ପ୍ରମୁଖ ଖବର

ଗାଁରେ ମିଳିବ ସହରୀ ସୁବିଧା, ପ୍ରତି ପଞ୍ଚାୟତରେ ଆଦର୍ଶ ଖେଳ ପଡ଼ିଆ ଓ କଲ୍ୟାଣ ମଣ୍ଡପ
ଇଭି ଓ ପରିବେଶ ଅନୁକୂଳ ଯାନକୁ ପରମିଟ୍ ଫି’ ଛାଡ଼
ବାଂଲାଦେଶର ୨୩ତମ ରାଷ୍ଟ୍ରପତି ହେଲେ ମିର୍ଜା ଫକରୁଲ୍ ଇସଲାମ୍ ଆଲମଗୀର
ଜେପିଏସ୍‌ସି ପରୀକ୍ଷା ରଦ୍ଦ ନିଷ୍ପତ୍ତି ଉପରେ ରୋକ୍‌, ହେମନ୍ତ ସରକାରଙ୍କୁ ଝଟକା
ଅଟୋ ଚାଳକଙ୍କ ହଙ୍ଗାମା: ୪୦୦ ଅଟୋ ଜବତ, ପରମିଟ ରଦ୍ଦ ପାଇଁ ପଦକ୍ଷେପ
ମହାରାଷ୍ଟ୍ରରେ ଛାତ୍ରୀଙ୍କୁ ମିଳିଵ ମାସକୁ ୨ ହଜାର ଟଙ୍କା ପକେଟ ମନି
ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କ ପରଲୋକ
ବୀମା ନଥିଲେ ପେଟ୍ରୋଲ ନାହିଁ: ପାଇଲଟ୍ ପ୍ରକଳ୍ପ ଲାଗୁ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ଅମିତ ଶାହଙ୍କ ଓଡ଼ିଶା ଗସ୍ତ ବାତିଲ

0

ଭୁବନେଶ୍ବର: ସ୍ଥଗିତ ହେଲା କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା ଗସ୍ତ। କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହଙ୍କ ଦୁଇଦିନିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ବାତିଲ ହୋଇଛି। ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ଦେହାନ୍ତ କାରଣରୁ ରାଷ୍ଟ୍ରୀୟ ଶୋକକୁ ଦୃଷ୍ଟିରେ ରଖି ତାଙ୍କର ଗସ୍ତ କାର୍ଯ୍ୟକ୍ରମକୁ ସ୍ଥଗିତ ରଖାଯାଇଥିବା ଜଣାପଡ଼ିଛି। ଏନେଇ ଯାଜପୁର ବିଜେପି ସାଂସଦ ରବିନ୍ଦ୍ର ନାରାୟଣ ବେହେରା ଶୁକ୍ରବାର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

ସୂଚନା ଅନୁଯାୟୀ, ଅମିତ ଶାହା ୨୮ ତାରିଖରେ ଭୁବନେଶ୍ୱର ଆସିବେ ବୋଲି ଭାଜପା ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର ଏହି ସୂଚନା ଦେଇଥିଲେ। ଶ୍ରୀ ଶାହ ଶନିବାର ରାତି ୧୦ଟାରେ ଭୁବନେଶ୍ୱରରେ ପହଞ୍ଚିବାର କାର୍ଯ୍ୟକ୍ରମ ସ୍ଥିର ହୋଇଥିଲା। ଏହି ଦୁଇଦିନିଆ ଗସ୍ତବେଳେ ସେ ସମ୍ବଲପୁରରେ ବିଭିନ୍ନ କାର୍ଯ୍ୟକ୍ରମ ସହ କଳିଙ୍ଗ ଷ୍ଟାଡ଼ିୟମରେ ଦଳୀୟ ସାଂସଦ, ବିଧାୟକ ଓ ପଦାଧିକାରୀଙ୍କ ବୈଠକରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଥିଲା। ମାତ୍ର ପୂର୍ବତନ ପ୍ରଧାନମନ୍ତ୍ରୀ ଡ ମନମୋହନ ସିଂହଙ୍କ ମୃତ୍ୟୁ ପାଇଁ କେନ୍ଦ୍ର ସରକାର ଏକ ସପ୍ତାହବ୍ୟାପୀ ରାଷ୍ଟ୍ରୀୟ ଶୋକ ପାଳନ କରୁଥିବାରୁ ଶ୍ରୀ ଶାହଙ୍କ ଓଡ଼ିଶା ଗସ୍ତ ବାତିଲ ହୋଇଥିବା ଜାଣିବାକୁ ମିଳିଛି।

Leave A Reply

Your email address will not be published.