ପ୍ରମୁଖ ଖବର

ମାଲକାନଗିରି ଜିଲ୍ଲା କାଲିମେଳା ବ୍ଲକର ଗୋମ୍ଫାକୋଣ୍ଡା ଆଶ୍ରମ ବିଦ୍ୟାଳୟରେ ଜଣେ ଦଶମ ଶ୍ରେଣୀର ଛାତ୍ରଙ୍କ ଆତ୍ମହତ୍ୟା
ଫେବୃଆରୀ ୧୮ରୁ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ
ଗୁଜରାଟରେ ଖୁବଶୀଘ୍ର ଲାଗୁ ହେବ ୟୁସିସି
ଲାଞ୍ଚ ନେଇ ଗିରଫ ହେଲେ ବିରମହାରାଜପୁର ଥାନା ଏଏସଆଇ
ଅଗ୍ନିଶମ କର୍ମଚାରୀଙ୍କ ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର
ରାଜଧାନୀ ଭୁବନେଶ୍ବରରେ ମୋ ବସ୍‌ ଧକ୍କାରେ ଚାଲିଗଲା ନାବଳିକାଙ୍କ ଜୀବନ

କଳାହାଣ୍ଡି ବିଶ୍ୱବିଦ୍ୟାଳୟ କୁଳପତି ସଞ୍ଜୟ ଶତପଥୀଙ୍କ ପରଲୋକ

0

କଳାହାଣ୍ଡି: ପରଲୋକରେ କଳାହାଣ୍ଡି ଜିଲ୍ଲା ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ସଞ୍ଜୟ ଶତପଥୀ। ଆଜି ସକାଳ ୮ଟାରେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ତାଙ୍କର ପରଲୋକ ହୋଇଛି। ବିଶ୍ୱବିଦ୍ୟାଳୟ ଇନ୍‌ଚାର୍ଜ ଭିସି ନିବେଦିତା ନାଥ ଏହି ସୂଚନା ଦେଇଛନ୍ତି। ଦୀର୍ଘଦିନ ହେବ ଅସୁସ୍ଥ ହୋଇ ଚିକିତ୍ସାଧୀନ ଥିଲେ ସଞ୍ଜୟ ଶତପଥୀ।

କର୍କଟ ରୋଗରେ ଆକ୍ରାନ୍ତ ହୋଇ ଗତ କିଛି ଦିନ ତଳେ ଗୁରୁତର ଅବସ୍ଥାରେ ତାଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ହସ୍ପିଟାଲରେ ତାଙ୍କୁ ବ୍ରେନ୍‌ ଷ୍ଟ୍ରୋକ୍‌ ମଧ୍ୟ ହୋଇଥିବା ଜଣାପଡିଥିଲା। ଗତ ଅକ୍ଟୋବର ତାରିଖଠାରୁ ଦେହ ଅସୁସ୍ଥ ଥିବା ନେଇ ସେ ବିଶ୍ବବିଦ୍ୟାଳୟରୁ ଛୁଟି ନେଇଥିଲେ। ତାଙ୍କ ପରଲୋକ ଖବର ଶୁଣି ବିଶ୍ୱବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ସମେତ କର୍ତ୍ତୃପକ୍ଷ, ଭାରପ୍ରାପ୍ତ କୁଳପତି ଶୋକ ପ୍ରକାଶ କରିଛନ୍ତି।

ରେଭେନ୍ସା ବିଶ୍ୱବିଦ୍ୟାଳୟର ଅବସରପ୍ରାପ୍ତ ପ୍ରଫେସର ସଞ୍ଜୟ କୁମାର ଶତପଥୀ ୧୩ଟି ପାଠ୍ୟ ପୁସ୍ତକ ସମେତ ୨୪ଟି ପୁସ୍ତକ ରଚନା କରିଛନ୍ତି। ତାଙ୍କର ୩୬ ବର୍ଷରୁ ଅଧିକ ଶିକ୍ଷାଦାନ ଅଭିଜ୍ଞତା ଅଛି ଏବଂ ସେ ୨୦ଟି ପିଏଚଡି ଲାଗି ସଫଳତାର ସହ ଛାତ୍ରମାନଙ୍କୁ ମାର୍ଗଦର୍ଶନ କରିଛନ୍ତି।

ସୂଚନାଯୋଗ୍ୟ, ୨୦୨୧ ଏପ୍ରିଲରେ ସେ ମାଣିକେଶ୍ୱରୀ ବିଶ୍ବବିଦ୍ୟାଳୟରେ ଯୋଗଦାନ କରିଥିଲେ। ସେ ଏକାଧାରାରେ ଜଣେ ଶିକ୍ଷାବିତ୍‌ ପ୍ରବଚକ, ସାହିତ୍ୟିକ ସର୍ବୋପରି ଜଣେ ବିଶିଷ୍ଟ ପ୍ରାବନ୍ଧିକ ଭାବରେ ବେଶ୍‌ ଜଣାଶୁଣା। ରାଜ୍ୟର ବିଭିନ୍ନ ଧର୍ମାନୁଷ୍ଠାନ ସହ ସେ ଦୀର୍ଘବର୍ଷ ହେଲା ଜଡ଼ିତ ରହିଥିଲେ। ତାଙ୍କ ବିୟୋଗରେ ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

Leave A Reply

Your email address will not be published.