ପ୍ରମୁଖ ଖବର

ଗାଁରେ ମିଳିବ ସହରୀ ସୁବିଧା, ପ୍ରତି ପଞ୍ଚାୟତରେ ଆଦର୍ଶ ଖେଳ ପଡ଼ିଆ ଓ କଲ୍ୟାଣ ମଣ୍ଡପ
ଇଭି ଓ ପରିବେଶ ଅନୁକୂଳ ଯାନକୁ ପରମିଟ୍ ଫି’ ଛାଡ଼
ବାଂଲାଦେଶର ୨୩ତମ ରାଷ୍ଟ୍ରପତି ହେଲେ ମିର୍ଜା ଫକରୁଲ୍ ଇସଲାମ୍ ଆଲମଗୀର
ଜେପିଏସ୍‌ସି ପରୀକ୍ଷା ରଦ୍ଦ ନିଷ୍ପତ୍ତି ଉପରେ ରୋକ୍‌, ହେମନ୍ତ ସରକାରଙ୍କୁ ଝଟକା
ଅଟୋ ଚାଳକଙ୍କ ହଙ୍ଗାମା: ୪୦୦ ଅଟୋ ଜବତ, ପରମିଟ ରଦ୍ଦ ପାଇଁ ପଦକ୍ଷେପ
ମହାରାଷ୍ଟ୍ରରେ ଛାତ୍ରୀଙ୍କୁ ମିଳିଵ ମାସକୁ ୨ ହଜାର ଟଙ୍କା ପକେଟ ମନି
ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କ ପରଲୋକ
ବୀମା ନଥିଲେ ପେଟ୍ରୋଲ ନାହିଁ: ପାଇଲଟ୍ ପ୍ରକଳ୍ପ ଲାଗୁ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ମନମୋହନ ସିଂଙ୍କ ଅନ୍ତିମ ଦର୍ଶନ କଲେ ରାଷ୍ଟ୍ରପତି

0

ନୂଆଦିଲ୍ଲୀ: ନୂଆଦିଲ୍ଲୀସ୍ଥିତ ଏମ୍ସରେ ଗୁରୁବାର ରାତିରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ପରଲୋକ ହୋଇଛି। ବୟସାଧିକ କାରଣରୁ ଅସୁସ୍ଥ ଥିବା ୯୨ ବର୍ଷୀୟ ମନମୋହନ ସନ୍ଧ୍ୟାରେ ହଠାତ୍‌ ସଜ୍ଞାହୀନ ହୋଇଯାଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ଏମ୍ସର ଏମର୍ଜେନ୍ସି ବିଭାଗରେ ଭର୍ତ୍ତି କରାଯାଇଥିଲା। ଡାକ୍ତରୀ ଦଳର ତମାମ ଉଦ୍ୟମ ସତ୍ତ୍ୱେ ତାଙ୍କ ଜୀବନ ରକ୍ଷା କରାଯାଇପାରିଲା ନାହିଁ। ସେ ରାତି ୯ଟା ୧୫ ମିନିଟରେ ଶେଷନିଃଶ୍ୱାସ ତ୍ୟାଗ କରିଛନ୍ତି ବୋଲି ଏମ୍ସ ପକ୍ଷରୁ ଜାରି ଏକ ବିବୃତିରେ କୁହାଯାଇଛି।

ମନମୋହନଙ୍କ ପରଲୋକରେ ଶୋକର ଛାୟା ଖେଳିଯାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି ଜଗଦୀପ ଧନକର, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଶୋକବ୍ୟକ୍ତ କରିଛନ୍ତି।

ଆଜି ସକାଳେ ମନମୋହନ ସିଂଙ୍କୁ ଶେଷ ସମ୍ମାନ ଜଣାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦି ୩ ମୋତିଲାଲ ନେହେରୁ ମାର୍ଗରେ ତାଙ୍କ ବାସଭବନରେ ପହଞ୍ଚିଛନ୍ତି। ତାଙ୍କ ପୂର୍ବରୁ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଏବଂ ଜେପି ନଡ୍ଡା ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେବାକୁ ଆସିଥିଲେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଏବଂ ଜେପି ନଡ୍ଡା, କଂଗ୍ରେସ ନେତା ସୋନିଆ ଗାନ୍ଧି, ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧି, ସାଂସଦ ପ୍ରିୟଙ୍କା ଗାନ୍ଧି ପ୍ରମୁଖ ମନମୋହନ ସିଂହଙ୍କ ବାସଭବନରେ ପହଞ୍ଚିଥିଲେ।

ସେମାନେ ଏହି ଅମାୟିକ ତଥା ବିଦ୍ୱାନ ଜନପ୍ରିୟ ନେତାଙ୍କ ଅନ୍ତିମ ଦର୍ଶନ କରିବା ସହ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି । ଆସନ୍ତାକାଲି ଦିଲ୍ଲୀର ଶକ୍ତି ସ୍ଥଳରେ ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ ରାଜକୀୟ ସମ୍ମାନରେ ଅନ୍ତିମ ସଂସ୍କାର କରାଯିବ। ମନମୋହନଙ୍କ ପରିବାରରେ ପତ୍ନୀ ଓ ୩ ଝିଅ ଅଛନ୍ତି। ତାଙ୍କର ଜଣେ ଝିଅ ଆମେରିକାରେ ରହୁଥିବା ବେଳେ ସେ ଆସନ୍ତାକାଲି ପହଞ୍ଚିଲେ ଅନ୍ତିମ ସତ୍କାର କରାଯିବ ବୋଲି ଜଣାଯାଇଛି।

Leave A Reply

Your email address will not be published.