ପ୍ରମୁଖ ଖବର

ଆଇଏମ୍ଏସ୍ ଆଣ୍ଡ ସମ ହସପିଟାଲ- ୨ ନିମନ୍ତେ ୫୦ ସିଟ ବୃଦ୍ଧି କଲା ଏନ୍ ଏମ୍ ସି
ରାଜ୍ୟରେ କୌଣସି ନଦୀରେ ବନ୍ୟା ନାହିଁ : ସର୍ବୋଚ୍ଚ ଯନ୍ତ୍ରୀଙ୍କ ପ୍ରତିକ୍ରିୟା
ବ୍ୟାପିଲାଣି ବାର୍ଡ ଫ୍ଲୁ, ମଲେଣି ୩୦୦ରୁ ଅଧିକ କୁକୁଡ଼ା
ଶ୍ରୀମନ୍ଦିର ନାଟମଣ୍ଡପରୁ ହେବ ଧାଡି ଦର୍ଶନ : ମିଳିଲା ଅନୁମୋଦନ
ଅର୍ଚ୍ଚନା ଓ ପୁଅଙ୍କୁ ମାରିବାକୁ ଉଦ୍ୟମ, ସ୍ବାମୀ ଜଗବନ୍ଧୁଙ୍କୁ ଉଠାଇନେଲା ପୋଲିସ
ସୁରକ୍ଷାକର୍ମୀଙ୍କୁ ବଡ ସଫଳତା:୧୬ ହାର୍ଡକୋର ମାଓବାଦୀ ଗିରଫ
ବିଆରଏସରୁ ନିଲମ୍ବିତ ହେବାର ଦିନକ ପରେ ଦଳ ଛାଡିଲେ କବିତା
ବ୍ୟବସାୟୀଙ୍କୁ ଲୁଟ୍ ଘଟଣାରେ ୩ ହୋମଗାର୍ଡଙ୍କ ସହ ୭ ଗିରଫ

ଜିରୋ ନାଇଟ ସେଲିବ୍ରେସନ ବେଳେ ଡ୍ରଙ୍କ ଆଣ୍ଡ୍ ଡ୍ରାଇଭ ଉପରେ ରହିବ ନଜର

0

ଭୁବନେଶ୍ବର: ଟୁଇନ ସିଟିରେ ଜିରୋ ନାଇଟ ସେଲିବ୍ରେସନ ଓ ନୂଆବର୍ଷ ପାଇଁ ସୁରକ୍ଷା ବ୍ୟବସ୍ଥା ହେବ କଡାକଡି। ଚେକିଂ, ବ୍ଲକିଂ ସାଙ୍ଗକୁ ଜୋରଦାର ହେବ ନାକାବନ୍ଦୀ। ଏ ନେଇ ପୋଲିସ କମିଶନର ସୂଚନା ଦେଇଛନ୍ତି। ଉତ୍ସାହ ଉଦ୍ଦୀପନା ସହ ଆସୁଛି ନୂଆବର୍ଷ। ଜିରୋ ନାଇଟ ସେଲିବ୍ରେସନ ପାଇଁ ଶେଷ ପର୍ଯ୍ୟାୟରେ ପହଞ୍ଚିଛି ପ୍ରସ୍ତୁତି। ୨୦୨୪ କୁ ବିଦାୟ ସହ ୨୦୨୫ ମସିହାକୁ ସ୍ୱାଗତ ପାଇଁ ଉତ୍ସାହର ସହ ସଭିଏଁ ଅପେକ୍ଷା କରିଥିବା ବେଳେ ସୁରକ୍ଷା ବ୍ୟବସ୍ଥା ନେଇ ଅଣ୍ଟା ଭିଡ଼ିଛି କମିଶନରେଟ ପୋଲିସ।

ନିଶାଶକ୍ତଙ୍କ ବିରୋଧରେ ହେବ ଦୃଢ଼ ଆକ୍ସନ। ବ୍ୟାପକ ହେବ ଡ୍ରଙ୍କ ଆଣ୍ଡ ଡ୍ରାଇଭ୍ ଏଭିକ୍ସନ। କିଛି ହୋଟେଲ ଓ ଖାଲି ସ୍ଥାନରେ ଜିରୋ ନାଇଟ୍ ସେଲିବ୍ରେସନ ପାଇଁ ଅନୁମତି ମିଳିଛି। ଅବକାରୀ ବିଭାଗ ସହ ଆଲୋଚନା ସରିଛି। ଏଣୁ ଆଇନ ଶୃଙ୍ଖଳା ପରିସ୍ଥିତି ବଜାୟ ରଖିବା ପାଇଁ ଟୁଇନ ସିଟି ପୋଲିସ ପୁରା ପ୍ରସ୍ତୁତ ଥିବା କହିଛନ୍ତି କମିଶନର।

ଲୋକଙ୍କୁ ଯଦି କୌଣସି ଅସୁବିଧା ହୁଏ ତେବେ ବନ୍ଧା ହେବେ ଉତ୍ପାତତ୍କାରୀ। ଜିରୋ ନାଇଟରେ ସେଲିବ୍ରେସନ ପାଇଁ କମିଶନରେଟ ପୋଲିସର ଅନୁମତି ନେବାକୁ ପଡ଼ିବ। ସାରା ସହରକୁ ଜଗିବ ସିସିଟିଭି। ସବୁ ଥାନାଗୁଡ଼ିକ ଆଇଆଇସିଙ୍କୁ କମିଶନରଙ୍କର କଡା ନିର୍ଦ୍ଦେଶ ଦେଇଛନ୍ତି। ଜିରୋ ନାଇଟ ସେଲିବ୍ରେସନ ପାଇଁ କଟକ ଭୁବନେଶ୍ୱରରେ ସୁରକ୍ଷା ବ୍ୟବସ୍ଥା କଡାକଡି କରିବା ସହ ବ୍ୟାପକ ଫୋର୍ସ ମୁତ୍ୟୟନ କରାଯିବ ବୋଲି ସୂଚନା ଦେଇଛନ୍ତି ପୋଲିସ କମିଶନର ଏସ୍‌. ଦେବଦତ୍ତ ସିଂ।

Leave A Reply

Your email address will not be published.