ପ୍ରମୁଖ ଖବର

ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଇଂରାଜୀ ନବବର୍ଷର ନୂଆ କ୍ୟାଲେଣ୍ଡରକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

0

ପୁରୀ: ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ୨୦୨୫ ଇଂରାଜୀ ନୂତନ ବର୍ଷ କ୍ୟାଲେଣ୍ଡର (ଉଭୟ ୱାଲ ଏବଂ ଡେସ୍କ) ପ୍ରକାଶ ପାଇଛି। କ୍ୟାଲେଣ୍ଡରର ପ୍ରଥମ କପିକୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କଠାରେ ଲାଗି ହୋଇଛି। ଦେବାର୍ପଣ ପରେ ଗୁରୁବାର ଉଭୟ କ୍ୟାଲେଣ୍ଡରକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉନ୍ମୋଚିତ କରିଛନ୍ତି l
ଡେସ୍କ କ୍ୟାଲେଣ୍ଡରରେ ରାଜ୍ୟର ବିଭିନ୍ନ ଶିଳ୍ପୀଙ୍କ ଚିତ୍ର ଏବଂ ବାଲୁକା କଳା ସ୍ଥାନିତ ହୋଇଛି। ସେହିପରି ସାତ ପୃଷ୍ଠା ବିଶିଷ୍ଟ ୱାଲ କ୍ୟାଲେଣ୍ଡରରେ ରଥାରୂଢ଼ ମହାପ୍ରଭୁଙ୍କ ଭବ୍ୟ ଚିତ୍ର ସ୍ଥାନିତ ହୋଇଛି। ଇଂରାଜୀ ନୂଆ ବର୍ଷରେ ପୁରୀ ଓ ଭୁବନେଶ୍ୱର ସ୍ଥିତ ଶ୍ରୀମନ୍ଦିର ସୂଚନା କେନ୍ଦ୍ରଗୁଡିକରେ ଏହି କ୍ୟାଲେଣ୍ଡର ଶ୍ରଦ୍ଧାଳୁଙ୍କୁ ବିକ୍ରୟ ସକାଶେ ଉପଲବ୍ଧ ହେବ।

ଏହି ଅବସରରେ ଆଇନ ମନ୍ତ୍ରୀ ପୃଥୱୀରାଜ ହରିଚନ୍ଦନ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ଆଇନ ବିଭାଗ ପ୍ରମୁଖ ଶାସନ ସଚିବ ମାନସ ରଞ୍ଜନ ବାରିକ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢୀ, ପୁରୀ ଜିଲାପାଳ ଓ ଆରକ୍ଷୀ ଅଧିକ୍ଷକ ପ୍ରମୁଖ ଉପସ୍ଥିତ ଥିଲେ।

Leave A Reply

Your email address will not be published.