ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

୨୦୨୫ରେ ମହିଳାଙ୍କୁ ୩ ଥର ମିଳିବ ସୁଭଦ୍ରା ଟଙ୍କା

0

ଭୁବନେଶ୍ବର: ସୁଭଦ୍ରା ଯୋଜନାକୁ ନେଇ ଆସିଲା ବଡ ଖବର। ‘ସୁଭଦ୍ରା’ ଯୋଜନାକୁ ନେଇ ବଡ଼ ସୂଚନା ଦେଲେ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ନୂଆବର୍ଷରେ ମହିଳାଙ୍କୁ ମିଳିବ ବଡ ଉପହାର। ୨୦୨୫ ମସିହାରେ ମାଆ ମାନଙ୍କୁ ୩ ଥର ମିଳିବ ସୁଭଦ୍ରା ଟଙ୍କା। ଜାନୁଆରୀରେ ପ୍ରଥମ ପର୍ଯ୍ୟାୟରେ ଚତୁର୍ଥ କିସ୍ତି ମିଳିବ। ମାର୍ଚ୍ଚ ୮ ରେ ୨ ୟ ପର୍ଯ୍ୟାୟର ପ୍ରଥମ କିସ୍ତି ମିଳିବ। ରାକ୍ଷୀ ପୂର୍ଣ୍ଣିମାରେ ମଧ୍ୟ ସମସ୍ତ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଟଙ୍କା।

ଜାନୁଆରୀ ପ୍ରଥମ ସପ୍ତାହରେ ପୁରା ସର୍ଭେ ସରିବ। ଆଜି ଆସିବ ଫିଲଡ଼ ରିପୋର୍ଟ। ରିପୋର୍ଟ ଅନୁସାରେ ପଦକ୍ଷେପ ନିଆଯିବ। ଜାନୁଆରୀ ପ୍ରଥମ ସପ୍ତାହରେ ପୁରା ତଥ୍ୟ ସାମ୍ନାକୁ ଆସିବ। କେତେ ଗ୍ରାଉଣ୍ଡ ରିଅଲିଟିରେ ହେଲା ତାହା ମଧ୍ୟ ସ୍ପଷ୍ଟ ହେବ। ସମସ୍ତଙ୍କୁ ସୁଭଦ୍ରା ଯୋଜନାରେ ସାମିଲ କରିବା ପାଇଁ ଆମେ ସମୟ ଏଥିପାଇଁ ନେଉଛୁ ଯେମିତି ସୁଭଦ୍ରା ଯୋଜନାରୁ କେହି ବଞ୍ଚିତ ନହେବେ ସେଥିପ୍ରତି ଗୁରୁତ୍ଵ ଦିଆଯାଉଛି ବୋଲି ପ୍ରଭାତୀ ପରିଡା ସୂଚନା ଦେଇଛନ୍ତି।

ଚଳିତ ମାସ ଡିସେମ୍ବର ୨୫ ତାରିଖରେ ମିଳିବାର ଥିଲା ‘ସୁଭଦ୍ରା’ ଟଙ୍କା। ଏନେଇ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ମଧ୍ୟ ସୂଚନା ଦିଆଯାଇଥିଲା। ମାତ୍ର ଯାଞ୍ଚ ପ୍ରକ୍ରିୟା ଚାଲିଥିବାରୁ ଚତୁର୍ଥ ପର୍ଯ୍ୟାୟ ସ୍ଥଗିତ ରହିଥିଲା। ତେବେ ତୃତୀୟ ପର୍ଯ୍ୟାୟ ସୁଦ୍ଧା ରାଜ୍ୟର ମୋଟ ୮୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ୫ ହଜାର ଟଙ୍କା ଲେଖାଏଁ ପ୍ରଥମ କିସ୍ତି ଅର୍ଥ ପ୍ରଦାନ କରାଯାଇ ସାରିଛି। ଡିସେମ୍ବର ୧ ତାରିଖ ସୁଦ୍ଧା ସୁଭଦ୍ରା ପାଇଁ ମୋଟ ୧ କୋଟି ୫ ଲକ୍ଷ ୩୬ ହଜାର ୬୧୨ ଜଣ ମହିଳା ଆବେଦନ କରିସାରିଛନ୍ତି।

Leave A Reply

Your email address will not be published.