ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ନୂଆବର୍ଷରେ ଜନସମୁଦ୍ର ଶ୍ରୀକ୍ଷେତ୍ର, ବ୍ୟାରିକେଡ୍‌ ଭାଙ୍ଗିଲେଭକ୍ତ

0

ପୁରୀ: ନୂଆବର୍ଷରେ ପୁରୀରେ ଅସମ୍ଭାଳ ଭିଡ଼ ଦେଖିବାକୁ ମିଳିଛି। ଲକ୍ଷାଧିକ ଭକ୍ତଙ୍କ ସମାଗମ ଯୋଗୁ ଠେଲାପେଲା ସ୍ଥିତି ସୃଷ୍ଟି ହୋଇଛି। ଲୋକେ ସିଂହଦ୍ୱାର ସମ୍ମୁଖ ବ୍ୟାରିକେଡ ଭାଙ୍ଗିଛନ୍ତି। ପୋଲିସକୁ ଧକ୍କା ଦେଇ ଶ୍ରୀମନ୍ଦିରକୁ ଧସେଇ ପଶିଛନ୍ତି। ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିର ନିକଟ ଜନସମୁଦ୍ର ପାଲଟିଛି। ରାତି ଅଧରୁ ଶ୍ରଦ୍ଧାଳୁ ଭିଡ଼ ଜମାଇଛନ୍ତି । ଭକ୍ତଙ୍କ ପାଇଁ ରାତି ଅଧରେ ପହଡ଼ ଖୋଲିଥିଲା।
ନୂଆବର୍ଷ ଅବସରରେ ଆଜି ସକାଳୁ ସକାଳୁ ଶ୍ରୀଜିଉଙ୍କୁ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିତରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଥିଲା। ଜନସମୁଦ୍ର ପାଲଟିଥିଲା ବଡ଼ଦାଣ୍ଡ। ଶ୍ରଦ୍ଧାଳୁଙ୍କ ପ୍ରବଳ ସମାଗମକୁ ଦୃଷ୍ଟିରେ ରଖି, ଗତକାଲି ରାତି ସାଢ଼େ ୧୨ରେ ଶ୍ରୀମନ୍ଦିରରେ ଦ୍ବାରଫିଟା ନୀତି ସଂପନ୍ନ ହୋଇ ଦର୍ଶନ ଚାଲିଛି।

ଭକ୍ତଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ମଧ୍ୟ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ଶୃଙ୍ଖଳିତ ଦର୍ଶନ ପାଇଁ ମାର୍କେଟ ଛକ ପର୍ଯ୍ୟନ୍ତ ବ୍ୟାରିକେଡ ବ୍ୟବସ୍ଥା କରାଯାଇଛି। କେବଳ ସିଂହଦ୍ବାର ଦେଇ ଭକ୍ତଙ୍କୁ ମନ୍ଦିର ପ୍ରବେଶ ପାଇଁ ଅନୁମତି ମିଳୁଛ।ଅନ୍ୟ ୩ ଦ୍ୱାର ଦେଇ ପ୍ରସ୍ଥାନ କରିହେବ। ନୂଆବର୍ଷରେ ଅସମ୍ଭାଳ ଭିଡ଼କୁ ଲକ୍ଷ୍ୟ କରି ପୁରୀରେ ୬୦ ପ୍ଲାଟୁନ ଫୋର୍ସ ଓ ୩୫୦ ଅଧିକାରୀ ମୁତୟନ ହୋଇଛନ୍ତି। ଏହାସତ୍ତ୍ୱେ ଏପରି ସ୍ଥିତି ଉପୁଜିବାରୁ ପୁଲିସ୍‌ ମୁତୟନକୁ ଆହୁରି କଡ଼ାକଡ଼ି କରାଯାଇଛି।ଦିବ୍ୟାଙ୍ଗ ଓ ବରିଷ୍ଠ ନାଗରିକଙ୍କୁ ଦର୍ଶନ କରାଇବାକୁ ପ୍ରସ୍ତୁତ ରହିଛନ୍ତି ପୋଲିସର ସ୍ବତନ୍ତ୍ର ଟିମ୍ ଓ ଭଲ୍ୟୁଣ୍ଟିଅର। ନୂଆବର୍ଷ ପାଇଁ ମାର୍କେଟ ଛକଠାରୁ ନୋ ଭେହିକିଲ୍ ଜୋନ୍ କରାଯାଇଛି।

Leave A Reply

Your email address will not be published.