ପ୍ରମୁଖ ଖବର

ଆଇଏମ୍‌ଏସ୍ ଆଣ୍ଡ ସମ ହସ୍ପିଟାଲ୍ କ୍ୟାମ୍ପସ-୨ରେ ଏଆରଟି ସେଂଟର ଉଦ୍‌ଘାଟିତ
ପଞ୍ଚମ ଏବଂ ଅଷ୍ଟମ ଶ୍ରେଣୀ ପାଇଁ ୧୭ଟି ନୂତନ ପାଠ୍ୟପୁସ୍ତକକୁ ମିଳିଲା ଅନୁମୋଦନ
କ୍ୟାବିନେଟରେ ୫ବିଭାଗର ୬ପ୍ରସ୍ତାବକୁ ମଞ୍ଜୁରୀ
ବିନା ଅନୁମତିରେ ବିଡିଓ ଓ ତହସିଲଦାର ଛୁଟିରେ ରହିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ
ଯାତ୍ରୀଙ୍କ ପାଇଁ ଆଡଭାଇଜରି ଜାରି କଲା ଦିଲ୍ଲୀ ବିମାନବନ୍ଦର
ବାଲେଶ୍ବର ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଅଗ୍ନିକାଣ୍ଡ

ହରିବାବୁ କମ୍ଭମପତିିି ଓଡ଼ିଶାର ନୂଆ ରାଜ୍ୟପାଳ

0

ଭୁବନେଶ୍ବର: ଡକ୍ଟର ହରିବାବୁ କମ୍ଭମପତିିି ହେଲେ ଓଡ଼ିଶାର ନୂଆ ରାଜ୍ୟପାଳ। ରଘୁବର ଦାସଙ୍କ ଇସ୍ତଫା ପରେ ଓଡ଼ିଶାର ନୂଆ ରାଜ୍ୟପାଳ ନିଯୁକ୍ତି ହୋଇଛି। ଓଡ଼ିଶାର ରାଜ୍ୟପାଳ ଭାବେ ଡକ୍ଟର ହରିବାବୁ କମ୍ଭମପତିିିଙ୍କୁ ନିଯୁକ୍ତି ମିଳିଛି। ମିଜୋରାମ ରାଜ୍ୟପାଳ ଥିଲେ ହରିବାବୁ କମ୍ଭମପତିିି। ରଘୁବର ଦାସଙ୍କ ଇସ୍ତଫା ପରେ ହରିବାବୁ କମ୍ଭମପତିିିଙ୍କୁ ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯାଇଥିବା ନେଇ ସୂଚନା ମିଳିଛି।

୧୯୫୩ ମସିହା ଜୁନ୍ ୧୫ତାରିଖରେ ଆନ୍ଧ୍ରପ୍ରଦେଶର ପ୍ରକାଶମ୍ ଜିଲାର ଟିମାସମୁଦ୍ରମ ଗାଁରେ ଜନ୍ମ ଲାଭ କରିଥିବା ଡକ୍ଟର ହରିବାବୁ କମ୍ଭମପତିିି ଆନ୍ଧ୍ରପ୍ରଦେଶ ବିଶ୍ୱବିଦ୍ୟାଳୟରୁ ଇଲେକ୍ଟ୍ରିକାଲ ଆଣ୍ଡ କଂଟ୍ରୋଲ ସିଷ୍ଟମରେ ମାଷ୍ଟର ଡିଗ୍ରୀ ଓ କଂଟ୍ରୋଲ ସିଷ୍ଟମରେ ଡକ୍ଟରେଟ ଡିଗ୍ରୀ ହାସଲ କରିଛନ୍ତି। ସେ ଆନ୍ଧ୍ରପ୍ରଦେଶ ବିଶ୍ବବିଦ୍ୟାଳୟ ଇଞ୍ଜିନିୟରିଂ କଲେଜରେ ୨୪ବର୍ଷ ଧରି ଆସୋସିଏଟ୍ ପ୍ରଫେସର ଭାବେ କାର୍ଯ୍ୟ କରିଥିଲେ।
ସୂଚନା ଅନୁସାରେ, ମିଜୋରାମର ରାଜ୍ୟପାଳ ଡଃ କମ୍ଭାମପତିଙ୍କୁ ଓଡ଼ିଶାର ରାଜ୍ୟପାଳ ଭାବେ ନିଯୁକ୍ତି ମିଳିଛି।

ଡଃ କମ୍ଭାମପତି ୨୦୨୧ ଜୁଲାଇ ୧୯ତାରିଖରୁ ମିଜୋରାମର ରାଜ୍ୟପାଳ ଅଛନ୍ତି। ଛାତ୍ର ରାଜନୀତିରୁ ନିଜର କ୍ୟାରିୟର ଆରମ୍ଭ କରିଥିବା ଡଃ କମ୍ଭାମପତି ୧୯୭୪-୭୫ ମସିହାରେ ଜୟପ୍ରକାଶ ନାରାୟଣ ଆନ୍ଦୋଳନବେଳେ ଗିରଫ ହୋଇ ୬ମାସ ଜେଲ୍ ଯାଇଥିଲେ। ସେ ୧୯୯୯ ମସିହାରେ ବିଶାଖାପାଟଣାର ବିଧାୟକ ଭାବେ ଆନ୍ଧ୍ରପ୍ରଦେଶ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ପରେ ୨୦୧୪ ବିଶାଖାପାଟଣା ଲୋକସଭା ଆସନରୁ ସଂସଦକୁ ନିର୍ବାଚିିତ ହୋଇଥିଲେ।

Leave A Reply

Your email address will not be published.