ପ୍ରମୁଖ ଖବର

ଫିଫା ବିଶ୍ୱକପ୍ ଫାଇନାଲ୍ ପାଇଁ କେରଳରେ ଶିକ୍ଷାନୁଷ୍ଠାନ ଛୁଟି; ଫୁଟବଲ୍ ପ୍ରେମୀ ଛାତ୍ରଛାତ୍ରୀଙ୍କ ପାଇଁ ସରକାରଙ୍କ ବଡ଼ ନିଷ୍ପତ୍ତି
୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାରରେ ତାମିଲ ସିନେମାର ଜଲୱା; ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ବିଜୟ
ଜମ୍ମୁ-କାଶ୍ମୀରରେ ଭୟଙ୍କର ଆକସ୍ମିକ ବନ୍ୟା: ୧୬ ମୃତ, ଅନେକ ନିଖୋଜ
ମାତୃଭାଷା ସହ ଆଉ ଗୋଟିଏ ଭାରତୀୟ ଭାଷା ଶିଖିବାକୁ ଛାତ୍ରଛାତ୍ରୀଙ୍କୁ ଆହ୍ୱାନ କଲେ ଅମିତ ଶାହ
୧୬ ବର୍ଷରୁ କମ୍ ବୟସ୍କଙ୍କ ପାଇଁ ସୋସିଆଲ ମିଡିଆରେ କଟକଣା ଆଣିପାରନ୍ତି କେନ୍ଦ୍ର ସରକାର
୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର: ଶ୍ରେଷ୍ଠ ଓଡ଼ିଆ ଫିଚର ଫିଲ୍ମ ସମ୍ମାନ ଜିତିଲା ‘ଲହରୀ’
ଜମ୍ମୁ-କାଶ୍ମୀରରେ ବାଦଲଫଟା ବର୍ଷା ଓ ଆକସ୍ମିକ ବନ୍ୟା: ୧୭ ମୃତ, ହାଇ ଆଲର୍ଟ ଜାରି
ଶ୍ରୀମନ୍ଦିରରେ ପୁଣି ଆରମ୍ଭ ହେବ ରତ୍ନଭଣ୍ଡାର ଅଳଙ୍କାର ଗଣତି ଓ ଥ୍ରୀଡି ସ୍କାନିଂ

ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ୨ମୃତ

0

ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲା ଚାଉଁରିଆଗୁଡ଼ା ନିକଟ ଗ୍ଲେଜ ହୋଟେଲ ସମ୍ମୁଖରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ସ୍କୁଟି ଏବଂ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଶନିବାର ବିଳମ୍ବିତ ରାତିରେ ନବରଙ୍ଗପୁର ସହର ନିକଟସ୍ଥ ଗ୍ଲେଜ ନିକଟରେ ଦୁଇ ବାଇକ୍‌ଆରୋହୀ ମୁହାଁମୁହିଁ ଧକ୍କା ହେବା ଫଳରେ ୨ ଜଣଙ୍କର ଜୀବନ ଚାଲିଯାଇଛି। ମୃତକ ଅମିତ୍ ବାଗ୍ ଓ ତ୍ରିଲୋଚନ ଜାନୀ ବୋଲି ଜଣାପଡିଛି।

ଅମିତଙ୍କ ଘର ବଡ଼ ଡାଇଭଟ୍ଟା ହୋଇଥିବାବେଳେ ତ୍ରିଲୋଚନଙ୍କ ଘର ନବରଙ୍ଗପୁର ସହରରେ। ତ୍ରିଲୋଚନ ସହର ଉପକଣ୍ଠ କୋରାପୁଟର ଆଉଁଳିସ୍ଥିତ ଏକ ଢ଼ାବାରେ କାମ କରୁଥିବା ବେଳେ ସହରରେ କିଛି କାମ ସାରି ବଡ଼ ଡାଇଭଟ୍ଟାସ୍ଥିତ ନିଜ ଘରକୁ ଫେରୁଥିଲେ। ଉଭୟ ଅମିତ ଓ ତ୍ରିଲୋଚନ ନିଜ ନିଜ ବାଇକ୍‌ରେ ଫେରୁଥିବା ଗ୍ଲେଜ ନିକଟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଘଟଣାସ୍ଥଳରେ ଉଭୟଙ୍କ ମୃତ୍ୟୁ ଘଟିଛି। କିଛି ସ୍ଥାନୀୟ ଲୋକ ଏହା ଦେଖି ପୁଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଭୟଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ଗୃହରେ ରଖାଯାଇଛି। ପୋଲିସ ଘଟଣାର ତଦନ୍ତ କରୁଛି।

Leave A Reply

Your email address will not be published.