ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଆସନ୍ତା ଫେବୃଆରୀରୁ ଲାଗୁ ହେବ ଆୟୁଷ୍ମାନ୍ ଭାରତ : ସ୍ୱାସ୍ଥ୍ୟମନ୍ତ୍ରୀ

0

ଭୁବନେଶ୍ବର: ନୂଆବର୍ଷରେ ଆହୁରି ସୁଲଭ ହେବ ସ୍ଵାସ୍ଥ୍ୟସେବା। ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୋମବାର ରାଜ୍ୟବାସୀଙ୍କ ପାଇଁ ଏକ ବଡ଼ ସୂଚନା ଦେଇଛନ୍ତି। ୨୦୨୫ ଫେବୃଆରୀ ମାସରୁ ରାଜ୍ୟରେ ଆୟୁଷ୍ମାନ ଭାରତ ଲାଗୁ ହେବ ବୋଲି ସ୍ୱାସ୍ଥ୍ୟ ମନ୍ତ୍ରୀ କହିଛନ୍ତି।

ଏପରିକି ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ମଧ୍ୟ ଲାଗୁ କରାଯିବ ବୋଲି ମନ୍ତ୍ରୀ ପ୍ରକାଶ କରିଛନ୍ତି। ଏହା ଦ୍ୱାରା ରାଜ୍ୟବାସୀ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଉପକୃତ ହୋଇ ପାରିବେ। ପ୍ରାୟ ସାଢେ ୩ କୋଟି ଜନତାଙ୍କୁ ଏହି କାର୍ଡ ମିଳିବା ନେଇ ସୂଚନା ଦେଇଛନ୍ତି ସ୍ଵାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ଓଡିଶାର ୧ କୋଟି ପରିବାର ଏହି ଯୋଜନାର ଲାଭ ପାଇପାରିବେ। କେହି ଉପଯୁକ୍ତ ହିତାଧିକାରୀ ଯେମିତି ଏହି ଯୋଜନାରୁ ବଞ୍ଚିତ ନହେବେ, ସେ ନେଇ ପ୍ରସ୍ତୁତି ଚାଲିଥିବା କହିଛନ୍ତି ମନ୍ତ୍ରୀ।

ଏହି ଯୋଜନା ଲାଗୁ ହେବା ପରେ ଓଡିଶାର କୌଣସି ବି କାର୍ଡଧାରୀ ଦେଶରେ ଯେଉଁଠି ରହୁଥିଲେ ମଧ୍ୟ କାର୍ଡର ସୁଫଳ ପାଇପାରିବେ। ଏହି ଯୋଜନାରେ ୫ ଲକ୍ଷ ପର୍ଯ୍ୟନ୍ତ ମାଗଣା ଚିକିତ୍ସା ସେବା ରହିଛି। ୭୦ ବର୍ଷରୁ ଅଧିକ ବୟସର ସମସ୍ତ ବରିଷ୍ଠ ନାଗରିକ, ସେମାନଙ୍କର ସାମାଜିକ-ଅର୍ଥନୈତିକ ସ୍ଥିତି ନିର୍ବିଶେଷରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାର ଲାଭ ପାଇବାକୁ ଯୋଗ୍ୟ ହେବେ।

Leave A Reply

Your email address will not be published.