ପ୍ରମୁଖ ଖବର

ଫିଟନେସ୍‌ ବିନା ରାସ୍ତାରେ ଗଡ଼ିବନି ଗାଡ଼ି; ନିୟମ ଭଙ୍ଗିଲେ ହେବ ଜବତ
ଭୁବନେଶ୍ୱରରେ ନିର୍ମାଣ ହେବ ୬୦୦ କୋଟି ଟଙ୍କାର ଅତ୍ୟାଧୁନିକ ରାଜସ୍ୱ ଭବନ
ଅହମଦାବାଦ ସିରିଏଲ ବିସ୍ଫୋରଣ ମାମଲା: ୩୮ଙ୍କୁ ଫାଶୀ, ୧୧ଙ୍କୁ ଆଜୀବନ କାରାଦଣ୍ଡ
ଶିଶୁ ବାଟିକା ଶିକ୍ଷକ ନିଯୁକ୍ତି ନେଇ ଭାଇରାଲ ଚିଠି ଜାଲ୍, ସ୍ପଷ୍ଟ କଲା ଗଣଶିକ୍ଷା ବିଭାଗ
ୱାୟାନାଡରେ ଭୟଙ୍କର ଭୂସ୍ଖଳନ: ୩ ମୃତ, ୭ ନିଖୋଜ; ଜାରି ରହିଛି ଉଦ୍ଧାର କାର୍ଯ୍ୟ
ନାଟୋ ସମ୍ମିଳନୀ ପୂର୍ବରୁ ୟୁକ୍ରେନ୍‌ ଉପରେ ରୁଷର ଭୟଙ୍କର ଆକ୍ରମଣ, ୨୩ ମୃତ
ତେଲ ନଦୀରେ ଭାସି ଯାଇ ବୃଦ୍ଧଙ୍କ ମୃତ୍ୟୁ
ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ ମୋଦୀ
ଅଦିନିଆ ରଥଯାତ୍ରା ବନ୍ଦ ପାଇଁ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଗଜପତି
ଭୁବନେଶ୍ବର: ଦାମୀ ଗାଡ଼ିରେ ବ୍ରାଉନସୁଗାର କାରବାର, ବାପ–ପୁଅ ଗିରଫ

ପତ୍ନୀକୁ ହତ୍ୟା ପରେ ନିଜ ବେକ କାଟିଲା ସ୍ୱାମୀ

0

କଟକ: କଟକରେ ଚାଞ୍ଚଲ୍ୟ। ସ୍ତ୍ରୀକୁ ବୀଭତ୍ସ ହତ୍ୟା ପରେ ନିଜ ବେକ କାଟିଲା ସ୍ବାମୀ। ଏଭଳି ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟଣା ଘଟିଛି କଟକ ଜିଲା ଲାଲ୍‌ବାଗ ଥାନା ସିଦ୍ଧେଶ୍ବରସାହିରେ। ମୃତ ବ୍ୟକ୍ତି କଟକସ୍ଥିତ ସାଇବର ପୋଲିସ ଷ୍ଟେସନରେ ଜଣେ କନଷ୍ଟେବଳ ଥିଲେ। ପାରିବାରିକ କଳହରୁ ଏହି ହତ୍ୟାକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି। ଗୁରତର ସ୍ୱାମୀଙ୍କୁ ଏସସିବି ମେଡିକାଲ କାଜୁଏଲଟିରେ ଭର୍ତ୍ତି କରାଯାଇଛି।

ମୃତ ମହିଳା ଜଣକ ବିଷ୍ନୁପ୍ରିୟ ମଲ୍ଲିକ (୩୦) ଏବଂ ଅଭିଯୁକ୍ତ ଜଣକ ବିଶ୍ୱଜିତ ବୋଲି ଜଣାପଡିଛି। ରିପୋର୍ଟ ଅନୁଯାୟୀ, ବିଶ୍ୱଜିତ୍ ଏବଂ ବିଷ୍ନୁପ୍ରିୟ ୨୦୧୯ ରେ ବିବାହ କରିଥିଲେ। ପରେ ସେମାନଙ୍କର ଏକ କନ୍ୟା ସନ୍ତାନ ଜନ୍ମ ହୋଇଥିଲା। ସ୍ୱାମୀ ଓ ସ୍ତ୍ରୀ ଗତ ତିନି ବର୍ଷ ଧରି କଟକସ୍ଥିତ ସିଦ୍ଧେଶ୍ୱର ସାହିରେ ଏକ ଭଡା ଘରେ ରହୁଥିଲେ। ଦମ୍ପତିଙ୍କ ୫ ବର୍ଷର ଝିଅ ଟିଏ ଅଛି।

ପ୍ରାଥମିକ ଅନୁସନ୍ଧାନରୁ ଏହା ଜାଣିବାକୁ ମିଳିଛି ଯେ ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ପାରିବାରିକ କଳହ ଲାଗିରହିଥିଲା। ଏଥିରେ ଉତକ୍ଷିପ୍ତ ହୋଇ ବିଶ୍ୱଜିତ ଏକ ତୀକ୍ଷ୍ଣ ଅସ୍ତ୍ର ସାହାଯ୍ୟରେ ତାଙ୍କ ପତ୍ନୀଙ୍କୁ ହତ୍ୟା କରିଛନ୍ତି। ତେବେ ଏହି ସ୍ତ୍ରୀଙ୍କୁ ହତ୍ୟା କରିବା ପରେ ଅଭିଯୁକ୍ତ ନିଜକୁ ମଧ୍ୟ ମାରିବାକୁ ଚେଷ୍ଟା କରିଥିଲା। ସେ ନିଜ ଗଳାକୁ ଧାରୁଆ ଅସ୍ତ୍ରରେ କାଟି ଦେଇଥିଲେ। ତେବେ ପଡ଼ୋଶୀମାନେ ଘଟଣାସ୍ଥଳରେ ପହଞ୍ଚି ତାଙ୍କୁ ଉଦ୍ଧାର କରି ଗୁରୁତର ଅବସ୍ଥାରେ କଟକସ୍ଥିତ ଏସସିବି ମେଡିକାଲରେ ଭର୍ତ୍ତି କରିଥିଲେ।

Leave A Reply

Your email address will not be published.