ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ରଘୁବର ଦାସ

0

ଭୁବନେଶ୍ବର: ଓଡ଼ିଶାର ରାଜ୍ୟପାଳ ପଦରୁ ଇସ୍ତଫା ଦେଇଛନ୍ତି ରଘୁବର ଦାସ। ତାଙ୍କ ସ୍ଥାନରେ ହରି ବାବୁ କମ୍ଭମପତି ନୂଆ ରାଜ୍ୟପାଳ ନିଯୁକ୍ତି ହୋଇଛନ୍ତି। ରଘୁବରଙ୍କ ଇସ୍ତଫା ପତ୍ର ରାଷ୍ଟ୍ରପତି ଦୌପଦୀ ମୂର୍ମୁଙ୍କ ପାଖକୁ ପାଖକୁ ପଠାଇଛନ୍ତି। ତେବେ ରଘୁବରଙ୍କ ଇସ୍ତଫା ପରେ ଓଡ଼ିଶା ରାଜନୀତି ସରଗରମ ହୋଇ ଉଠିଛି। ରଘୁବର ୨୦୨୩ରେ ଓଡ଼ିଶାର ରାଜ୍ୟପାଳ ଭାବେ ନିଯୁକ୍ତି ହୋଇଥିବାବେଳେ ହଠାତ୍‌ ସେ ଇସ୍ତଫା ଦେବା ଚର୍ଚ୍ଚାର ବିଷୟ ପାଲଟିଛି। କୁହାଯାଉଛି ସେ ପୁଣି ରାଜନୀତିକୁ ଫେରି ପାରନ୍ତି।

ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ରଘୁବର ଦାସ ରାଜ୍ୟପାଳ ଭାବେ ଇସ୍ତଫା ଦେବା ପରେ ପୁଣି ଥରେ ଭାଜପାରେ ଯୋଗଦେଇପାରନ୍ତି ବୋଲି ଚର୍ଚ୍ଚା ହେଛି। ରଘୁବର ଝାଡଖଣ୍ଡ ରାଜନୀତିରେ ଜଣେ ଚର୍ଚ୍ଚିତ ଚେହେରା ଅଟନ୍ତି। ସେ ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ଭାବେ ମଧ୍ୟ କାର୍ଯ୍ୟ କରିଛନ୍ତି। ସେ ୨୦୧୪ ରୁ ୨୦୧୯ ପର୍ଯ୍ୟନ୍ତ ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ। ଏଥିସହ ରଘୁବର ଦାସ ପାଞ୍ଚଥର ଜାମସେଦପୁର ପୂର୍ବର ବିଧାୟକ ହୋଇଛନ୍ତି। ଚଳିତ ଝାଡଖଣ୍ଡ ନିର୍ବାଚନରେ ସେ ପୁଣି ଝାଡଖଣ୍ଡ ନିର୍ବାଚନକୁ ଫେରିବା ନେଇ ଚର୍ଚ୍ଚାରେ ରହିଥିଲେ। ନିର୍ବାଚନ ପୂର୍ବରୁ ବହୁ ବରିଷ୍ଠ ନେତାଙ୍କ ସହ ତାଙ୍କ ସାକ୍ଷାତକାର ଚର୍ଚ୍ଚାକୁ ଖୋରାକ ଯୋଗାଇଥିଲା। ଶେଷରେ ତାଙ୍କ ବୋହୂଙ୍କୁ ଟିକେଟ୍‌ ମିଳିଥିଲା।

ଜଣେ ଓଡ଼ିଆ ଏଏସଓଙ୍କ ପ୍ରତି ରାଜ୍ୟପାଳଙ୍କ ପୁଅର ଅମାନବୀୟ ଆଚରଣକୁ ନେଇ ରାଜ୍ୟର ବିଜେପି ସରକାରକୁ ମଧ୍ୟ ବଦନାମ ମୁଣ୍ଡାଇବାକୁ ପଡ଼ିଥିଲା।ପୂର୍ବ ରାଜ୍ୟପାଳ ରଘୁବର ଦାସ ଓଡ଼ିଶାରେ ଅଧିକ ଚର୍ଚ୍ଚାରେ ଆସିଥିଲେ ଯେତେବେଳେ ତାଙ୍କ ପୁଅ ପୁରୀରେ ଜଣେ ସରକାରୀ କର୍ମଚାରୀଙ୍କୁ ମାଡ ମାରିଥିଲେ। ସେତେବେଳେ ଏହି ଘଟଣା ରାଜ୍ୟ ରାଜନୀତିକୁ ହଲଚଲ କରିଦେଇଥିଲା। ଏହି ଘଟଣାକୁ ନେଇ ଉଭୟ ଶାସକ-ବିରୋଧୀ ମୁହାଁମୁହିଁ ହୋଇଥିଲେ। ହୋଇଥାଏପାରେ ଏହି ଘଟଣା ଯୋଗୁ ଭାଜପା ତାଙ୍କୁ ରାଜ୍ୟପାଳ ପଦରୁ ହଟାଇଦେଇଛି।

Leave A Reply

Your email address will not be published.