ପ୍ରମୁଖ ଖବର

ମଣ୍ଡିରୁ ଧାନ ଉଠାଇବାରେ ଅବହେଳା: ୧୧ ମିଲରଙ୍କୁ ନୋଟିସ ଜାରି
ରଞ୍ଜନା ଚୋପ୍ରା ଓ ହେମନ୍ତ ଶର୍ମାଙ୍କ ପଦୋନ୍ନତି କଲେ ରାଜ୍ୟ ସରକାର
କମେଡି କିଙ୍ଗ୍ କପିଲ୍ ଶର୍ମା, କମେଡିଆନ ରାଜପାଲ ଯାଦବ, ରେମୋ ଡିସୁଜା, କମେଡିଆନ ସୁଗନ୍ଧା ମିଶ୍ରଙ୍କୁ ମିଳିଛି ହତ୍ୟା ଧମକ
ଟ୍ରେନ ଦୁର୍ଘଟଣା ମୃତକଙ୍କ ପରିବାରକୁ ୫ ଲକ୍ଷ ଲେଖାଏଁ ସହାୟତା ଘୋଷଣା କଲେ ଦେବେନ୍ଦ୍ର ଫଡ୍‌ନାବୀସ
ରାଜଧାନୀରୁ ୪୨ କିଲୋ ଗଞ୍ଜେଇ ଜବତ, ୫ ଗିରଫ

ଭଦ୍ରକରେ ହେବ ବୟନ ପାର୍କ : ମୁଖ୍ୟମନ୍ତ୍ରୀ

0

ଭଦ୍ରକ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭଦ୍ରକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଶନିବାର ଭଦ୍ରକରେ ବୟନ ପାର୍କ ପାଇଁ ୪୩୮୨ କୋଟି ଟଙ୍କା ମଞ୍ଜୁର କରିଥିବା ନେଇ ସୂଚନା ଦେଇଛନ୍ତି। ଆଇଓସିଏ୍‌ଲ ଏନେଇ ଅର୍ଥ ମଞ୍ଜୁର କରିଥିବା ମୁଖ୍ୟମନ୍ତ୍ରୀ ତାଙ୍କ ସୋସିଆଲ ମିଡିଆ ‘ଏକ୍ସ’ରେ ସୂଚନା ଦେଇଛନ୍ତି।

ଏମସିପିଏଲ୍‌ ସହଯୋଗରେ ଭଦ୍ରକରେ ବୟନ ପାର୍କ କରାଯିବ। ଏହି ମିଳିତ ଉଦ୍ୟମ ଓଡ଼ିଶାର ଅର୍ଥନୀତିକୁ ଯଥେଷ୍ଟ ବୃଦ୍ଧି କରିବା ସହ ନୂତନ ନିଯୁକ୍ତି ସୁଯୋଗ ସୃଷ୍ଟି କରିବାକୁ ସ୍ଥିର ହୋଇଥିବା ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି। ଏହି ପ୍ରକଳ୍ପରେ ୪୩୮୨.୨୧ କୋଟି ଟଙ୍କା ବିନିଯୋଗ ହେବ। ଏଥିରେ ୯୦୦ ଟିପିଡି କ୍ରମାଗତ ପଲିମେରାଇଜେଶନ (ସିପି) ୟୁନିଟ୍‌ ସହିତ ଟେକ୍ସଚରଡ ୟାର୍ନ (ଡିଟିଓ୍ବାଇ), ଏଫ୍‌ଡିଓ୍ବାଇ, ପଲିଷ୍ଟର ଚିପ୍ସ ଏବଂ ଆନୁଷଙ୍ଗିକ ସୁବିଧା ରହିଛି। ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ୍ ଅଧୀନ ଧାମନଗର ଛକ ଠାରେ ହେବ ବୟନ ପାର୍କ। ଏଥିରେ ୯୦୦ ଟିପିଡି କ୍ରମାଗତ ପଲିମେରାଇଜେଶନ (ସିପି) ୟୁନିଟ୍‌ ସହିତ ଟେକ୍ସଚରଡ ୟାର୍ନ (ଡିଟିଓ୍ବାଇ), ଏଫ୍‌ଡିଓ୍ବାଇ, ପଲିଷ୍ଟର ଚିପ୍ସ ଏବଂ ଆନୁଷଙ୍ଗିକ ସୁବିଧା ରହିଛି।

ସୂଚନାଯୋଗ୍ୟ, ପ୍ରଥମେ ଏହି ସ୍ଥାନରେ ଧରଣୀ ସୁଗାର କମ୍ପାନୀ ଚିନିକଳ ନିର୍ମାଣ ପାଇଁ ୧୯୯୫ରେ ଧାମନଗର ଛକ ଜାତୀୟ ରାଜପଥ ପାର୍ଶ୍ୱରେ ୨୩୫ ଏକରରୁ ଅଧିକ ଜମି ଅଧିଗ୍ରହଣ ହୋଇଥିଲା। ଯାହା ଏବେ ଇଡକୋ ଅଧୀନରେ ଅଛି। ହେଲେ ଏଠାରେ ଚିନିକଳ ନ ହେବାରୁ ଅଧିକୃତ ହୋଇଥିବା ଜମିରେ ରାଜ୍ୟ ସରକାର ଫୁଡ୍ ପାର୍କ କରିବାକୁ କହିଥିଲେ, କିନ୍ତୁ କେନ୍ଦ୍ର ସରକାର ଟେକ୍ସଟାଇଲ୍ ପାର୍କ ନିର୍ମାଣ ପାଇଁ ପରବର୍ତ୍ତୀ ସମୟରେ ନିଷ୍ପତ୍ତି ନେଇଥିଲେ। ଅଧୀକୃତ ଜମି ମଧ୍ୟରୁ ଟେକ୍ସଟାଇଲ୍ ପାର୍କ ପାଇଁ ୫୬ ଏକର ଜମି ଇଡକୋ ପ୍ରଦାନ କରିଛି।

ଭଦ୍ରକ ଓ ଏହାର ଆଖପାଖ ଜିଲ୍ଲାରୁ ଶହ ଶହ ଲୋକ ଗୁଜୁରାଟର ସୁରତ, ତାମିଲନାଡୁର ତିର୍ଚି, ତିରୁଚିରାପଲି, ତିରୁପୁର, ପଶ୍ଚିମବଙ୍ଗର କୋଲକାତା ଓ କେରଳର କୋଚି ଭଳି ସହରକୁ ଯାଇ ସୂତାକଳ ଓ ବୟନ ଶିଳ୍ପ କାରଖାନାରେ କାମ କରୁଛନ୍ତି। ଏଭଳି କୁଶଳୀ ଯୁବକଯୁବତୀଙ୍କୁ ନିଜ ଅଞ୍ଚଳରେ ରୋଜଗାର ସୁବିଧା ଯୋଗାଇଦେବା ଲାଗି ଭଦ୍ରକରେ ବୟନ ଶିଳ୍ପ ପ୍ରତିଷ୍ଠା ଲାଗି ଦୀର୍ଘ ବର୍ଷ ହେଲା ଦାବି ହୋଇ ଆସୁଥିଲା।

Leave A Reply

Your email address will not be published.