ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ସ୍ତ୍ରୀର ତଣ୍ଟିକାଟି ହତ୍ୟା କଲା ସ୍ୱାମୀ

0

ପଦ୍ମପୁର: ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଗାଇସିଲେଟ୍ ଥାନା ଅନ୍ତର୍ଗତ ଜେନକେଡା ଗ୍ରାମର କଲୋନୀ ପଡାରେ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ତ୍ରୀର ତଣ୍ଟିକାଟି ସ୍ୱାମୀ ହତ୍ୟା କରିଥିବା ଓ ଫେରାର ହୋଇଥିବା ଅଭିଯୋଗ ହୋଇଛି। ଘଟଣାର ତଦନ୍ତ ଆରମ୍ଭ କରିଛି ପୋଲିସ।
ମିଳିଥିବା ସୂଚନା ଅନୁସାରେ, ଜେନକେଡା ଗ୍ରାମର କଲୋନୀ ପଡାରେ ଚନ୍ଦ୍ରକାନ୍ତି ସାହୁଙ୍କୁ ରାତିରେ ଧାରୁଆ ଅସ୍ତ୍ରରେ ତଣ୍ଟି କାଟି ତାଙ୍କର ସ୍ୱାମୀ ରାମ ସାହୁ ଫେରାର ହୋଇଯାଇଥିବା ନେଇ ସଙ୍ଗୀନ ଅଭିଯୋଗ ଆଣିଛନ୍ତି ପରିବାର ଲୋକେ। ରାତିରେ ଉଭୟ ସ୍ୱମୀ ସ୍ତ୍ରୀ ଶୋଇଥିବା ସମୟରେ ଏହି ଜଘନ୍ୟ କାଣ୍ଡ ଘଟାଇ ଥିବା ଅନୁମାନ କରାଯାଉଛି।

ତେବେ ଉକ୍ତ ମୃଦେହକୁ ଦେଖିଲେ ଏବଂ ଦୁର୍ଗନ୍ଧରୁ ଦୁଇଦିନ ପୂର୍ବରୁ ଏହି ହତ୍ୟା କାଣ୍ଡ ଘଟିଥିବା ଅନୁମାନ କରାଯାଉଛି। ତେବେ ପାରିବାରିକ କଳହରୁ ହତ୍ୟାକାଣ୍ଡ ହୋଇଥିବା ଜଣାପଡୁଛି। ଘଟଣାସ୍ଥଳରେ ଗାଇସିଲେଟ୍ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି।

Leave A Reply

Your email address will not be published.