ପ୍ରମୁଖ ଖବର

ଶ୍ରୀକ୍ଷେତ୍ର ପୁରୀରେ ଆଜି ଆଷାଢ଼ ଶୁକ୍ଳ ଦ୍ୱାଦଶୀ ତିଥିରେ ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କ ପବିତ୍ର ଅଧରପଣା ନୀତି ସମ୍ପନ୍ନ
ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ପ୍ରଥମ ରୌପ୍ୟ, ଋଷିକାନ୍ତ ସିଂହଙ୍କ କମାଲ
ଓଡ଼ିଶାର ଝିଅ ଜ୍ୟୋତିର୍ମୟୀ ନାୟକ ହେଲେ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ ବିଜେତା
ପ୍ରତିଯୋଗିତାମୂଳକ ପରୀକ୍ଷାରେ ସଂସ୍କାର ପାଇଁ ଗଠନ ହେବ ଉଚ୍ଚସ୍ତରୀୟ ଟାସ୍କ ଫୋର୍ସ:ପ୍ରଧାନମନ୍ତ୍ରୀ
ହାଇୱେ ଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି: ଦୂରତା ଅନୁସାରେ ଦେବେ ଟୋଲ ଶୁଳ୍କ
ମହାରାଷ୍ଟ୍ର ଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲା: ବିହାରରୁ ମୁଖ୍ୟ ଅଭିଯୁକ୍ତ ଗିରଫ
ସରକାରଙ୍କ ସହ ଆଲୋଚନା ପରେ ସିଜେପିର ଆନ୍ଦୋଳନ ପ୍ରତ୍ୟାହାର
ଲଗାଣ ବର୍ଷା ପାଇଁ ଜଗତସିଂହପୁରରେ କାଲି ସ୍କୁଲ ଓ ଅଙ୍ଗନବାଡ଼ି ଛୁଟି
ବୌଦ୍ଧରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ୟାଙ୍କର ସହ କାର ଧକ୍କା, ୩ ଗୁରୁତର
ଧର୍ମେନ୍ଦ୍ର ପ୍ରଧାନଙ୍କ ସ୍ଥାନରେ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ନେଲେ ପ୍ରହ୍ଲାଦ ଯୋଶୀ

ପୋଲ ତଳକୁ ଖସି ପଡ଼ିଲା ଯାତ୍ରୀବାହୀ ବସ୍‌

0

ପଟ୍ଟାମୁଣ୍ଡାଇ: ଭାରସାମ୍ୟ ହରାଇ ପୋଲ ତଳକୁ ଖସି ପଡ଼ିଲା ଯାତ୍ରୀବାହୀ ବସ୍‌। ଏହି ଦୁର୍ଘଟଣାରେ ୫ ଜଣ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ପଟ୍ଟାମୁଣ୍ଡାଇ ବ୍ଲକ୍ ଅନ୍ତର୍ଗତ ବଡପଡ଼ାଠାରେ ଏହି ଘଟଣା ଘଟିଛି। ଆଜି କଟକରୁ କେନ୍ଦ୍ରାପଡ଼ାର ଜମ୍ବୁ ଯାଉଥିବା ଯାତ୍ରୀବାହୀ ବସ୍‌ ‘ଉମାଶଙ୍କର’ ଭାରସାମ୍ୟ ହରାଇ କେନାଲକୁ ଖସି ପଡିଛି।

ବସ୍‌ଟି କଟକରୁ ଜମ୍ବୁ ଅଭିମୁଖେ ଯାଉଥିବା ବେଳେ ସନ୍ଧ୍ୟାରେ ଘଟିଛି ଏହି ଘଟଣା। ଜଣେ ଯାତ୍ରୀଙ୍କ ସୂଚନା ଅନୁସାରେ, ବସ୍‌ଟିରେ ୨୦ରୁ୨୫ ଜଣ ଥିଲେ। ବସ୍‌ଟି ହଠାତ୍ ଓଲଟି ପଡ଼ିଥିଲା। କେହି କିଛି ବୁଝି ପାରି ନଥିଲେ। ବସ୍‌ର ଏକ ଦ୍ୱାର ଦେଇ ପ୍ରଥମେ ଡ୍ରାଇଭର ବାହାରକୁ ଯାଇଥିଲେ। ତା’ପରେ ଯାତ୍ରୀମାନଙ୍କୁ ଜଣେ ଜଣେ ବାହାର କରାଯାଇଥିଲା। ତେବେ ସାମାନ୍ୟ ଭାବରେ ଆହତ ହୋଇଥିବା ଯାତ୍ରୀମାନଙ୍କୁ ସ୍ଥାନୀୟ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା କରାଯାଉଥିବା ବେଳେ, ଗୁରୁତରଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ଖବର ପାଇ ସ୍ଥାନୀୟ ପୋଲିସ ସହ ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚିଛି। ବର୍ତ୍ତମାନ ସୁଦ୍ଧା ଉଦ୍ଧାର କାର୍ଯ୍ୟ ଜାରି ରଖିଛି ଅଗ୍ନିଶମ ବାହିନୀ। ଏହି ବସ୍‌ରେ ମହିଳା ଓ ଶିଶୁ ମଧ୍ୟ ଯାତ୍ରା କରୁଥିବା ସୂଚନା ମିଳିଛି। ବସ୍‌ଟି ଏକ ହମ୍ପସକୁ ଅତିକ୍ରମ କରିବାବେଳେ ହଠାତ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା ବୋଲି ଉଦ୍ଧାର ହୋଇଥିବା ଯାତ୍ରୀ ପ୍ରତିକ୍ରିୟା ଦେଇଛନ୍ତି। ପରେ ସ୍ଥାନୀୟ ଲୋକେ ସହାୟତା କରିବା ପାଇଁ ଘଟଣାସ୍ଥଳରେ ପହଞ୍ଚିଥିଲେ। ବର୍ଷା ଓ ଅନ୍ଧାର ଯୋଗୁ ଉଦ୍ଧାର କାର୍ଯ୍ୟ ବାଧାପ୍ରାପ୍ତ ହୋଇଥିଲା। ଆହତମାନଙ୍କୁ ଉଦ୍ଧାର କରି ସ୍ଥାନୀୟ ଲୋକଙ୍କ ସହାୟତାରେ ଡାକ୍ତରଖାନାକୁ ପଠାଯାଇଥିଲା।

Leave A Reply

Your email address will not be published.