ପ୍ରମୁଖ ଖବର

ଫିଟନେସ୍‌ ବିନା ରାସ୍ତାରେ ଗଡ଼ିବନି ଗାଡ଼ି; ନିୟମ ଭଙ୍ଗିଲେ ହେବ ଜବତ
ଭୁବନେଶ୍ୱରରେ ନିର୍ମାଣ ହେବ ୬୦୦ କୋଟି ଟଙ୍କାର ଅତ୍ୟାଧୁନିକ ରାଜସ୍ୱ ଭବନ
ଅହମଦାବାଦ ସିରିଏଲ ବିସ୍ଫୋରଣ ମାମଲା: ୩୮ଙ୍କୁ ଫାଶୀ, ୧୧ଙ୍କୁ ଆଜୀବନ କାରାଦଣ୍ଡ
ଶିଶୁ ବାଟିକା ଶିକ୍ଷକ ନିଯୁକ୍ତି ନେଇ ଭାଇରାଲ ଚିଠି ଜାଲ୍, ସ୍ପଷ୍ଟ କଲା ଗଣଶିକ୍ଷା ବିଭାଗ
ୱାୟାନାଡରେ ଭୟଙ୍କର ଭୂସ୍ଖଳନ: ୩ ମୃତ, ୭ ନିଖୋଜ; ଜାରି ରହିଛି ଉଦ୍ଧାର କାର୍ଯ୍ୟ
ନାଟୋ ସମ୍ମିଳନୀ ପୂର୍ବରୁ ୟୁକ୍ରେନ୍‌ ଉପରେ ରୁଷର ଭୟଙ୍କର ଆକ୍ରମଣ, ୨୩ ମୃତ
ତେଲ ନଦୀରେ ଭାସି ଯାଇ ବୃଦ୍ଧଙ୍କ ମୃତ୍ୟୁ
ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ ମୋଦୀ
ଅଦିନିଆ ରଥଯାତ୍ରା ବନ୍ଦ ପାଇଁ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଗଜପତି
ଭୁବନେଶ୍ବର: ଦାମୀ ଗାଡ଼ିରେ ବ୍ରାଉନସୁଗାର କାରବାର, ବାପ–ପୁଅ ଗିରଫ

କଳାହାଣ୍ଡି ବିଶ୍ୱବିଦ୍ୟାଳୟ କୁଳପତି ସଞ୍ଜୟ ଶତପଥୀଙ୍କ ପରଲୋକ

0

କଳାହାଣ୍ଡି: ପରଲୋକରେ କଳାହାଣ୍ଡି ଜିଲ୍ଲା ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ସଞ୍ଜୟ ଶତପଥୀ। ଆଜି ସକାଳ ୮ଟାରେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ତାଙ୍କର ପରଲୋକ ହୋଇଛି। ବିଶ୍ୱବିଦ୍ୟାଳୟ ଇନ୍‌ଚାର୍ଜ ଭିସି ନିବେଦିତା ନାଥ ଏହି ସୂଚନା ଦେଇଛନ୍ତି। ଦୀର୍ଘଦିନ ହେବ ଅସୁସ୍ଥ ହୋଇ ଚିକିତ୍ସାଧୀନ ଥିଲେ ସଞ୍ଜୟ ଶତପଥୀ।

କର୍କଟ ରୋଗରେ ଆକ୍ରାନ୍ତ ହୋଇ ଗତ କିଛି ଦିନ ତଳେ ଗୁରୁତର ଅବସ୍ଥାରେ ତାଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ହସ୍ପିଟାଲରେ ତାଙ୍କୁ ବ୍ରେନ୍‌ ଷ୍ଟ୍ରୋକ୍‌ ମଧ୍ୟ ହୋଇଥିବା ଜଣାପଡିଥିଲା। ଗତ ଅକ୍ଟୋବର ତାରିଖଠାରୁ ଦେହ ଅସୁସ୍ଥ ଥିବା ନେଇ ସେ ବିଶ୍ବବିଦ୍ୟାଳୟରୁ ଛୁଟି ନେଇଥିଲେ। ତାଙ୍କ ପରଲୋକ ଖବର ଶୁଣି ବିଶ୍ୱବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ସମେତ କର୍ତ୍ତୃପକ୍ଷ, ଭାରପ୍ରାପ୍ତ କୁଳପତି ଶୋକ ପ୍ରକାଶ କରିଛନ୍ତି।

ରେଭେନ୍ସା ବିଶ୍ୱବିଦ୍ୟାଳୟର ଅବସରପ୍ରାପ୍ତ ପ୍ରଫେସର ସଞ୍ଜୟ କୁମାର ଶତପଥୀ ୧୩ଟି ପାଠ୍ୟ ପୁସ୍ତକ ସମେତ ୨୪ଟି ପୁସ୍ତକ ରଚନା କରିଛନ୍ତି। ତାଙ୍କର ୩୬ ବର୍ଷରୁ ଅଧିକ ଶିକ୍ଷାଦାନ ଅଭିଜ୍ଞତା ଅଛି ଏବଂ ସେ ୨୦ଟି ପିଏଚଡି ଲାଗି ସଫଳତାର ସହ ଛାତ୍ରମାନଙ୍କୁ ମାର୍ଗଦର୍ଶନ କରିଛନ୍ତି।

ସୂଚନାଯୋଗ୍ୟ, ୨୦୨୧ ଏପ୍ରିଲରେ ସେ ମାଣିକେଶ୍ୱରୀ ବିଶ୍ବବିଦ୍ୟାଳୟରେ ଯୋଗଦାନ କରିଥିଲେ। ସେ ଏକାଧାରାରେ ଜଣେ ଶିକ୍ଷାବିତ୍‌ ପ୍ରବଚକ, ସାହିତ୍ୟିକ ସର୍ବୋପରି ଜଣେ ବିଶିଷ୍ଟ ପ୍ରାବନ୍ଧିକ ଭାବରେ ବେଶ୍‌ ଜଣାଶୁଣା। ରାଜ୍ୟର ବିଭିନ୍ନ ଧର୍ମାନୁଷ୍ଠାନ ସହ ସେ ଦୀର୍ଘବର୍ଷ ହେଲା ଜଡ଼ିତ ରହିଥିଲେ। ତାଙ୍କ ବିୟୋଗରେ ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

Leave A Reply

Your email address will not be published.