ପ୍ରମୁଖ ଖବର

ମିଶନ ଶକ୍ତି ଅଧୀନରେ ୫,୦୦୦ ମହିଳାଙ୍କ ପାଇଁ ସ୍ୱୟଂରକ୍ଷା ପ୍ରଶିକ୍ଷଣ ଆରମ୍ଭ
ଆସାମ-କେରଳ-ପୁଡୁଚେରୀରେ ମତଦାନ ସମାପ୍ତ, ଇଭିଏମରେ ସିଲ୍ ହେଲା ନେତାଙ୍କ ଭାଗ୍ୟ
ପୁନଃ ନିର୍ବାଚିତ ହେଲେ ସ୍ନାତକ ପର୍ଯ୍ୟନ୍ତ ମାଗଣା ଶିକ୍ଷା: ଆସାମ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା
ବାଲିଅନ୍ତାରେ ଅତ୍ୟାଧୁନିକ ଜିଆଇଏସ୍‌ ସବଷ୍ଟେସନ ଉଦଘାଟନ, ଆଉ ହେବନି ପାଓ୍ବାର୍‌ କଟ୍

ବଢ଼ିଲା ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ

0

ଭୁବନେଶ୍ବର: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳକୁ ରାଜ୍ୟ ସରକାର ବଢାଇଦେଇଛନ୍ତି। ତାଙ୍କ କାର୍ଯ୍ୟକାଳ ଏକ ବର୍ଷ ପାଇଁ ବୃଦ୍ଧି କରାଯାଇଛି। ମନୋଜ ଆହୁଜାଙ୍କ କାର୍ଯ୍ୟକାଳ ଆସନ୍ତା ୩୧ରେ ସରୁଥିଲା। ବର୍ତ୍ତମାନ ସେ ୨୦୨୬ ଜାନୁଆରୀ ୧ ତାରିଖ ପର୍ଯ୍ୟନ୍ତ ସେ ଏହି ପଦବୀରେ କାର୍ଯ୍ୟ କରିବେ। ଗତ ଜୁନ୍‌ ୩୦ରେ ଓଡ଼ିଶା ନୂଆ ମୁଖ୍ୟଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କଲେ ମନୋଜ ଆହୁଜା। ସେ ପ୍ରଦୀପ ଜେନାଙ୍କଠାରୁ ଦାୟିତ୍ୱ ଗ୍ରହଣ କରିଥିଲେ। ମନୋଜ ହେଉଛନ୍ତି ୧୯୯୦ ବ୍ୟାଚର ଆଇଏଏସ ଅଫିସର।

ମନୋଜ ଆହୁଜା କେନ୍ଦ୍ରୀୟ ଡେପୁଟେସନରେ ଥିଲେ। ସେ କେନ୍ଦ୍ର କୃଷି ଓ କୃଷକ ସଶକ୍ତୀକରଣ ସଚିବ ଥିଲେ। ରାଜ୍ୟରେ ଭାଜପା ସରକାର ଆସିବା ପରେ କେନ୍ଦ୍ରୀୟ ଡେପୁଟେସନରେ ଥିବା ମନୋଜ ଆହୁଜାଙ୍କୁ ଓ ଫେରାଇବା ପାଇଁ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଥିଲେ। କେନ୍ଦ୍ର ସରକାର ଆହୁଜାଙ୍କ ଗୃହ କ୍ୟାଡରକୁ ଫେରିଯିବାକୁ ଅନୁମତି ଦେଇଥିଲେ। ଏହା ପରେ ସେ ଭୁବନେଶ୍ୱର ଫେରିଥିଲେ। ମାତ୍ର ୬ ମାସ ଭିତରେ ନୂଆ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମକୁ କାର୍ଯ୍ୟକାରୀ କରିବାରେ ସଫଳ ହୋଇଛନ୍ତି ମନୋଜ ଆହୁଜା। ବିଶେଷ କରି ବିଜେପିର ନିର୍ବାଚନୀ ପ୍ରତିଶ୍ରୁତି ଗୁଡ଼ିକୁ ପୂରଣ କରିବାରେ ବଡ଼ ଭୂମିକା ନିଭାଇଛନ୍ତି।

Leave A Reply

Your email address will not be published.