ପ୍ରମୁଖ ଖବର

ପୂର୍ବତନ ବିଧାୟକ କାହ୍ନୁ ଚରଣ ନାଏକଙ୍କ ୭୯ ବର୍ଷରେ ପରଲୋକ
ଅମିତାଭଙ୍କ ‘ଜଲ୍‌ସା’କୁ ବୋମାରେ ଉଡ଼ାଇବା ଧମକ, ଟାର୍ଗେଟ୍‌ରେ ଦିଲଜିତ ଦୋସାଞ୍ଜ
ଅରୁଣାଚଳରେ ଭାରତ-ଚୀନ୍‌ ସୈନିକ ମୁହାଁମୁହିଁ
୨୯ରୁ ଓସିଏସ୍‌ ମୁଖ୍ୟ ପରୀକ୍ଷା, ଆଜିଠୁ ମିଳିବ ଆଡମିଟ୍‌ କାର୍ଡ
ଏସିଆନ ପାରା ଗେମ୍ସ: ପ୍ରମୋଦଙ୍କୁ ହରାଇ ସ୍ୱର୍ଣ୍ଣ ଜିତିଲେ ନିତେଶ

୩ ମାସରେ ନୁହେଁ, ଏବେ ପ୍ରତି ମାସରେ ମିଳିବ ରାସନ

0

ଭୁବନେଶ୍ବର: ନୂଆ ବର୍ଷରୁ ନୂଆ ନିୟମ ଲାଗୁକରିବେ ଯୋଗାଣ ମନ୍ତ୍ରୀ। ଆଉ ୩ ମାସରେ ଥରେ ନୁହେଁ, ପ୍ରତି ମାସରେ ହିତାଧିକାରୀଙ୍କୁ ମିଳିବ ରାସନ । ଏନେଇ ଶନିବାର ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ତେବେ ନୂଆ ବର୍ଷରୁ ଏହି ନୂଆ ନିୟମ ଲାଗୁ ହେବ।

ପୂର୍ବରୁ ଏକାସାଙ୍ଗରେ ୩ ମାସର ରାସନ ଡିଲରଙ୍କ ପାଖରେ ମହଜୁଦ ରହୁଥିଲା। ଏହାର ଅପବ୍ୟବହାର କରାଯାଉଥିଲା। ଏପରିକି ହିତାଧିକାରୀ ଅସୁବିଧାର ସମ୍ମୁଖୀନ ହେଉଥିଲେ। ଏଣୁ ସରକାର ପ୍ରତି ମାସରେ ରାସନ ଦେବାକୁ ନିଷ୍ପତ୍ତି ନେଇଥିବା ମନ୍ତ୍ରୀ କହିଛନ୍ତି। ଦୀର୍ଘଦିନ ଧରି ହିତାଧିକାରୀମାନେ ମାସିକିଆ ରାସନ ପାଇବାକୁ ଚାହିଁ ରହିଥିଲେ। ଏବେ ମନ୍ତ୍ରୀଙ୍କ ସୂଚନା ପରେ ଯୋଜନାର ପ୍ରକୃତ ଉଦ୍ଦେଶ୍ୟ ସାଧିତ ହେବେ ବୋଲି କୁହାଯାଉଛି।

Leave A Reply

Your email address will not be published.