ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

ବିଦାୟ ନେଲେ ବିଦାୟୀ ରାଜ୍ୟପାଳ ରଘୁବର ଦାସ

0

ଭୁବନେଶ୍ବର: ଓଡିଶାରୁ ବିଧିବଦ୍ଧ ଭାବେ ବିଦାୟ ନେଇଛନ୍ତି ବିଦାୟୀ ରାଜ୍ୟପାଳ ରଘୁବର ଦାସ। ସେ ଆଜି ରାଜଭବନରୁ ତାଙ୍କ ଗୃହରାଜ୍ୟ ଝାଡଖଣ୍ଡ ଫେରି ଯାଇଛନ୍ତି। ରାଜଭବନ ଛାଡିବା ସମୟରେ ରଘୁବରଙ୍କୁ ଗାର୍ଡ-ଅଫ-ଅନର ପ୍ରଦାନ କରାଯାଇଥିଲା। ଏହାସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ବାଚସ୍ପତି ସୁରମା ପାଢ଼ୀଙ୍କ ପକ୍ଷରୁ ମଧ୍ୟ ରଘୁବରଙ୍କୁ ବିଦାୟୀ ସମ୍ବର୍ଦ୍ଧନା ଦିଆଯାଇଛି। ଅନ୍ୟପଟେ ଆଗକୁ ଏକାଧିକ ବଡ କାର୍ଯ୍ୟକ୍ରମ ଥିବାରୁ ଖୁବଶୀଘ୍ର ନବନିଯୁକ୍ତ ରାଜ୍ୟପାଳ ଡ. ହରିବାବୁ କାମ୍ଭମପତି ଦାୟିତ୍ୱ ନେବେ ବୋଲି ସୂଚନା ମିଳିଛି।

ମାତ୍ର ୧୪ ମାସ ଓଡିଶାରେ କାର୍ଯ୍ୟ କରିବା ପରେ ଫେରି ଯାଇଛନ୍ତି ରଘୁବର ଦାସ। ପୂର୍ବତନ ରାଜ୍ୟପାଳ ଗଣେଶୀ ଲାଲଙ୍କ କାର୍ଯ୍ୟକାଳ ଶେଷ ହେବା ପରେ ରଘୁବରଙ୍କୁ ଓଡିଶା ରାଜ୍ୟପାଳ ଭାବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନିଯୁକ୍ତି ପ୍ରଦାନ କରିଥିଲେ। ଦୁଇଦିନ ତଳେ ସେ ଇସ୍ତଫା ଦେଇଥିବା ସହ ରାଷ୍ଟ୍ରପତି ତାଙ୍କ ଇସ୍ତଫା ପତ୍ର ଗ୍ରହଣ ମଧ୍ୟ କରିଥିଲେ। ଆଜି ସେ ନିଜ ଗୃହରାଜ୍ୟ ଝାଡଖଣ୍ଡ ଫେରି ଯାଇଛନ୍ତି। ଇସ୍ତଫା ପରେ ରଘୁବରଙ୍କ ପରବର୍ତ୍ତୀ ରାଜନୈତିକ ଆଭିମୁଖ୍ୟ ନେଇ ଭିନ୍ନ ଭିନ୍ନ ଚର୍ଚ୍ଚା ଲାଗି ରହିଛି।

ରଘୁବରଙ୍କୁ ବିମାନ ବନ୍ଦରରେ ବିଦାୟକାଳୀନ ସମ୍ବର୍ଦ୍ଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବାଚସ୍ପତି ସୁରମା ପାଢ଼ୀ। ସେହିପରି ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ, ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ, ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର,ଏ.ଜି ପିତାମ୍ବର ଆଚାର୍ଯ୍ୟ, ଶାସକ ଦଳ ମୁଖ୍ୟ ସଚେତକ ଗୋବିନ୍ଦ ଦାସ, ରାଜ୍ୟପାଳଙ୍କ ପ୍ରମୁଖ ଶାସନ ସଚିବ ଏନ.ବି.ଏସ ରାଜପୁତ, ଖୋର୍ଦ୍ଧା ଜିଲ୍ଲାପାଳ ଚଞ୍ଚଳ ରଣା, ଭୁବନେଶ୍ୱର ଡ଼ିସିପି ପିନାକ ମିଶ୍ର ପ୍ରମୁଖ ବିମାନ ବନ୍ଦରରେ ଉପସ୍ଥିତ ଥିଲେ।

Leave A Reply

Your email address will not be published.