ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

୪ ଜଣଙ୍କୁ ମିଳିବ ଖେଳରତ୍ନ

0

ନୂଆଦିଲ୍ଲୀ: କେନ୍ଦ୍ର ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଗୁରୁବାର ଜାତୀୟ କ୍ରୀଡ଼ା ପୁରସ୍କାର ୨୦୨୪ ଘୋଷଣା କରାଯାଇଛି। ୪ ଜଣ ଖେଳାଳିଙ୍କୁ ଖେଳ ରତ୍ନ ପୁରସ୍କାର ପାଇଁ ମନୋନୀତ କରାଯାଇଛି। ଚଳିତବର୍ଷ ୪ ଖେଳାଳିଙ୍କୁ ମିଳିବ ମେଜର ଧ୍ୟାନଚାନ୍ଦ ଖେଳରତ୍ନ ପୁରସ୍କାର। ବିଶ୍ୱ ଚେସ୍ ଚାମ୍ପିଅନ୍ ଗୁକେଶ, ଭାରତୀୟ ହକି ଦଳର ଅଧିନାୟକ ହରମନପ୍ରୀତ ସିଂ, ପାରା ଅଲିମ୍ପିକ୍ସ ସ୍ୱର୍ଣ୍ଣ ବିଜେତା ପ୍ରବୀଣ କୁମାର ଓ ସୁଟର୍ ମନୁ ଭାକରଙ୍କୁ ଖେଳରତ୍ନ ପ୍ରଦାନ କରାଯିବ। ଜାନୁଆରୀ ୧୭ରେ ରାଷ୍ଟ୍ରପତି ଭବନରେ ସମସ୍ତଙ୍କୁ ସମ୍ମାନିତ କରାଯିବ।

ସେହିପରି ଅର୍ଜୁନ ପୁରସ୍କାର ପାଇଁ ୩୨ ଜଣ ଖେଳାଳିଙ୍କ ନାଁ ଘୋଷଣା କରାଯାଇଛି। ଜାନୁଆରୀ ୧୭ ତାରିଖରେ ରାଷ୍ଟ୍ରପତି ଭବନରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି ସମସ୍ତ କ୍ରୀଡ଼ାବିତମାନଙ୍କୁ ପୁରସ୍କାର ପ୍ରଦାନ କରିବେ।

Leave A Reply

Your email address will not be published.