ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

ଗଠନ ହେଲା ଓଡ଼ିଶା ଲ’ କମିଶନ

0

ଜଷ୍ଟିସ ବିଶ୍ବନାଥ ରଥ ଅଧ୍ୟକ୍ଷ
ଭୁବନେଶ୍ବର: ଆଜି ଓଡ଼ିଶା ଲ’ କମିଶନ ଗଠିତ ହୋଇଛି। ଜଷ୍ଟିସ ବିଶ୍ବନାଥ ରଥ ହେଲେ ନୂଆ ଆଇନ କମିଶନ ଅଧ୍ୟକ୍ଷ । ଆଡଭୋକେଟ୍ ଜେନେରାଲ ପିତାମ୍ବର ଆଚାର୍ଯ୍ୟ କମିଶନ ସଦସ୍ୟ ଭାବେ ନିଯୁକ୍ତ ହୋଇଛନ୍ତି। ଏନେଇ ରାଜ୍ୟ ଆଇନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି।

ଓଡିଶା ଲ’ କମିଶନରେ ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥଙ୍କ ସହ ୬ଜଣ ସଦସ୍ୟ ରହିଛନ୍ତି । ଆଡଭୋକେଟ ଜେନେରାଲ ପିତାମ୍ବର ଆଚାର୍ଯ୍ୟ ଓଡ଼ିଶା ଲ’ କମିଶନର ଏକ୍ସ ଅଫିସିଓ ସଦସ୍ୟ ରହିଥିବାବେଳେ ଆଇନ ବିଭାଗ ପ୍ରମୁଖ ସଚିବ ମଧ୍ୟ ଏକ୍ସ ଅଫିସିଓ ସଦସ୍ୟ ରହିବେ ବୋଲି ସୂଚନା ଦିଆଯାଇଛି। ବରିଷ୍ଠ ଆଇନଜୀବୀ ସୂର୍ଯ୍ୟପ୍ରକାଶ ମିଶ୍ର ଏବଂ ସୌରଚନ୍ଦ୍ର ମହାପାତ୍ର ଓଡ଼ିଶା ଲ’ କମିଶନ ସଦସ୍ୟ ହୋଇଛନ୍ତି। ସେହିପରି ରାଜ୍ୟ ସରକାରଙ୍କ ଅତିରିକ୍ତ ସଚିବ କମିଟିର ସଦସ୍ୟ ସଚିବ ଭାବେ କାର୍ଯ୍ୟ କରିବେ।

Leave A Reply

Your email address will not be published.