ପ୍ରମୁଖ ଖବର

ଯନ୍ତରମନ୍ତର ବିବାଦରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, କେନ୍ଦ୍ର ଓ ଦିଲ୍ଲୀ ପୁଲିସକୁ ନୋଟିସ୍‌
ନଭେମ୍ବର ୧ରୁ କଲର ଆଇଡି ବାଧ୍ୟତାମୂଳକ, ଅଜଣା ନମ୍ବରରୁ କଲ୍‌ ଆସିଲେ ବି ଦେଖାଯିବ ନାଁ
ପାକିସ୍ତାନରେ ହୃଦୟବିଦାରକ ଦୁର୍ଘଟଣା: ସ୍କୁଲ୍‌ ଛାତ ଭୁଶୁଡ଼ି ୨୯ ମୃତ
କାଉଣ୍ଟର ଟିକେଟ୍‌ରେ ବୀମା ବାଧ୍ୟତାମୂଳକ, ରେଳବାଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ଆସନ୍ତା ଫେବୃଆରୀରୁ ଲାଗୁ ହେବ ଆୟୁଷ୍ମାନ୍ ଭାରତ : ସ୍ୱାସ୍ଥ୍ୟମନ୍ତ୍ରୀ

0

ଭୁବନେଶ୍ବର: ନୂଆବର୍ଷରେ ଆହୁରି ସୁଲଭ ହେବ ସ୍ଵାସ୍ଥ୍ୟସେବା। ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୋମବାର ରାଜ୍ୟବାସୀଙ୍କ ପାଇଁ ଏକ ବଡ଼ ସୂଚନା ଦେଇଛନ୍ତି। ୨୦୨୫ ଫେବୃଆରୀ ମାସରୁ ରାଜ୍ୟରେ ଆୟୁଷ୍ମାନ ଭାରତ ଲାଗୁ ହେବ ବୋଲି ସ୍ୱାସ୍ଥ୍ୟ ମନ୍ତ୍ରୀ କହିଛନ୍ତି।

ଏପରିକି ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ମଧ୍ୟ ଲାଗୁ କରାଯିବ ବୋଲି ମନ୍ତ୍ରୀ ପ୍ରକାଶ କରିଛନ୍ତି। ଏହା ଦ୍ୱାରା ରାଜ୍ୟବାସୀ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଉପକୃତ ହୋଇ ପାରିବେ। ପ୍ରାୟ ସାଢେ ୩ କୋଟି ଜନତାଙ୍କୁ ଏହି କାର୍ଡ ମିଳିବା ନେଇ ସୂଚନା ଦେଇଛନ୍ତି ସ୍ଵାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ଓଡିଶାର ୧ କୋଟି ପରିବାର ଏହି ଯୋଜନାର ଲାଭ ପାଇପାରିବେ। କେହି ଉପଯୁକ୍ତ ହିତାଧିକାରୀ ଯେମିତି ଏହି ଯୋଜନାରୁ ବଞ୍ଚିତ ନହେବେ, ସେ ନେଇ ପ୍ରସ୍ତୁତି ଚାଲିଥିବା କହିଛନ୍ତି ମନ୍ତ୍ରୀ।

ଏହି ଯୋଜନା ଲାଗୁ ହେବା ପରେ ଓଡିଶାର କୌଣସି ବି କାର୍ଡଧାରୀ ଦେଶରେ ଯେଉଁଠି ରହୁଥିଲେ ମଧ୍ୟ କାର୍ଡର ସୁଫଳ ପାଇପାରିବେ। ଏହି ଯୋଜନାରେ ୫ ଲକ୍ଷ ପର୍ଯ୍ୟନ୍ତ ମାଗଣା ଚିକିତ୍ସା ସେବା ରହିଛି। ୭୦ ବର୍ଷରୁ ଅଧିକ ବୟସର ସମସ୍ତ ବରିଷ୍ଠ ନାଗରିକ, ସେମାନଙ୍କର ସାମାଜିକ-ଅର୍ଥନୈତିକ ସ୍ଥିତି ନିର୍ବିଶେଷରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାର ଲାଭ ପାଇବାକୁ ଯୋଗ୍ୟ ହେବେ।

Leave A Reply

Your email address will not be published.