ପ୍ରମୁଖ ଖବର

କାଲିଠୁ କ୍ଷୟକ୍ଷତି ଆକଳନ କରାଯିବ: ମନ୍ତ୍ରୀ
ଲାଞ୍ଚ ନେଇ ଧରାପଡ଼ିଲେ ସିଟି-ଜିଏସ୍‌ଟି ଅଧିକାରୀ
ଏସଆଇ ପରୀକ୍ଷା ଜାଲିଆତି: ଗିରଫ ୧୧୪ ପରୀକ୍ଷାର୍ଥୀଙ୍କୁ ମିଳିଲା ଜାମିନ
ଟ୍ରକ୍‌ ପଛରେ ପିଟି ହେଲା ବସ୍, ଡ୍ରାଇଭର ଓ ହେଲ୍‌ପର ମୃତ
ରାଫେଲରେ ଉଡିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ରାଉରକେଲା-ରାଞ୍ଚି ସେକ୍ସନରେ ଟ୍ରେନ୍ ଦୁର୍ଘଟଣାଗ୍ରସ୍ତ
ଯୁକ୍ତ ୨ ଫର୍ମ ପୂରଣ ପାଇଁ ଘୁଞ୍ଚିଲା ତାରିଖ

ନୂଆବର୍ଷରୁ ମାଲକାନାଗିରିରୁ ଉଡିବ ବିମାନ

0

ମାଲକାନାଗିରି: ନୂଆବର୍ଷରୁ ମାଲକାନାଗିରିରୁ ଉଡିବ ବିମାନ। ଓଡିଶାର ପୂର୍ବଘାଟ ଉପରେ ବିଶାଖାପାଟନମ୍ ଅନ୍ତର୍ଜାତୀୟ ବିମାନବନ୍ଦର ଏବଂ ମାଲକାନଗିରି ମଧ୍ୟରେ ଏକ ବିମାନସେବା ଆରମ୍ଭ ହେବାକୁ ନେଇ ସବୁଜ ସଂକେତ ମିଳିଛି। ସଂପ୍ରତି ଅପରେଟର ଇଣ୍ଡିଆ ଓ୍ବାନରୁ ଏକ ନଅ ସିଟ୍ ବିଶିଷ୍ଟ ଜେଟ୍ ଚଳାଇବା ପାଇଁ ପ୍ରି-ଅପରେସନ୍ ବ୍ୟବସ୍ଥା ଆରମ୍ଭ କରାଯାଇଛି। ଯଦି ଷ୍ଟେକ ହୋଲଡରଙ୍କ ଯୋଜନା ଅନୁଯାୟୀ ସବୁକିଛି ଠିକ୍ ଚାଲେ, ତେବେ ଲୋକମାନେ, ବିଶେଷକରି ଓଡିଶାର ବିଭିନ୍ନ ସହରର ବାସିନ୍ଦା ତଥା ପର୍ଯ୍ୟଟକମାନେ ଆନ୍ଧ୍ରର ଉପକୂଳବର୍ତ୍ତୀ ସହରରୁ ମାଲକାନଗିରି ପର୍ଯ୍ୟନ୍ତ ଆକାଶ ମାର୍ଗରେ ଉଡାଣ ଭରିପାରିବେ ବୋଲି ଆଶା ରଖାଯାଇଛି।

ଏନେଇ କର୍ତ୍ତୃପକ୍ଷଙ୍କ କହିବା ଅନୁଯାୟୀ, ଯଦି ଯୋଜନା ଅନୁସାରେ ସବୁକିଛି ଚାଲେ ତେବେ ଏହି ସେବା ୨୦୨୫ ଜାନୁଆରୀ ମାସରୁ ହିଁ ଆରମ୍ଭ ହୋଇଯିବ। ଏଥିପାଇଁ ଇଣ୍ଡିଆ ଓ୍ବାନ ଏୟାରଲାଇନ୍ସ ମଧ୍ୟ ଶୀଘ୍ର ବିମାନ ଚଳାଚଳ ପାଇଁ କାର୍ଯ୍ୟ କରୁଛି। ତେବେ ମାଲକାନଗିରି ବିମାନବନ୍ଦର ବାଣିଜ୍ୟିକ ବିମାନ (ନିର୍ଦ୍ଧାରିତ ବିମାନ) ପାଇଁ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇନାହିଁ। ବର୍ତ୍ତମାନ, ଇଣ୍ଡିଆ ୱାନ୍ ବିଶାଖାପାଟନମ୍ ଏବଂ ଜୟପୁର ମଧ୍ୟରେ ଏକ ନଅ ସିଟ୍ ବିଶିଷ୍ଟ ଜେଟ୍ ଚଳାଉଛି ଯାହା ବ୍ୟବସାୟିକ କ୍ଷେତ୍ରରେ ଲାଭଦାୟକ ହେବ।

ତେବେ କହିରଖୁଛୁ, ଚଳିତ ବର୍ଷ ଜାନୁଆରୀ ଆନୁଷ୍ଠାନିକ ଭାବେ ମାଲକାନଗିରି ବିମାନସେବା ଆରମ୍ଭ ହୋଇଥିଲେ ମଧ୍ୟ ଏଥିରେ ବର୍ତ୍ତମାନ ମନ୍ତ୍ରୀଙ୍କ ଯାଆାସ ପରି ଅଣନିର୍ଦ୍ଧାରିତ ବିମାନ ଚଳାଚଳ କରୁଛି। କିମ୍ବା କୌଣସି ଜରୁରୀକାଳୀନ ସେବାରେ ବ୍ୟବହାର ହେଉଛି ମାଲକାନଗିରି ବିମାନବନ୍ଦର। ବର୍ତ୍ତମାନ ପର୍ଯ୍ୟନ୍ତ ନିୟମିତ ଭାବରେ ଯାତ୍ରୀଙ୍କୁ ସେବା ଯୋଗାଇଦେବା ଭଳି ଏକ ନିର୍ଦ୍ଧାରିତ ସମୟରେ ବିମାନସେବା ଆରମ୍ଭ ହୋଇନାହିଁ।

Leave A Reply

Your email address will not be published.