ପ୍ରମୁଖ ଖବର

ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ରାଜଧାନୀରୁ ହଟିବେ ସମସ୍ତ ଉଠା ଦୋକାନୀ

0

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱର ରୁ ହଟିବେ ସମସ୍ତ ଉଠା ଦୋକାନୀ। ୫୫ଟି ରାସ୍ତାରୁ ସ୍ଥାୟୀ ଭାବେ ଉଠା ଦୋକାନୀକୁ ହଟାଯିବ। ସମୂହ ସଫେଇ କାର୍ଯ୍ୟକ୍ରମ ବେଳେ ଏମିତି କିଛି ସୂଚନା ଦେଇଛନ୍ତି ଭୁବନେଶ୍ୱର ମେୟର ସୁଲୋଚନା ଦାସ। ଉଠା ଦୋକାନୀଙ୍କୁ ହଟାଯାଇ ସ୍ଥାୟୀ ଭେଣ୍ଡିଂ ଜୋନ ଦିଆଯିବ।

ଏନେଇ ସମୂହ ସଫେଇ କାର୍ଯ୍ୟକ୍ରମ ସମୟରେ ରାସ୍ତା କଡ଼ରେ ମନ ଇଚ୍ଛା ଚାଲିଥିବା ଦୋକାନ ଦେଖି ମେୟର ଅସନ୍ତୋଷ ପ୍ରକାଶ କରିବା ସହିତ ରାସ୍ତା କଡ଼ରେ ବାରମ୍ବାର ତାଗିଦ ପରେ ବି କାହିଁକି ରେଜିଷ୍ଟ୍ରେସନ୍ କରିନଥିବା ଦୋକାନୀ ଦୋକାନ ପକାଇଛନ୍ତି ବୋଲି ପ୍ରଶ୍ନ କରିଛନ୍ତି।

ତେବେ ଆଗକୁ ପ୍ରବାସୀ ଭାରତୀୟ ସମ୍ମିଳନୀ ପାଇଁ ରାଜଧାନୀ ଭୁବନେଶ୍ୱର ସଜେଇ ହେଉଥିବା ବେଳେ ଏଥିପାଇଁ ଭୁବନେଶ୍ୱରକୁ ସଫା କରିବା ପାଇଁ ଅଣ୍ଟା ଭିଡ଼ିଛି ବିଏମସି। ରାସ୍ତା କଡ଼ରେ ଉଠା ଦୋକାନୀଙ୍କୁ ହଟାଇ ସ୍ଥାୟୀ ଭେଣ୍ଡିଂ ଜୋନ ଦିଆଯିବ ନେଇ ଯୋଜନା ହୋଇଛି। ଭେଣ୍ଡିଂ ଜୋନ୍ ପାଇଁ ରେଜିଷ୍ଟର କରିଥିବା ଦୋକାନୀ ହିଁ ଦୋକାନ ପାଇଁ ଅନୁମତି ପାଇବେ। ଏହା ସହିତ ଦୋକାନୀଙ୍କୁ ଦୋକାନ ପାଖ ସଫା ରଖିବାକୁ କଡା ନିର୍ଦ୍ଦେଶ ଦେଇଛନ୍ତି ମେୟର।

Leave A Reply

Your email address will not be published.