ପ୍ରମୁଖ ଖବର

ଫିଫା ବିଶ୍ୱକପ୍ ଫାଇନାଲ୍ ପାଇଁ କେରଳରେ ଶିକ୍ଷାନୁଷ୍ଠାନ ଛୁଟି; ଫୁଟବଲ୍ ପ୍ରେମୀ ଛାତ୍ରଛାତ୍ରୀଙ୍କ ପାଇଁ ସରକାରଙ୍କ ବଡ଼ ନିଷ୍ପତ୍ତି
୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାରରେ ତାମିଲ ସିନେମାର ଜଲୱା; ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ବିଜୟ
ଜମ୍ମୁ-କାଶ୍ମୀରରେ ଭୟଙ୍କର ଆକସ୍ମିକ ବନ୍ୟା: ୧୬ ମୃତ, ଅନେକ ନିଖୋଜ
ମାତୃଭାଷା ସହ ଆଉ ଗୋଟିଏ ଭାରତୀୟ ଭାଷା ଶିଖିବାକୁ ଛାତ୍ରଛାତ୍ରୀଙ୍କୁ ଆହ୍ୱାନ କଲେ ଅମିତ ଶାହ
୧୬ ବର୍ଷରୁ କମ୍ ବୟସ୍କଙ୍କ ପାଇଁ ସୋସିଆଲ ମିଡିଆରେ କଟକଣା ଆଣିପାରନ୍ତି କେନ୍ଦ୍ର ସରକାର
୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର: ଶ୍ରେଷ୍ଠ ଓଡ଼ିଆ ଫିଚର ଫିଲ୍ମ ସମ୍ମାନ ଜିତିଲା ‘ଲହରୀ’
ଜମ୍ମୁ-କାଶ୍ମୀରରେ ବାଦଲଫଟା ବର୍ଷା ଓ ଆକସ୍ମିକ ବନ୍ୟା: ୧୭ ମୃତ, ହାଇ ଆଲର୍ଟ ଜାରି
ଶ୍ରୀମନ୍ଦିରରେ ପୁଣି ଆରମ୍ଭ ହେବ ରତ୍ନଭଣ୍ଡାର ଅଳଙ୍କାର ଗଣତି ଓ ଥ୍ରୀଡି ସ୍କାନିଂ

ଜାନୁଆରୀ ୧୮ରୁ ଆରମ୍ଭ ହେବ ବିଦେଶୀ ପକ୍ଷୀ ଗଣନା

0

ହୀରାକୁଦ: ଜାନୁଆରୀ ୧୮ ତାରିଖରୁ ଆରମ୍ଭ ହେବ ବିଦେଶୀ ପକ୍ଷୀ ଗଣନା। ପ୍ରଥମେ ହୀରାକୁଦ ଡ୍ୟାମରୁ ଆରମ୍ଭ ହେବ ପକ୍ଷୀ ଗଣନା। ଚଳିତ ବର୍ଷ ଅକ୍ଟୋବର ମାସରୁ ବିଦେଶୀ ପକ୍ଷୀ ହୀରାକୁଦ ଡ୍ୟାମକୁ ଆସୁଛନ୍ତି। ଯେଉଁମାନଙ୍କ ସୁରକ୍ଷା ପାଇଁ ବ୍ୟାପକ ବ୍ୟବସ୍ଥା କରିଛି ପ୍ରଶାସନ। ଏନେଇ ସୂଚନା ଦେଇଛନ୍ତି ହୀରାକୁଦ ବନ୍ୟ ପ୍ରାଣୀ ଡିଏଫଓ ଅଂଶୁପ୍ରଜ୍ଞା ଦାସ।

ହୀରାକୁଦରେ ଆବଶ୍ୟକ ଖାଦ୍ୟ ମହଜୁଦ ସାଙ୍ଗକୁ ଉପଯୁକ୍ତ ପରିବେଶ ମିଳୁଥିବାରୁ ଦିନକୁ ଦିନ ପକ୍ଷୀଙ୍କ ସଂଖ୍ୟା ବଢିବାରେ ଲାଗିଛି। ବିଗତ ୫ ବର୍ଷ ମଧ୍ୟରେ ପ୍ରତିବର୍ଷ ପକ୍ଷୀଙ୍କ ସଂଖ୍ୟା ବଢିବାରେ ଲାଗିଛି। ଗତବର୍ଷ ହୀରାକୁଦକୁ ୧୧୨ ପ୍ରଜାତିର ୩ ଲକ୍ଷ ୪୨ ହଜାର ୩୩୯ଟି ପକ୍ଷୀ ଆସିଥିଲେ।
ତେବେ ପକ୍ଷୀ ଗଣନା ପକ୍ରିୟା ୧୬ ତାରିଖରୁ ଆରମ୍ଭ ହେବ। ଏଥର ସାରା ରାଜ୍ୟରେ ଗୋଟିଏ ଦିନରେ ହେବ ପକ୍ଷୀ ଗଣନା। ଏହି ଗଣନାରେ ଫ୍ଲେମିଂଗୋର ଟ୍ରାକିଂ କରାଯିବ। ଚିଲିକା, ଭିତରକନିକା, ହୀରାକୁଦ ଆଦି ସ୍ଥାନରେ ପକ୍ଷୀ ଗଣନା କରାଯିବାର ବ୍ୟବସ୍ଥା କରାଯାଇଛି । ଏଥିପାଇଁ ୧୦ଟି ଫ୍ଲେମିଂଗୋରଙ୍କ ଗୋଡରେ ସାଟେଲାଇଟ ଟ୍ରାକିଂ ରିଙ୍ଗ ଲଗାଯିବାର ବ୍ୟବସ୍ଥା କରାଯାଇଛି। ଯାହା ଫଳରେ କି ବିଦେଶରୁ ଆସୁଥିବା ପାଖି ମାନଙ୍କ ଉପରେ ନଜର ରଖାଯାଇପାରିବ। ତେବେ ପକ୍ଷୀଙ୍କ ଗୋଡରେ ସାଟେଲାଇଟ୍ ଟ୍ରାକିଂ ରିଙ୍ଗ ଲଗାଗଲେ ପକ୍ଷୀ ସାଇବେରିଆରୁ ଆସୁଛନ୍ତି ନା ଆଉ କେଉଁ ଦେଶରୁ ଆସୁଛନ୍ତି, ତାହା ସହଜରେ ଅନୁଧ୍ୟାନ କରିହେବ।

ଚିଲିକା ହ୍ରଦର ଚତୁପାର୍ଶ୍ଵରେ ଥିବା ମଙ୍ଗଳାଯୋଡି, ଭୁଷଣ୍ଡପୁରୁ, ବାଲିପାଟପୁର, ନଇରି, ବଉଳାବନ୍ଧ, ବଡଗୋଠ, ଟୁଆଗମ୍ଭାରୀ, ଗୁରୁବାଇ, ସିପିଆ, ନଳବଣ, ମଧୁରଚୁଆ, ସମଲନାସୀ, ପାଣ୍ଡାନାସୀ, ପଞ୍ଚକୁଦୀ, ସୁନନ୍ଦା ଓ କାଲୁରୀ ଆଦି ଅଞ୍ଚଳରେ ଥିବା ଜଳାଶୟକୁ ବିଦେଶୀ ପକ୍ଷୀ ଆସିଥାନ୍ତି। ପ୍ରତି ଜଳାଶୟରେ ଗୋଟିଏରୁ ଦୁଇଟି ଫ୍ଲେମିଙ୍ଗୋଙ୍କ ଗୋଡ଼ରେ ସାଟେଲାଇଟ ଟ୍ରାକିଙ୍ଗ ରିଙ୍ଗ୍ ଲଗାଇବାକୁ ଯୋଜନା କରିଛି ବନ ବିଭାଗ।

ସୂଚନାଯୋଗ୍ୟ, ରିପୋର୍ଟ ଅନୁସାରେ ଗତ ନଭେମ୍ବର ଶେଷ ସୁଦ୍ଧା ୪ ଲକ୍ଷ ୯୪ ହଜାର ୩୬୬ଟି ବିଦେଶାଗତ ପକ୍ଷୀଙ୍କ ଆଗମନ ହୋଇସାରିଛି। ସେଥିରୁ କେବଳ ଚିଲିକାର ନଳବଣରେ ୨ ଲକ୍ଷ ୧୭ ହଜାର ୧୭୦ଟି ବିଦେଶାଗତ ପକ୍ଷୀଙ୍କ ଆଗମନ ଆକଳନ କରାଯାଇଛି।

Leave A Reply

Your email address will not be published.