ପ୍ରମୁଖ ଖବର

ଆରଟିଓ କାର୍ଯ୍ୟାଳୟରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା କମ୍ପ୍ୟୁଟର ସହ ଗୁରୁତ୍ୱପୂର୍ଣ୍ଣ ଫାଇଲ୍‌
ପୋଷ୍ଟ-ଗ୍ରାଜୁଏଟ୍‌ ଦନ୍ତ ଚିକିତ୍ସକଙ୍କୁ ମାସିକ ୨୦ ହଜାର ଟଙ୍କା ପ୍ରୋତ୍ସାହନ ଘୋଷଣା
+୨ ପରୀକ୍ଷାରେ ବଦଳିବ ନିୟମ, ଏଣିକି ଏକ୍ସ-ରେଗୁଲାର ପରୀକ୍ଷାର୍ଥୀ ଦେବେ ଇଣ୍ଟରନାଲ
ମିଶ୍ରିତ ପେଟ୍ରୋଲ ବିରୋଧରେ ସରକାରଙ୍କ କଡ଼ା ଆକ୍ସନ୍‌, ୨,୫୭୩ ପମ୍ପରେ ବନ୍ଦ ହେଲା ବିକ୍ରି
ଆଘାତ ଯୋଗୁଁ ଏସୀୟ କ୍ରୀଡ଼ାରୁ ବାଦ୍‌ ପଡ଼ିଲେ ନୀରଜ ଚୋପ୍ରା
ଇରାନ ଆମେରିକା ଯୁଦ୍ଧର ପ୍ରଭାବ: ପୁଣି ବଢ଼ିଲା ସିଏନଜି ଦର, ୪ ମାସରେ ୧୦ ଟଙ୍କା ମହଙ୍ଗା

ଡିଜି ପାହ୍ୟାକୁ ପଦୋନ୍ନତି ପାଇଲେ ୩ ଆଇପିଏସ୍‌ ଅଧିକାରୀ

0

ଭୁବନେଶ୍ବର: ରାଜ୍ୟ ସରକାର ନୂଆବର୍ଷରେ ୩ ବରିଷ୍ଠ ଆଇପିଏସ୍‌ଙ୍କୁ ନୂଆ ଉପହାର ଦେଇଛନ୍ତି। ଅର୍ଥାତ୍‌ ୩ ଆଇପିଏସ୍‌ଙ୍କୁ ଡିଜି ପାହ୍ୟାକୁ ସରକାର ପଦୋନ୍ନତି ଦେଇଛନ୍ତି। ୧୯୯୩ ବ୍ୟାଚ୍‌ର ୩ ଆଇପିଏସ୍‌ ବିନୟତୋଷ ମିଶ୍ର, ଆର୍‌ପି କୋଚେ ଏବଂ କେନ୍ଦ୍ରୀୟ ଡେପୁଟେଶନରେ ଥିବା ସୁଶାନ୍ତ ନାଥ ଡିଜି ପାହ୍ୟାକୁ ପଦୋନ୍ନତି ପାଇଛନ୍ତି।

ବିନୟତୋଷ ଏବେ କ୍ରାଇମବ୍ରାଞ୍ଚ ଏଡିଜି ଭାବେ କାର୍ଯ୍ୟ କରୁଥିବାବେଳେ ଆର.ପି କୋଚେ ଗୁଇନ୍ଦା ନିର୍ଦ୍ଦେଶକ ଅଛନ୍ତି। ସୁଶାନ୍ତ କୁମାର ନାଥ କେନ୍ଦ୍ରୀୟ ଡେପୁଟେଶନରେ ଅଛନ୍ତି। ସେ ବିଏସ୍‌ଏଫରେ କାର୍ଯ୍ୟ କରୁଛନ୍ତି। ଏହା ପୂର୍ବରୁ ୨୦୦୦ ବ୍ୟାଚ୍‌ ଆଇପିଏସ୍ ଅଫିସର ଯତୀନ୍ଦ୍ର କୋୟଲ ଓ ପ୍ରତୀକ ମହାନ୍ତଙ୍କୁ ଏଡିଜି ପାହ୍ୟାକୁ ପଦୋନ୍ନତି ମିଳିଥିଲା।

ସେହିପରି ୨୦୦୭ ବ୍ୟାଚ୍‌ର ଆଇପିଏସ୍ ଅଫିସର ଅବିନାଶ କୁମାର, ସାର୍ଥକ ଷଡ଼ଙ୍ଗୀ ଓ ନିତି ଶେଖରଙ୍କୁ ଆଇଜି ପାହ୍ୟାକୁ ଏବଂ ୨୦୧୧ ବ୍ୟାଚ୍‌ର ଆଇପିଏସ୍‌ ଅଫିସର ପିନାକ ମିଶ୍ର, ବି. ଯୁଗୋଳ କିଶୋର କୁମାର ଓ ବି. ଗଙ୍ଗାଧରଙ୍କୁ ଡିଆଇଜି ପାହ୍ୟାକୁ ପଦୋନ୍ନତି ମିଳିଥିଲା।

Leave A Reply

Your email address will not be published.