ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଶ୍ରୀମନ୍ଦିର ସିଂହଦ୍ୱାର ଗୁମୁଟରେ ରୁପା ଛାଉଣୀ କାମ ଆରମ୍ଭ

0

ପୁରୀ: ଆରମ୍ଭ ହେଲା ଶ୍ରୀମନ୍ଦିର ସିଂହଦ୍ୱାର ଗୁମୁଟରେ ରୁପା ଛାଉଣୀ କାମ। ଯମଶିଳା ଉପରି ଭାଗ ପଥର ବନ୍ଧରେ ରୁପା ଛାଉଣୀ କାମ କରାଯାଇଛି । ସେହିପରି ପତିତପାବନଙ୍କ ନିକଟ ପଥର ମଣିବନ୍ଧକୁ ରୁପା ଛାଉଣୀ କରାଯାଇଛି। ପରିଚାଳନା କମିଟି ନିଷ୍ପତ୍ତି ଅନୁସାରେ ରୁପା ଛାଉଣୀ କରାଯାଉଛି । ସିଂହଦ୍ୱାର ଗୁମୁଟ ବନ୍ଦ ଥିବା ବେଳେ ଏହି କାର୍ଯ୍ୟ କରାଯାଇଛି।

ଭକ୍ତଙ୍କ ଦାନ ଅର୍ଥରୁ ମିଳିଥିବା ୩୦୦ କେଜିରୁ ଅଧିକ ରୁପା ବ୍ୟବହାର କରାଯାଇ ମହାପ୍ରଭୁଙ୍କ ରତ୍ନପଲଙ୍କ, ପତିତପାବନ ମନ୍ଦିର, ସିଂହଦ୍ୱାର ଗୁମୁଟର ଦ୍ୱାରବନ୍ଧକୁ ରୂପା ଛାଉଁଣି କରାଯିବ। ଅଣସର ବେଳେ ଅଣସର ଠାକୁର ମହାପ୍ରଭୁ ଯେଉଁ ଖଟରେ ବସୁଛନ୍ତି, ସେ ଖଟ ବି ରୁପା କରିବାକୁ ପ୍ରସ୍ତାବ ରହିଥିଲା। ଏହା ସହ ମହାପ୍ରଭୁଙ୍କ ଚଳନ୍ତି ପ୍ରତୀମା ମଦନମୋହନଙ୍କ ସମେତ ଶ୍ରୀଦେବୀ, ଭୂଦେବୀ ଓ ଅନ୍ୟ ଦେବବେଦୀଙ୍କୁ ମିଶାଇ ୭ଟି ପ୍ରଭା ରୁପାରେ ତିଆରି କରିବାକୁ ପୂର୍ବ ପରିଚାଳନା କମିଟି ନିଷ୍ପତ୍ତି ନିଆଯାଇଥିଲା। ତେବେ ଡିସେମ୍ବର ୨୫ ପୂର୍ବରୁ ଏହି କାମ ଶେଷ କରିବାକୁ ଯୋଜନା କରାଯାଇଥିବା ବେଳେ କାର୍ଯ୍ୟରେ ସାମାନ୍ୟ ବିଳମ୍ବ ହୋଇଛି।

Leave A Reply

Your email address will not be published.