ପ୍ରମୁଖ ଖବର

ଡାକସେବାରେ ବଡ଼ ପରିବର୍ତ୍ତନ: ଅପ୍‌ଗ୍ରେଡ୍ ହେଲା ‘ଡାକ ମିତ୍ର’ ଓ ‘ଡାକ ସେବା’ ଆପ୍‌
ଶିକ୍ଷକ ଦିବସରେ ୨୧ ଉଚ୍ଚଶିକ୍ଷା ଶିକ୍ଷକଙ୍କୁ ଜାତୀୟ ପୁରସ୍କାର ଦେବେ ରାଷ୍ଟ୍ରପତି
ପ୍ରତି ପରିବାରକୁ ବର୍ଷକୁ ୩ ମାଗଣା ଏଲ୍‌ପିଜି ସିଲିଣ୍ଡର, ବିଜୟଙ୍କ ବଡ଼ ଘୋଷଣା
ଇମ୍ରାନଙ୍କ ଚିକିତ୍ସା ପାଇଁ ଏକାଠି ହେଲେ ୨୧ ଜଣ ପୂର୍ବତନ ଅନ୍ତର୍ଜାତୀୟ କ୍ୟାପ୍‌ଟେନ
ପିଆଜ ଦର ନିୟନ୍ତ୍ରଣ ପାଇଁ ସରକାରଙ୍କ ପଦକ୍ଷେପ, ଆଜିଠୁ ଚାଲିବ ‘କାନ୍ଦା ଏକ୍ସପ୍ରେସ’
ଅମରାବତୀ ହସ୍ପିଟାଲ ଏନଆଇସିୟୁରେ ଅଗ୍ନିକାଣ୍ଡ, ୩ ନବଜାତଙ୍କ ମୃତ୍ୟୁ
ଡିଜିଟାଲ ହେବ ଡାକ୍ତରୀ ପ୍ରେସ୍‌କ୍ରିପସନ୍‌, ଲାଗୁ ହେବ ‘ୱାନ୍‌ ନେସନ, ୱାନ୍‌ ହେଲ୍‌ଥ’

୮ ଆଇପିଏସ୍‌ ଅଫିସରଙ୍କୁ ପଦୋନ୍ନତି

0

ଭୁବନେଶ୍ବର: ଓଡିଶାର ୮ ଜଣ ଆଇପିଏସ୍ ଅଫିସରଙ୍କୁ ମିଳିଲା ପଦୋନ୍ନତି। ଏହା ସହ ୩ ଜଣ ଆଇପିଏସ ଅଫିସରଙ୍କୁ ମିଳିଲା ଡିଆଇଜି ପାହ୍ୟା। ୨୦୦୦ ବ୍ୟାଚ୍‌ ଆଇପିଏସ୍ ଅଫିସର ଯତୀନ୍ଦ୍ର କୋୟଲଙ୍କୁ ଏଡିଜି ପାହ୍ୟାକୁ ପଦୋନ୍ନତି ମିଳିଛି। ସେହିପରି କେନ୍ଦ୍ରୀୟ ଡେପୁଟେସନରେ ଥିବା ୨୦୦୦ ବ୍ୟାଚ୍‌ ଆଇପିଏସ୍ ଅଫିସର ପ୍ରତୀକ ମହାନ୍ତଙ୍କୁ ମଧ୍ୟ ଏଡିଜି ପାହ୍ୟାକୁ ପଦୋନ୍ନତି ମିଳିଛି।

ସେହିପରି ଆଇପିଏସ୍ ଅଫିସର ଅବିନାଶ କୁମାର, ସାର୍ଥକ ଷଡ଼ଙ୍ଗୀ ଓ ନିତି ଶେଖରଙ୍କୁ ଆଇଜି ପାହ୍ୟାକୁ ପଦୋନ୍ନତି ମିଳିଛି। ଏହି ତିନି ଜଣ ହେଉଛନ୍ତି ୨୦୦୭ ବ୍ୟାଚ୍‌ର। ଅବିନାଶ କୁମାର ଏବେ ସ୍ପେଶାଲ ଆର୍ମଡ ପୁଲିସର ଡିଆଇଜି ଭାବେ କାର୍ଯ୍ୟ କରୁଥିବା ବେଳେ ସାର୍ଥକ ଷଡ଼ଙ୍ଗୀ ଦକ୍ଷିଣାଞ୍ଚଳ ଡିଆଇଜି ଭାବେ ବ୍ରହ୍ମପୁରରେ ଓ ନୀତି ଶେଖର ଦକ୍ଷିଣ-ପଶ୍ଚିମାଞ୍ଚଳ ଡିଆଇଜି ଭାବେ କୋରାପୁଟରେ କାର୍ଯ୍ୟ କରୁଛନ୍ତି।

ଆଇପିଏସ୍‌ ଅଫିସର ପିନାକ ମିଶ୍ରଙ୍କୁ ଡିଆଇଜି ପାହ୍ୟାକୁ ପଦୋନ୍ନତି ମିଳିଛି। ସେ ୨୦୧୧ ବ୍ୟାଚ୍‌ର। ସେହିପରି ଆଉ ଦୁଇ ଜଣ ଆଇପିଏସ୍ ଅଫିସର ବି. ଯୁଗୋଳ କିଶୋର କୁମାର ଓ ବି. ଗଙ୍ଗାଧରଙ୍କ ମଧ୍ୟ ଡିଆଇଜି ପାହ୍ୟାକୁ ପଦୋନ୍ନତି ମିଳିଛି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

Leave A Reply

Your email address will not be published.