ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

୪ ଜଣଙ୍କୁ ମିଳିବ ଖେଳରତ୍ନ

0

ନୂଆଦିଲ୍ଲୀ: କେନ୍ଦ୍ର ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଗୁରୁବାର ଜାତୀୟ କ୍ରୀଡ଼ା ପୁରସ୍କାର ୨୦୨୪ ଘୋଷଣା କରାଯାଇଛି। ୪ ଜଣ ଖେଳାଳିଙ୍କୁ ଖେଳ ରତ୍ନ ପୁରସ୍କାର ପାଇଁ ମନୋନୀତ କରାଯାଇଛି। ଚଳିତବର୍ଷ ୪ ଖେଳାଳିଙ୍କୁ ମିଳିବ ମେଜର ଧ୍ୟାନଚାନ୍ଦ ଖେଳରତ୍ନ ପୁରସ୍କାର। ବିଶ୍ୱ ଚେସ୍ ଚାମ୍ପିଅନ୍ ଗୁକେଶ, ଭାରତୀୟ ହକି ଦଳର ଅଧିନାୟକ ହରମନପ୍ରୀତ ସିଂ, ପାରା ଅଲିମ୍ପିକ୍ସ ସ୍ୱର୍ଣ୍ଣ ବିଜେତା ପ୍ରବୀଣ କୁମାର ଓ ସୁଟର୍ ମନୁ ଭାକରଙ୍କୁ ଖେଳରତ୍ନ ପ୍ରଦାନ କରାଯିବ। ଜାନୁଆରୀ ୧୭ରେ ରାଷ୍ଟ୍ରପତି ଭବନରେ ସମସ୍ତଙ୍କୁ ସମ୍ମାନିତ କରାଯିବ।

ସେହିପରି ଅର୍ଜୁନ ପୁରସ୍କାର ପାଇଁ ୩୨ ଜଣ ଖେଳାଳିଙ୍କ ନାଁ ଘୋଷଣା କରାଯାଇଛି। ଜାନୁଆରୀ ୧୭ ତାରିଖରେ ରାଷ୍ଟ୍ରପତି ଭବନରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି ସମସ୍ତ କ୍ରୀଡ଼ାବିତମାନଙ୍କୁ ପୁରସ୍କାର ପ୍ରଦାନ କରିବେ।

Leave A Reply

Your email address will not be published.