ପ୍ରମୁଖ ଖବର

ପୂର୍ବତନ ବିଧାୟକ କାହ୍ନୁ ଚରଣ ନାଏକଙ୍କ ୭୯ ବର୍ଷରେ ପରଲୋକ
ଅମିତାଭଙ୍କ ‘ଜଲ୍‌ସା’କୁ ବୋମାରେ ଉଡ଼ାଇବା ଧମକ, ଟାର୍ଗେଟ୍‌ରେ ଦିଲଜିତ ଦୋସାଞ୍ଜ
ଅରୁଣାଚଳରେ ଭାରତ-ଚୀନ୍‌ ସୈନିକ ମୁହାଁମୁହିଁ
୨୯ରୁ ଓସିଏସ୍‌ ମୁଖ୍ୟ ପରୀକ୍ଷା, ଆଜିଠୁ ମିଳିବ ଆଡମିଟ୍‌ କାର୍ଡ
ଏସିଆନ ପାରା ଗେମ୍ସ: ପ୍ରମୋଦଙ୍କୁ ହରାଇ ସ୍ୱର୍ଣ୍ଣ ଜିତିଲେ ନିତେଶ

ଲଘୁଚାପ ପ୍ରଭାବରେ ୨ଦିନ ଯାଏଁ କୋହଲା ପାଗ ସହ ବର୍ଷା ସମ୍ଭାବନା

0

ଭୁବନେଶ୍ବର: ଉପଗ୍ରହ ରୁ ଉତ୍ତୋଳନ କରଯାଇଥିବା ପାଣିପାଗ ସମ୍ବନ୍ଧିତ ଚିତ୍ର ଦର୍ଶାଉଛି ଯେ, ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ତତ୍ ସଂଲଗ୍ନ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ରେ ସକ୍ରିୟ ରହିଛି ସଦୃଶ ଲଘୁଚାପ କ୍ଷେତ୍ର। ମେଘଖଣ୍ଡ ଗୁଡ଼ିକ ସମଗ୍ର ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର, ଉତ୍ତର ପଶ୍ଚିମ ବଙ୍ଗୋପସାଗର ର କିଛି ଅଞ୍ଚଳ, ଆନ୍ଧ୍ରପ୍ରଦେଶ, ତାମିଲନାଡୁ ଉପକୂଳ, ଓଡ଼ିଶା ଉପରେ ରହିଛି। ଏହି କ୍ଷେତ୍ର ଟି ଉତ୍ତର ଦିଗ ରେ ଗତି କରୁଛି ଏବଂ ଆସନ୍ତା ୨୪ ଘଣ୍ଟା ଯାଏଁ ଉତ୍ତର ଦିଗରେ ଅଗ୍ରସର ହୋଇ ତାମିଲନାଡୁ ଓ ଆନ୍ଧ୍ରପ୍ରଦେଶ ଉପକୂଳ ସହ ସମାନ୍ତରାଳ ଭାବେ ଗତି କରିବ।

ପ୍ରଭାବ ରେ ଆଜି ଓ ଆସନ୍ତାକାଲି ଓଡ଼ିଶା ର ଅଧିକାଂଶ ଅଞ୍ଚଳ ରେ ପାଗ ମେଘାଚ୍ଛନ୍ନ ରହିବା ସହ ଦକ୍ଷିଣ ଆଭ୍ୟନ୍ତର , ଉପକୂଳ ଓ ପାର୍ଶ୍ଵବର୍ତ୍ତୀ ଜିଲ୍ଲାରେ ଅଳ୍ପ ରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ବିଶେଷ କରି ମାଲକାନଗିରି, ରାୟଗଡା, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ, ଜଗତସିଂହପୁର, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ଵର ଜିଲ୍ଲାର କିଛି ଅଞ୍ଚଳ ରେ ଘଡ଼ଘଡ଼ି ସହ ଅଳ୍ପ ରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି।

Leave A Reply

Your email address will not be published.