ପ୍ରମୁଖ ଖବର

ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍‌ ସ୍ମିତ୍‌ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ

ଇଂରାଜୀ ନବବର୍ଷର ନୂଆ କ୍ୟାଲେଣ୍ଡରକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

0

ପୁରୀ: ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ୨୦୨୫ ଇଂରାଜୀ ନୂତନ ବର୍ଷ କ୍ୟାଲେଣ୍ଡର (ଉଭୟ ୱାଲ ଏବଂ ଡେସ୍କ) ପ୍ରକାଶ ପାଇଛି। କ୍ୟାଲେଣ୍ଡରର ପ୍ରଥମ କପିକୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କଠାରେ ଲାଗି ହୋଇଛି। ଦେବାର୍ପଣ ପରେ ଗୁରୁବାର ଉଭୟ କ୍ୟାଲେଣ୍ଡରକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉନ୍ମୋଚିତ କରିଛନ୍ତି l
ଡେସ୍କ କ୍ୟାଲେଣ୍ଡରରେ ରାଜ୍ୟର ବିଭିନ୍ନ ଶିଳ୍ପୀଙ୍କ ଚିତ୍ର ଏବଂ ବାଲୁକା କଳା ସ୍ଥାନିତ ହୋଇଛି। ସେହିପରି ସାତ ପୃଷ୍ଠା ବିଶିଷ୍ଟ ୱାଲ କ୍ୟାଲେଣ୍ଡରରେ ରଥାରୂଢ଼ ମହାପ୍ରଭୁଙ୍କ ଭବ୍ୟ ଚିତ୍ର ସ୍ଥାନିତ ହୋଇଛି। ଇଂରାଜୀ ନୂଆ ବର୍ଷରେ ପୁରୀ ଓ ଭୁବନେଶ୍ୱର ସ୍ଥିତ ଶ୍ରୀମନ୍ଦିର ସୂଚନା କେନ୍ଦ୍ରଗୁଡିକରେ ଏହି କ୍ୟାଲେଣ୍ଡର ଶ୍ରଦ୍ଧାଳୁଙ୍କୁ ବିକ୍ରୟ ସକାଶେ ଉପଲବ୍ଧ ହେବ।

ଏହି ଅବସରରେ ଆଇନ ମନ୍ତ୍ରୀ ପୃଥୱୀରାଜ ହରିଚନ୍ଦନ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ଆଇନ ବିଭାଗ ପ୍ରମୁଖ ଶାସନ ସଚିବ ମାନସ ରଞ୍ଜନ ବାରିକ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢୀ, ପୁରୀ ଜିଲାପାଳ ଓ ଆରକ୍ଷୀ ଅଧିକ୍ଷକ ପ୍ରମୁଖ ଉପସ୍ଥିତ ଥିଲେ।

Leave A Reply

Your email address will not be published.