ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

କଟକରେ ସ୍ଥାପନ ହେଲା ଅଟଳବିହାରୀ ବାଜପେୟୀଙ୍କ ବ୍ରୋଞ୍ଜ ପ୍ରତିମୂର୍ତ୍ତି

0

କଟକ: କଟକ ବେଲଭ୍ୟୁ ଛକଠାରେ ସୋମବାର ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ସ୍ୱର୍ଗତ ଅଟଳବିହାରୀ ବାଜପେୟୀଙ୍କ ଏକ ବିଶାଳ ବ୍ରୋଞ୍ଜ ପ୍ରତିମୂର୍ତ୍ତି ଉନ୍ମୋଚିତ ହୋଇଯାଇଛି। କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ପ୍ରତିମୂର୍ତ୍ତିର ଉନ୍ମୋଚନ କରିଛନ୍ତି। ଏଥିରେ ସମ୍ମାନିତ ଅତିଥି ଭାବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗଦେଇଥିଲେ। ବାଜପେୟୀଙ୍କ ଶତବାର୍ଷିକୀ ଜନ୍ମ ଜୟନ୍ତୀ ଉତ୍ସବ ପାଳନ ପୂର୍ବରୁ କଟକରେ ପ୍ରତିମୂର୍ତ୍ତି ସ୍ଥାପନ ହେବା ଅଟଳଜୀଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବା ସହ ସମାନ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ପ୍ରଥମ ଥର ପାଇଁ ଅଟଳଜୀଙ୍କ ବ୍ରୋଞ୍ଜ ପ୍ରତିମୂର୍ତ୍ତି କଟକରେ ସ୍ଥାପନ କରାଯାଇଛି। କଟକର ଶିଳ୍ପୀ ସଞ୍ଜୀବ ବିଶ୍ୱାଳଙ୍କ ନେତୃତ୍ୱରେ ୨୨ଜଣ କାରିଗରଙ୍କ ଦ୍ୱାରା କାଠଗଡ଼ା ସାହିସ୍ଥିତ କାରଖାନାରେ ଏହି ମୂର୍ତ୍ତି ତିଆରି କରାଯାଇଛି। ୯୦ କ୍ୱିଣ୍ଟାଲ ଓଜନର ବ୍ରୋଞ୍ଜରେ ତିଆରି ଏହି ପ୍ରତିମୂର୍ତ୍ତିର ଉଚ୍ଚତା ୧୦ ଫୁଟ୍‌ ୬ ଇଞ୍ଚ ରହିଛି। ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମଜୟନ୍ତୀ ଡିସେମ୍ବର ୨୫ରେ ଥିବାବେଳେ ଆଜି କଟକରେ ପ୍ରତିମୂର୍ତ୍ତିର ଲୋକାର୍ପଣ କରଯାଇଛି।

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ୧୯୯୯ ମସିହା ମହାବାତ୍ୟା ପରେ ଯେତେବେଳେ ଓଡ଼ିଶାର ଅର୍ଥନୀତି ସମ୍ପୂର୍ଣ୍ଣ ଭୁଶୁଡି ପଡ଼ିଥିଲା, ସେହି ସମୟରେ ଅଟଳ ବିହାରୀ ବାଜପେୟୀଙ୍କ ଏକ ଆଶ୍ଵସ୍ତିକର ବାକ୍ୟ ଓଡ଼ିଶା ପାଇଁ ବରଦାନ ସଦୃଶ ଥିଲା। ଓଡ଼ିଶାର ବିକାଶ ପାଇଁ ଅର୍ଥର ଅଭାବ ରହିବ ନାହିଁ ବୋଲି କହିଥିଲେ ଅଟଳ ବିହାରୀ ବାଜପେୟୀ।

ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ସାଂସଦ ଭର୍ତ୍ତୃହରି ମହତାବ, ସଦର ବିଧାୟକ ଇଂ ପ୍ରକାଶ ସେଠୀ, ମାହାଙ୍ଗା ବିଧାୟକ ସାରଦା ପ୍ରସାଦ ପ୍ରଧାନ, ବାଙ୍କୀ ବିଧାୟକ ଦେବୀ ପ୍ରସାଦ ତ୍ରିପାଠୀ, ସାଲେପୁର ବିଧାୟକ ପ୍ରଶାନ୍ତ ବେହେରା ଓ ଶ୍ରୀତମ୍ ଦାସ ପ୍ରମୁଖ ଯୋଗ ଦେଇଥିଲେ।

Leave A Reply

Your email address will not be published.