ପ୍ରମୁଖ ଖବର

ଦୁବାଇରୁ ସୁରକ୍ଷିତ ସ୍ୱଦେଶ ଫେରିଲେ ପିଭି ସିନ୍ଧୁ
ହୋଲି ପାଇଁ ମୁତୟନ ହେବେ ୩୦ ପ୍ଲାଟୁନ ଫୋର୍ସ, ୮୫ ସ୍ଥାନରେ ହେବ ଚେକିଂ
ରାଜ୍ୟସଭା ପାଇଁ ସ୍ୱାଧୀନ ପ୍ରାର୍ଥୀ ଭାବେ ଲଢ଼ିବେ ଦିଲୀପ ରାୟ
ମଧ୍ୟପ୍ରାଚ୍ୟରେ ଫସି ଥିବା ଓଡ଼ିଆଙ୍କ ପାଇଁ ଜାରି ହେଲା ହେଲ୍ପଲାଇନ ନମ୍ବର
କେନ୍ଦୁଝର ଜିଲ୍ଲା ଦୌରାଜଜ୍‌ଙ୍କ କୋର୍ଟକୁ ବୋମାରେ ଉଡ଼ାଇ ଦେବାକୁ ଧମକ
ପୂର୍ବତନ କେନ୍ଦ୍ରମନ୍ତ୍ରୀ କେ.ପି ଉନ୍ନିକୃଷ୍ଣନଙ୍କ ପରଲୋକ
ରାଜ୍ୟସଭା ନିର୍ବାଚନ, ପ୍ରାର୍ଥୀ ଘୋଷଣା କଲା ବିଜେପି

୨୦୨୫ରେ ମହିଳାଙ୍କୁ ୩ ଥର ମିଳିବ ସୁଭଦ୍ରା ଟଙ୍କା

0

ଭୁବନେଶ୍ବର: ସୁଭଦ୍ରା ଯୋଜନାକୁ ନେଇ ଆସିଲା ବଡ ଖବର। ‘ସୁଭଦ୍ରା’ ଯୋଜନାକୁ ନେଇ ବଡ଼ ସୂଚନା ଦେଲେ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ନୂଆବର୍ଷରେ ମହିଳାଙ୍କୁ ମିଳିବ ବଡ ଉପହାର। ୨୦୨୫ ମସିହାରେ ମାଆ ମାନଙ୍କୁ ୩ ଥର ମିଳିବ ସୁଭଦ୍ରା ଟଙ୍କା। ଜାନୁଆରୀରେ ପ୍ରଥମ ପର୍ଯ୍ୟାୟରେ ଚତୁର୍ଥ କିସ୍ତି ମିଳିବ। ମାର୍ଚ୍ଚ ୮ ରେ ୨ ୟ ପର୍ଯ୍ୟାୟର ପ୍ରଥମ କିସ୍ତି ମିଳିବ। ରାକ୍ଷୀ ପୂର୍ଣ୍ଣିମାରେ ମଧ୍ୟ ସମସ୍ତ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଟଙ୍କା।

ଜାନୁଆରୀ ପ୍ରଥମ ସପ୍ତାହରେ ପୁରା ସର୍ଭେ ସରିବ। ଆଜି ଆସିବ ଫିଲଡ଼ ରିପୋର୍ଟ। ରିପୋର୍ଟ ଅନୁସାରେ ପଦକ୍ଷେପ ନିଆଯିବ। ଜାନୁଆରୀ ପ୍ରଥମ ସପ୍ତାହରେ ପୁରା ତଥ୍ୟ ସାମ୍ନାକୁ ଆସିବ। କେତେ ଗ୍ରାଉଣ୍ଡ ରିଅଲିଟିରେ ହେଲା ତାହା ମଧ୍ୟ ସ୍ପଷ୍ଟ ହେବ। ସମସ୍ତଙ୍କୁ ସୁଭଦ୍ରା ଯୋଜନାରେ ସାମିଲ କରିବା ପାଇଁ ଆମେ ସମୟ ଏଥିପାଇଁ ନେଉଛୁ ଯେମିତି ସୁଭଦ୍ରା ଯୋଜନାରୁ କେହି ବଞ୍ଚିତ ନହେବେ ସେଥିପ୍ରତି ଗୁରୁତ୍ଵ ଦିଆଯାଉଛି ବୋଲି ପ୍ରଭାତୀ ପରିଡା ସୂଚନା ଦେଇଛନ୍ତି।

ଚଳିତ ମାସ ଡିସେମ୍ବର ୨୫ ତାରିଖରେ ମିଳିବାର ଥିଲା ‘ସୁଭଦ୍ରା’ ଟଙ୍କା। ଏନେଇ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ମଧ୍ୟ ସୂଚନା ଦିଆଯାଇଥିଲା। ମାତ୍ର ଯାଞ୍ଚ ପ୍ରକ୍ରିୟା ଚାଲିଥିବାରୁ ଚତୁର୍ଥ ପର୍ଯ୍ୟାୟ ସ୍ଥଗିତ ରହିଥିଲା। ତେବେ ତୃତୀୟ ପର୍ଯ୍ୟାୟ ସୁଦ୍ଧା ରାଜ୍ୟର ମୋଟ ୮୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ୫ ହଜାର ଟଙ୍କା ଲେଖାଏଁ ପ୍ରଥମ କିସ୍ତି ଅର୍ଥ ପ୍ରଦାନ କରାଯାଇ ସାରିଛି। ଡିସେମ୍ବର ୧ ତାରିଖ ସୁଦ୍ଧା ସୁଭଦ୍ରା ପାଇଁ ମୋଟ ୧ କୋଟି ୫ ଲକ୍ଷ ୩୬ ହଜାର ୬୧୨ ଜଣ ମହିଳା ଆବେଦନ କରିସାରିଛନ୍ତି।

Leave A Reply

Your email address will not be published.