ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

କଟକରେ ସ୍ଥାପନ ହେଲା ଅଟଳବିହାରୀ ବାଜପେୟୀଙ୍କ ବ୍ରୋଞ୍ଜ ପ୍ରତିମୂର୍ତ୍ତି

0

କଟକ: କଟକ ବେଲଭ୍ୟୁ ଛକଠାରେ ସୋମବାର ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ସ୍ୱର୍ଗତ ଅଟଳବିହାରୀ ବାଜପେୟୀଙ୍କ ଏକ ବିଶାଳ ବ୍ରୋଞ୍ଜ ପ୍ରତିମୂର୍ତ୍ତି ଉନ୍ମୋଚିତ ହୋଇଯାଇଛି। କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ପ୍ରତିମୂର୍ତ୍ତିର ଉନ୍ମୋଚନ କରିଛନ୍ତି। ଏଥିରେ ସମ୍ମାନିତ ଅତିଥି ଭାବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗଦେଇଥିଲେ। ବାଜପେୟୀଙ୍କ ଶତବାର୍ଷିକୀ ଜନ୍ମ ଜୟନ୍ତୀ ଉତ୍ସବ ପାଳନ ପୂର୍ବରୁ କଟକରେ ପ୍ରତିମୂର୍ତ୍ତି ସ୍ଥାପନ ହେବା ଅଟଳଜୀଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବା ସହ ସମାନ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ପ୍ରଥମ ଥର ପାଇଁ ଅଟଳଜୀଙ୍କ ବ୍ରୋଞ୍ଜ ପ୍ରତିମୂର୍ତ୍ତି କଟକରେ ସ୍ଥାପନ କରାଯାଇଛି। କଟକର ଶିଳ୍ପୀ ସଞ୍ଜୀବ ବିଶ୍ୱାଳଙ୍କ ନେତୃତ୍ୱରେ ୨୨ଜଣ କାରିଗରଙ୍କ ଦ୍ୱାରା କାଠଗଡ଼ା ସାହିସ୍ଥିତ କାରଖାନାରେ ଏହି ମୂର୍ତ୍ତି ତିଆରି କରାଯାଇଛି। ୯୦ କ୍ୱିଣ୍ଟାଲ ଓଜନର ବ୍ରୋଞ୍ଜରେ ତିଆରି ଏହି ପ୍ରତିମୂର୍ତ୍ତିର ଉଚ୍ଚତା ୧୦ ଫୁଟ୍‌ ୬ ଇଞ୍ଚ ରହିଛି। ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମଜୟନ୍ତୀ ଡିସେମ୍ବର ୨୫ରେ ଥିବାବେଳେ ଆଜି କଟକରେ ପ୍ରତିମୂର୍ତ୍ତିର ଲୋକାର୍ପଣ କରଯାଇଛି।

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ୧୯୯୯ ମସିହା ମହାବାତ୍ୟା ପରେ ଯେତେବେଳେ ଓଡ଼ିଶାର ଅର୍ଥନୀତି ସମ୍ପୂର୍ଣ୍ଣ ଭୁଶୁଡି ପଡ଼ିଥିଲା, ସେହି ସମୟରେ ଅଟଳ ବିହାରୀ ବାଜପେୟୀଙ୍କ ଏକ ଆଶ୍ଵସ୍ତିକର ବାକ୍ୟ ଓଡ଼ିଶା ପାଇଁ ବରଦାନ ସଦୃଶ ଥିଲା। ଓଡ଼ିଶାର ବିକାଶ ପାଇଁ ଅର୍ଥର ଅଭାବ ରହିବ ନାହିଁ ବୋଲି କହିଥିଲେ ଅଟଳ ବିହାରୀ ବାଜପେୟୀ।

ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ସାଂସଦ ଭର୍ତ୍ତୃହରି ମହତାବ, ସଦର ବିଧାୟକ ଇଂ ପ୍ରକାଶ ସେଠୀ, ମାହାଙ୍ଗା ବିଧାୟକ ସାରଦା ପ୍ରସାଦ ପ୍ରଧାନ, ବାଙ୍କୀ ବିଧାୟକ ଦେବୀ ପ୍ରସାଦ ତ୍ରିପାଠୀ, ସାଲେପୁର ବିଧାୟକ ପ୍ରଶାନ୍ତ ବେହେରା ଓ ଶ୍ରୀତମ୍ ଦାସ ପ୍ରମୁଖ ଯୋଗ ଦେଇଥିଲେ।

Leave A Reply

Your email address will not be published.