ପ୍ରମୁଖ ଖବର

ସମ୍ବଲପୁର: ଗଣେଶ ପୂଜା ମଣ୍ଡପରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ପେଣ୍ଡାଲ
ଗୁଜରାଟ ସଚିବାଳୟ ଉଡ଼ାଇବା ଧମକ: ବିହାର, ଝାଡ଼ଖଣ୍ଡରୁ ୨ ଗିରଫ
ଓମଫେଡ୍‌ ବଜାରକୁ ଆଣିବ ପ୍ୟାକେଟ୍‌ ପାଣି ଓ ନୂଆ ଆଇସକ୍ରିମ୍
ଦିଶା ସାଲିଆନ ମୃତ୍ୟୁ ମାମଲା : ସିବିଆଇ ଏଫ୍‌ଆଇଆରରେ ଆଦିତ୍ୟ ଠାକରେ, ଡିନୋ ମୋରିଆଙ୍କ ନାଁ
ଦୁଷ୍କର୍ମ ମାମଲା: ଆତ୍ମସମର୍ପଣ କଲେ ତରୁଣ ତେଜପାଲ
ନନ୍ଦିଗ୍ରାମ ଉପନିର୍ବାଚନ ଲଢ଼ିବେନି ମମତା, ଟିଏମସି ଘୋଷଣା କଲା ପ୍ରାର୍ଥୀ

ଓଡ଼ିଶାର ଆଉ ୩ଟି ସ୍ଥାନରେ ଡପଲର ରାଡାର

0

ଭୁବନେଶ୍ବର: ଓଡ଼ିଶାର ଆଉ ୩ଟି ସ୍ଥାନରେ ଡପଲର ରାଡାର ଲାଗିବ ବୋଲି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏବଂ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୋମବାର ସୂଚନା ଦେଇଛନ୍ତି। ଓଡ଼ିଶାର ପାରାଦୀପ ଏବଂ ଗୋପାଳପୁରରେ ୨ଟି ଡପଲର ରାଡାର ରହିଛି। ବର୍ତ୍ତମାନ ଆଉ ୩ଟି ସ୍ଥାନରେ ଏହି ରାଡାର ଲାଗିବ।

ରାଜ୍ୟରେ ବସିବ ୩ ନୂଆ ଡପଲାର ରାଡାର୍। ସମ୍ବଲପୁର, ବାଲେଶ୍ଵର ଓ ଭୁବନେଶ୍ୱରରେ ବସିବ ରାଡାର। ଭୁବନେଶ୍ୱର ପାଇଁ ସ୍ଵତନ୍ତ୍ର ରାଡାର ଯାହା କୃତ୍ରିମ ବନ୍ୟା ବା ସହରୀ ବନ୍ୟା ପାଇଁ ସଠିକ୍ ତଥ୍ୟ ଯୋଗାଇବ। ଏହାସହ ଏୟାର କ୍ୱାଲିଟି ନେଇ ସଠିକ୍ ତଥ୍ୟ ଯୋଗାଇଦେବ। ସାରା ଦେଶରେ ୨୦୨୬ ପହିଲା ସୁଦ୍ଧା ୧୨୬ ଟି ରାଡାର ଲାଗିବ। ବର୍ତ୍ତମାନ ୭୩ ଟି ରାଡାର କାମ କରୁଥିବାବେଳେ ନୂଆ ୫୩ଟି ରାଡାର ଲାଗିବ। ସେପଟେ ଅଦିନିଆ ବର୍ଷାକୁ ନେଇ ସତର୍କ କଲେ ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। ଆସନ୍ତାକାଲିଠୁ ରାଜ୍ୟରେ ପୁଣି ହେବ ବର୍ଷା। ବଙ୍ଗୋପସାଗରରେ ଲଘୁଚାପ ଯୋଗୁଁ ୨୪ ଓ ୨୫ରେ ବର୍ଷା ହେବ। ଆବଶ୍ୟକୀୟ ପଦକ୍ଷେପ ନେବା ଲାଗି ଚାଷୀଙ୍କୁ ସତର୍କ କରାଇଛି ପାଣିପାଗ ବିଭାଗ।

Leave A Reply

Your email address will not be published.