ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

ଧାନ କାଟୁଥିବା ବେଳେ ବିଦ୍ୟୁତ ତାର ଲାଗି ଜୀଅନ୍ତା ଜଳିଗଲେ ଚାଷୀ

0

ଚାନ୍ଦବାଲି: ଚାନ୍ଦବାଲି ନରସିଂହପୁର ବାଲିଗାଁ ୧୨ ନମ୍ବର ୱାର୍ଡ ଅଞ୍ଚଳରେ ଶୁକ୍ରବାର ଏକ ଅଘଟଣ ଘଟିଛି। ୧୧ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବିଲ ମଝିରେ ଜଳିଗଲେ ଚାଷୀ। ଧାନ କାଟୁ ଥିବା ବେଳେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଘଟଣାସ୍ଥଳରେ ଚାଷୀଙ୍କ ମୃତ୍ୟୁ ଘଟିଛି । ମୃତ ଚାଷୀ ଜଣଙ୍କ ହେଲେ ପ୍ରମୋଦ ଦାସ।

ପ୍ରମୋଦଙ୍କ ବିଲ ଦେଇ ୧୧ କେଭି ତାର ଯାଇଥିଲା। ଆଜି ସକାଳେ ପ୍ରମୋଦ ବିଲକୁ ଯାଇଥିବା ବେଳେ ସେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବିଲ ମଝିରେ ଜଳିଯାଇଥିଲେ। ଏହାସହ ୨ ଏକର ଜମି ପୋଡି ପାଉଁଶ ହୋଇଯାଇଛି। ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେବି ସେତେବେଳକୁ ପ୍ରମୋଦ ଜଳିଯାଇଥିଲେ। କ୍ଷତିପୂରଣ ଦାବିରେ ବିଦ୍ୟୁତ୍‌ କାର୍ଯ୍ୟାଳୟ ସମ୍ମୁଖରେ ସ୍ଥାନୀୟ ଲୋକେ ରାସ୍ତାରୋକ କରିଛନ୍ତି । ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Leave A Reply

Your email address will not be published.