ପ୍ରମୁଖ ଖବର

ଭାରତ ପାଇଁ ସ୍ୱର୍ଣ୍ଣ ଜିତିଲେ ଛତ୍ରପୁରର ପାରା ଫେନ୍ସର ଭି. ରମେଶ ରାଓ
ମୌସୁମୀ ଅଧିବେଶନରେ ୧୨ ବିଲ୍ ପାରିତ, ଉତ୍ପାଦକତା କମ୍
ମୋଦୀଙ୍କ ବିଦେଶନୀତିକୁ ମୋରିସନଙ୍କ ପ୍ରଶଂସା
ସଂସଦରେ ଓଲଟା ଚିତ୍ର: ଆଲୋଚନା ଚାହୁଁଛି ସରକାର
ପ୍ୟାକେଟ୍ ଖାଦ୍ୟରେ ଚେତାବନୀ ଲେବଲ୍ ନେଇ କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ତାଗିଦ
ଡିଜିପି ନିଯୁକ୍ତିକୁ ସୁପ୍ରିମକୋର୍ଟଙ୍କ ରୋକ, ଅଗଷ୍ଟ ୧୮ ପର୍ଯ୍ୟନ୍ତ ଚୟନ ନକରିବାକୁ ନିର୍ଦ୍ଦେଶ
କ୍ଷୀର ଦର ବୃଦ୍ଧି ପରେ ମହଙ୍ଗା ହେଲା ଛେନା-ପନିର

୩ ମାସରେ ନୁହେଁ, ଏବେ ପ୍ରତି ମାସରେ ମିଳିବ ରାସନ

0

ଭୁବନେଶ୍ବର: ନୂଆ ବର୍ଷରୁ ନୂଆ ନିୟମ ଲାଗୁକରିବେ ଯୋଗାଣ ମନ୍ତ୍ରୀ। ଆଉ ୩ ମାସରେ ଥରେ ନୁହେଁ, ପ୍ରତି ମାସରେ ହିତାଧିକାରୀଙ୍କୁ ମିଳିବ ରାସନ । ଏନେଇ ଶନିବାର ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ତେବେ ନୂଆ ବର୍ଷରୁ ଏହି ନୂଆ ନିୟମ ଲାଗୁ ହେବ।

ପୂର୍ବରୁ ଏକାସାଙ୍ଗରେ ୩ ମାସର ରାସନ ଡିଲରଙ୍କ ପାଖରେ ମହଜୁଦ ରହୁଥିଲା। ଏହାର ଅପବ୍ୟବହାର କରାଯାଉଥିଲା। ଏପରିକି ହିତାଧିକାରୀ ଅସୁବିଧାର ସମ୍ମୁଖୀନ ହେଉଥିଲେ। ଏଣୁ ସରକାର ପ୍ରତି ମାସରେ ରାସନ ଦେବାକୁ ନିଷ୍ପତ୍ତି ନେଇଥିବା ମନ୍ତ୍ରୀ କହିଛନ୍ତି। ଦୀର୍ଘଦିନ ଧରି ହିତାଧିକାରୀମାନେ ମାସିକିଆ ରାସନ ପାଇବାକୁ ଚାହିଁ ରହିଥିଲେ। ଏବେ ମନ୍ତ୍ରୀଙ୍କ ସୂଚନା ପରେ ଯୋଜନାର ପ୍ରକୃତ ଉଦ୍ଦେଶ୍ୟ ସାଧିତ ହେବେ ବୋଲି କୁହାଯାଉଛି।

Leave A Reply

Your email address will not be published.