ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

କୁଏତର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ମୋଦି

0

କୁଏତ: କୁଏତ ଦେଶର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ ମୋଦି। ଗସ୍ତର ଅନ୍ତିମ ଦିନରେ ପ୍ରଧାନମନ୍ତ୍ରୀ ମୋଦୀ ରବିବାର କୁଏତର ସର୍ବୋଚ୍ଚ ସମ୍ମାନ ‘ଅର୍ଡର ଅଫ୍ ମୁବାରକ ଅଲ କବୀର’ରେ ସମ୍ମାନିତ ହୋଇଛନ୍ତି। ଏହା ପ୍ରଧାନମନ୍ତ୍ରୀ ମୋଦୀଙ୍କୁ କୌଣସି ଦେଶ ଦ୍ଵାରା ପ୍ରଦାନ କରାଯାଇଥିବା ୨୦ତମ ଅନ୍ତର୍ଜାତୀୟ ସମ୍ମାନ। ବନ୍ଧୁତ୍ୱର ପ୍ରତୀକ ଭାବରେ ରାଷ୍ଟ୍ର ମୁଖ୍ୟ, ବିଦେଶୀ ଶାସକ ଏବଂ ବିଦେଶୀ ରାଜ ପରିବାରର ସଦସ୍ୟମାନଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଥାଏ।

ପୂର୍ବରୁ ବିଲ୍ କ୍ଲିଣ୍ଟନ, ପ୍ରିନ୍ସ ଚାର୍ଲ୍ସ ଏବଂ ଜର୍ଜ ବୁଶ୍‌ଙ୍କ ଭଳି ନେତାମାନଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି। କୁଏତର ବାୟନ୍ ପ୍ୟାଲେସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆନୁଷ୍ଠାନିକ ଗାର୍ଡ ଅଫ୍ ଅନର ପ୍ରଦାନ କରାଯାଇଥିଲା। ଏହି ସମାରୋହରେ କୁଏତର ଆମୀର, ଶେଖ୍ ମେଶାଲ ଅଲ-ଅହମଦ ଅଲ-ଜାବେର ଅଲ-ସବା ମଧ୍ୟ ଉପସ୍ଥିତ ଥିଲେ।

ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ମୋଦୀ ଶେଖ୍ ମେଶାଲ ଅଲ-ଅହମଦ ଅଲ-ଜାବେର ଅଲ-ସବାଙ୍କ ନିମନ୍ତ୍ରଣରେ ଦୁଇ ଦିନିଆ କୁଏତ ଗସ୍ତରେ ଯାଇଛନ୍ତି। ୪୩ ବର୍ଷ ମଧ୍ୟରେ ଏହା ହେଉଛି କୁଏତକୁ ଜଣେ ଭାରତୀୟ ପ୍ରଧାନମନ୍ତ୍ରୀଙ୍କ ପ୍ରଥମ ଗସ୍ତ।

Leave A Reply

Your email address will not be published.