ପ୍ରମୁଖ ଖବର

କୋଟିପତି ଡେପୁଟି ରେଞ୍ଜର ଗିରଫ
ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା ବାତିଲ୍ ଘଟଣାରେ; ବଦଳି ହେଲେ ୬ ଅଧିକାରୀ
ବିନା ସିସିଟିଭିରେ ଔଷଧ ବିକିପାରିବେନି ଦୋକାନୀ
ଏଫଏମ କଲେଜ ଛାତ୍ରୀ ମୃତ୍ୟୁ ଘଟଣା, ନିଲମ୍ବିତ ଅଧ୍ୟାପକଙ୍କ ଜେଲ୍ ଅବଧି ବୃଦ୍ଧି
ଲାଞ୍ଚ ଅଭିଯୋଗରେ ଡାକ୍ତରଙ୍କୁ ୫ ବର୍ଷ ଜେଲ

୩୦ ତାରିଖ ସୁଦ୍ଧା ଫସଲ କ୍ଷୟକ୍ଷତି ଆକଳନ କରାଯିବ : ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର: ଫସଲ କ୍ଷତି ନେଇ ଶନିବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏକ ବଡ଼ ଘୋଷଣା କରାଯାଇଛି। ଅଦିନିଆ ବର୍ଷା ଏବେ ଚାଷୀ କୂଳ ଅଣ୍ଟା ଭାଙ୍ଗିଥିବା ବେଳେ ପୁଣି ଥରେ ଚାଷୀ ଭାଇଙ୍କୁ ସଳଖିବା ପାଇଁ ସହାୟତାର ହାତ ବଢାଇବେ ରାଜ୍ୟ ସରକାର। ଏନେଇ ଆସନ୍ତା ୩୦ ତାରିଖ ମଧ୍ୟରେ ଫସଲ କ୍ଷତି ଆକଳନ କରାଯିବ। ଫସଲ କ୍ଷତି ନେଇ ସମୀକ୍ଷା ପରେ କିଛି ଏମିତି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।

ମୁଖ୍ୟମନ୍ତ୍ରୀ କହିଛନ୍ତି, ଆସନ୍ତା ୩୦ ତାରିଖ ସୁଦ୍ଧା ଫସଲ କ୍ଷୟକ୍ଷତି ଆକଳନ କରାଯିବ। ଡିବିଟି ଜରିଆରେ ଚାଷୀଙ୍କୁ ଫସଲ କ୍ଷତିପୂରଣ ପ୍ରଦାନ କରାଯିବ। ବୀମା କରିଥିବା ଚାଷୀ ଓ କରି ନ ଥିବା ଚାଷୀମାନେ ଏହି କ୍ଷତିପୂରଣ ପାଇବେ। ବର୍ତ୍ତମାନ ସୁଦ୍ଧା ୧ ଲକ୍ଷ ୨୬ ହଜାର ଚାଷୀ ଆବେଦନ କରିଛନ୍ତି। ଆସନ୍ତାକାଲି ଅର୍ଥାତ୍‌ ରବିବାର ସୁଦ୍ଧା ଅନ୍ୟ ଚାଷୀମାନେ ଆବେଦନ କରିବାକୁ ମୁଖ୍ୟମନ୍ତ୍ରୀ ଚାଷୀମାନଙ୍କୁ ପରାମର୍ଶ ଦେଇଛନ୍ତି। ଏଥିସହିତ ଟୋଲ୍‌ ଫ୍ରି ନଂ ୧୪୪୪୭ରେ ଆବେଦନ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ବୈଠକରେ କୃଷିମନ୍ତ୍ରୀ କେଭି ସିଂଦେଓ, ରାଜସୱ ମନ୍ତ୍ରୀ, ସମବାୟ ମନ୍ତ୍ରୀ ଓ ଯୋଗାଣ ମନ୍ତ୍ରୀ କୃଷ୍ଣପାତ୍ର, ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର ମଧ୍ୟ ଉପସ୍ଥିତ ଥିଲେ।

Leave A Reply

Your email address will not be published.