ପ୍ରମୁଖ ଖବର

ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ଏୟାର ଇଣ୍ଡିଆର ଦୁଇ ପାଇଲଟ୍‌ ଡ୍ରଗ୍‌ ଟେଷ୍ଟରେ ପଜିଟିଭ୍‌
ତାମିଲନାଡୁର ଚାଷୀଙ୍କ ପାଇଁ ବଡ଼ ଘୋଷଣା, ୭୫ ହଜାର ପର୍ଯ୍ୟନ୍ତ କୃଷି ଋଣ ସମ୍ପୂର୍ଣ୍ଣ ଛାଡ଼
ତାରାପୀଠ ହୋଟେଲରେ ଭୟାବହ ଅଗ୍ନିକାଣ୍ଡ, ୫ ମୃତ; ୫ ଆହତ
ଅଶୋକ ଧାମ ମନ୍ଦିରରେ ଦଳାଚକଟା, ୭ ଭକ୍ତଙ୍କ ମୃତ୍ୟୁ; ୧୨ ଆହତ
ଏଲପିଜି ଇ-କେୱାଇସିର ଶେଷ ତାରିଖ ବଢ଼ିଲା, ଅଗଷ୍ଟ ୨୩ ପର୍ଯ୍ୟନ୍ତ ସୁଯୋଗ

ଏମକେସିଜିର ବରିଷ୍ଠ ଡାକ୍ତର ବହିଷ୍କୃତ

0

ବ୍ରହ୍ମପୁର: ଏମକେସିଜି ମେଡିକାଲ କଲେଜ ଓ ହସ୍ପିଟାଲର ଜଣେ ପିଜି ଡାକ୍ତରଙ୍କୁ କିଛି ବରିଷ୍ଠ ଡାକ୍ତର ମାଡ ମାରିବା ଏବଂ ଶିଶୁ ବିଭାଗ ମୁଖ୍ୟଙ୍କୁ ଦୁର୍ବ୍ୟବହାର କରିବା ଘଟଣାରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଆକ୍ରମଣରେ ସଂପୃକ୍ତ ଥିବା ଜଣେ ଆସିଷ୍ଟାଣ୍ଟ ପ୍ରଫେସର ଓ ୩ ଜଣ ସିନିୟର୍‌ ରେସିଡେଣ୍ଟଙ୍କୁ ଚାକିରିରୁ ବହିଷ୍କୃତ କରାଯାଇଥିବା ବେଳେ ଜଣେ ପିଜି ଡାକ୍ତରଙ୍କୁ ୬ ମାସ ପାଇଁ ହଷ୍ଟେଲ ମନା ହୋଇଛି। ଚାକିରିରୁ ବହିଷ୍କୃତ ହୋଇଥିବା ଡାକ୍ତର ହେଲେ ଅସ୍ଥିଶଲ୍ୟ ବିଭାଗର ଆସିଷ୍ଟାଣ୍ଟ ପ୍ରଫେସର ଡ଼ା. ପୁରୁଷୋତ୍ତମ ସ୍ବାଇଁ, ଏସ୍‌ଆର ଡ଼ା ଆର୍ଯ୍ୟାନ କୁମାର ମହାନ୍ତି ଓ ଡ଼ା ଚିନ୍ମୟ ପ୍ରଧାନ ଏବଂ ଶଲ୍ୟ ଚିକିତ୍ସା ବିଭାଗର ଏସ୍‌ଆର ଡ଼ା ଯଶୋବନ୍ତ ବିରା। ସେହିପରି ଅସ୍ଥିଶଲ୍ୟ ବିଭାଗ ଦ୍ୱିତୀୟ ବର୍ଷ ପିଜି ଡା ପ୍ରୀୟଜିତ ସାହୁଙ୍କୁ ୬ ମାସ ହଷ୍ଟେଲ ବାରଣ କରାଯାଇଛି।

ସୂଚନାଥାଉକି, ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଶିଶୁ ବିଭାଗର ପିଜି ଡାକ୍ତର ଭି. ରଜନୀକାନ୍ତଙ୍କୁ ଗତ ୨୧ ତାରିଖରେ ପିଜି ହଷ୍ଟେଲ-୩ କୁ ଡାକି ଉପରୋକ୍ତ ଡାକ୍ତରମାନେ ମାଡ଼ ମାରିଥିଲେ। ଏପରିକି ଶିଶୁ ବିଭାଗ ମୁଖ୍ୟ ତଥା ମେଡ଼ିକାଲ କଲେଜ ଉପାଧ୍ୟକ୍ଷ ବୁଝାସୁଝା କରିବାକୁ ଯାଇଥିବା ବେଳେ ଉପରୋକ୍ତ ଡାକ୍ତରମାନେ ତାଙ୍କୁ ଦୁର୍ବ୍ୟବହାର କରିଥିଲେ । ଘଟଣାକୁ ନେଇ କଲେଜ ଏକାଡେମୀକ୍‌ କାଉନସିଲ ବୈଠକ ବସିବା ସହ ସମସ୍ତ ଡାକ୍ତରଙ୍କ ନାଁରେ ବୈଦ୍ୟନାଥପୁର ଥାନାରେ ମାମଲା ରୁଜୁ ହୋଇଥିଲା।

Leave A Reply

Your email address will not be published.