ଗାଡ଼ିରେ ବ୍ରାଉନସୁଗାର କାରବାର, ବାପ–ପୁଅ ଗିରଫ

ମହିଳା କର୍ମଚାରୀଙ୍କୁ ଅସଦାଚରଣ କରି ଆସିଷ୍ଟାଣ୍ଟ କଲେକ୍ଟର ନିଲମ୍ବିତ

0

ଜଗତସିଂହପୁର: ମହିଳା କର୍ମଚାରୀଙ୍କୁ ଅସଦାଚରଣ କରି ଜଗତସିଂହପୁର ଜିଲ୍ଲା ଆସିଷ୍ଟାଣ୍ଟ କଲେକ୍ଟର ନିଲମ୍ବିତ। ମହିଳା କର୍ମଚାରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଜଗତସିଂହପୁର ଜିଲ୍ଲାର ଆସିଷ୍ଟାଣ୍ଟ କଲେକ୍ଟର ଉମେଶ ଚନ୍ଦ୍ର ଲେଙ୍କାଙ୍କୁ ଚାକିରିରୁ ନିଲମ୍ବନ କରାଯାଇଛି।

ସୂଚନା ଅନୁଯାୟୀ, ଗତ ଏପ୍ରିଲ ମାସ ୧୦ ତାରିଖରେ ଜଗତସିଂହପୁର ଜିଲ୍ଲା ଆସିଷ୍ଟାଣ୍ଟ କଲେକ୍ଟର ଉମେଶ ଚନ୍ଦ୍ର ଲେଙ୍କା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଜଣେ କାର୍ଯ୍ୟରତ ମହିଳା କର୍ମଚାରୀଙ୍କୁ ଅସଦାଚରଣ ପ୍ରଦର୍ଶନ କରିଥିବାର ଅଭିଯୋଗ ହୋଇଥିଲା। ଅଭିଯୋଗକାରିଣୀ କାର୍ଯ୍ୟରତ ମହିଳାଜଣଙ୍କ ତାଙ୍କୁ ଉଭୟ ଶାରୀରିକ ଓ ମାନସିକ ନିର୍ଯ୍ୟାତନା କରାଯାଇଥିବା ଅଭିଯୋଗ ଆଣିଥିଲେ।

ଏହାପରେ ଜିଲ୍ଲା ଅଭିଯୋଗ କମିଟି ଏବଂ ଜିଲ୍ଲାପାଳଙ୍କ ରିପୋର୍ଟ ଆଧାରରେ ଅଭିଯୁକ୍ତ ସହକାରୀ ଜିଲ୍ଲାପାଳ ଉମେଶ ଚନ୍ଦ୍ର ଲେଙ୍କାଙ୍କୁ ରାଜସ୍ୱ ଓ ବିପର୍ୟ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ନିଲମ୍ବନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଆସନ୍ତା ୩ ମାସ ମଧ୍ୟରେ ଜଣେ ମହିଳା ତଦନ୍ତକାରି ଅଧିକାରୀ ଏବଂ ଜଣେ ମହିଳା ମାର୍ଶାଲିଂ ଅଧିକାରୀଙ୍କ ଜରିଆରେ ସମସ୍ତ ବିଭାଗୀୟ ତଦନ୍ତ ପ୍ରକ୍ରିୟା ଶେଷ କରିବାକୁ ମଧ୍ୟ ମନ୍ତ୍ରୀ ଶ୍ରୀ ପୂଜାରୀ ନିର୍ଦ୍ଦେଶ ଦେଇଛନ୍ତି। ମହିଳା ହିଂସା ଓ ନିର୍ଯାତନାକୁ ଆଦୌ ବରଦାସ୍ତ କରାଯିବ ନାହିଁ। ଏହା ସହିତ ମହିଳା ସଶକ୍ତିକରଣ ପାଇଁ ଆମ ସରକାର ବଦ୍ଧପରିକର ବୋଲି ରାଜସ୍ବ ମନ୍ତ୍ରୀ ଶ୍ରୀ ପୂଜାରୀ ପ୍ରକାଶ କରିଛନ୍ତି।

Leave A Reply

Your email address will not be published.