ପ୍ରମୁଖ ଖବର

ସୋଆର ୨୦ତମ ପ୍ରତିଷ୍ଠା ଦିବସରେ ବିଶ୍ୱବିଦ୍ୟାଳୟର ସଫଳତା, ଉତ୍କର୍ଷ ଓ ଅଗ୍ରଗତିର ସ୍ମୃତିଚାରଣ
ନବମ ଓ ଦଶମ ଶ୍ରେଣୀ ପିଲାଙ୍କ ପାଇଁ କ୍ୟାରିୟର ଗାଇଡାନ୍ସ
ବୋର୍ଡ ପରୀକ୍ଷା ପରେ କେଉଁ କ୍ଷେତ୍ରରେ କ୍ୟାରିୟର ଗଢିବେ ଛାତ୍ରଛାତ୍ରୀ, ସେ ଦିଗରେ ଦିଆଯିବ ପ୍ରଶିକ୍ଷଣ
ଆୟୁଷ୍ମାନ କାର୍ଡରେ ସ୍ବତନ୍ତ୍ର ସୁବିଧା ପାଇବେ କ୍ୟାନସର ରୋଗୀ
କ୍ୟାନସର ଆରୋଗ୍ୟ ଯୋଜନାରେ ମିଳିବ ସୁବିଧା
ଆୟୁଷ୍ମାନ କାର୍ଡରେ ଯୋଡି ହେବ ନୂଆ ୧୨୧ଟି ପ୍ୟାକେଜ
ରାଜ୍ୟ ପାଣ୍ଠିରୁ ଖର୍ଚ୍ଚ ହେବ ଟଙ୍କା, ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା
ପଞ୍ଚାୟତିରାଜ ବିଭାଗ ନାଁରେ ନକଲି ପଦୋନ୍ନତି ଆଦେଶ ଭାଇରାଲ, ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ସରକାର
ଜିପିଡିଓ ଓ ପିଏଙ୍କ ପଦୋନ୍ନତି ନାଁରେ ଘୁରି ବୁଲୁଛି ନକଲି ଆଦେଶ
ଗୃହବିଭାଗକୁ ଏଫ୍‌ଆଇଆର୍‌ ଓ ସାଇବର ତଦନ୍ତ ପାଇଁ ଚିଠି ଲେଖିଲା ପଞ୍ଚାୟତିରାଜ ବିଭାଗ
ଆସନ୍ତାକାଲି ଶ୍ରୀମନ୍ଦିର ରତ୍ନଭଣ୍ଡାର ରତ୍ନ ଅଳଙ୍କାରର ଗଣତି ମଣତି
ପାଠ୍ୟପୁସ୍ତକ ତ୍ରୁଟି ମାମଲା: ଓସେପା ଅଫିସ୍‌ରେ କ୍ରାଇମବ୍ରାଞ୍ଚର ତଦନ୍ତ ଆରମ୍ଭ
ଜଳନ୍ଧରରୁ ୬,୬୦୦ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
ସରିଲା ପ୍ରଥମ ପର୍ଯ୍ୟାୟ +୨ ନାମଲେଖା; ଏବେ ବି ଖାଲି ୨.୧୮ ଲକ୍ଷ ଆସନ
ଆର୍ଯ୍ୟନ୍‌ ଓ ପାଂଶୁଲ ନିଟ୍‌-ୟୁଜି ୨୦୨୬ର ଯୁଗ୍ମ ଟପ୍ପର୍‌, ଓଡ଼ିଶାର ସାତ୍ତ୍ୱିକ ପଟ୍ଟନାୟକଙ୍କ ଅଲ୍ ଇଣ୍ଡିଆ ରାଙ୍କ ୪୦
ଶରଧାବାଲିରେ ଲାଗିଲା ତିନି ରଥ; ଆସନ୍ତାକାଲି ଆଡ଼ପ ମଣ୍ଡପ ବିଜେ କରିବେ ଚତୁର୍ଦ୍ଧା ମୂର୍ତ୍ତି

ଅଦିନିଆ ବର୍ଷାକୁ ପ୍ରାକୃତିକ ବିପର୍ଯ୍ୟୟ ଭାବେ ଘୋଷଣା କଲେ ରାଜ୍ୟ ସରକାର

0

ଭୁବନେଶ୍ବର: ରାଜ୍ୟ ସରକାର ‘ଅଦିନିଆ ବର୍ଷା’କୁ ରାଜ୍ୟ ପ୍ରାକୃତିକ ଦୁର୍ବିର୍ପାକ ଭାବେ ଘୋଷଣା କରିଛନ୍ତି। ଗତମାସରେ ଅଦିନିଆ ବର୍ଷରେ ବ୍ୟାପକ ଫସଲ କ୍ଷୟକ୍ଷତିକୁ ଦୃଷ୍ଟିରେ ରଖି ଚାଷୀଙ୍କୁ ତୁରନ୍ତ କ୍ଷତିପୂରଣ ପ୍ରଦାନ କରିବା ଉଦ୍ଦେଶ୍ୟରେ ରାଜ୍ୟ ସରକାର ଏଭଳି ପଦକ୍ଷେପ ନେଇଛନ୍ତି। କୃଷି ଓଡ଼ିଶା କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଅଦିନିଆ ବର୍ଷାକୁ ପ୍ରାକୃତିକ ବିପର୍ଯ୍ୟୟ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନାର ରିଲିଫ ପାଣ୍ଠିରୁ ସହାୟତା ଦିଆଯିବ। ୩୩ ପ୍ରତିଶତରୁ ଅଧିକ ଫସଲ ନଷ୍ଟ ହୋଇଥିଲେ ସହାୟତା ମିଳିବ। ଅଦିନିଆ ବର୍ଷାରେ ୬ ଲକ୍ଷ ୬୬ ହଜାର ୭ ଶହ ଚାଷୀ କ୍ଷତିଗ୍ରସ୍ତ ହୋଇଛନ୍ତି। ୨ ଲକ୍ଷ ୯୧ ହଜାର ହେକ୍ଟର ଫସଲ କ୍ଷତି ହୋଇଥିବା ବେଳେ ୨୯୧ କୋଟି ସହାୟତା ମିଳିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଭୁବନେଶ୍ୱରର ବରମୁଣ୍ଡା ପଡ଼ିଆଠାରେ ‘କୃଷି ଓଡ଼ିଶା କନକ୍ଲେଭ-୨୦୨୫’କୁ ଉଦଘାଟନ କରି କହିଛନ୍ତି ଯେ, ଗତମାସରେ ଅଦିନିଆ ବର୍ଷାରେ ଯେଉଁ ଚାଷୀମାନଙ୍କର ୩୩ପ୍ରତିଶତରୁ ଅଧିକ ଫସଲ କ୍ଷୟକ୍ଷତି ହୋଇଛି ସେମାନଙ୍କୁ ରାଜ୍ୟ ସରକାରଙ୍କ ରିଲିଫ କୋଡ୍ ପ୍ରାବଧାନ ଆଧାରରେ ସହାୟତା ପ୍ରଦାନ କରାଯିବ। ଅଦିନିଆ ବର୍ଷା ଯୋଗୁଁ ରାଜ୍ୟର ୧୬ଟି ଜିଲ୍ଲା ପ୍ରଭାବିତ ହୋଇଛି। ବର୍ଷା ଯୋଗୁଁ ଧାନ ଓ ଉଦ୍ୟାନ କୃଷି ବ୍ୟାପକ ଭାବେ କ୍ଷୟକ୍ଷତି ହୋଇଛି।

ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ‘ଏହି ପ୍ରାକୃତିକ ବିପର୍ଯ୍ୟୟରେ ୧୬ଟି ଜିଲ୍ଲାର ୬ ଲକ୍ଷ ୬୬ ହଜାର ୭ ଶହ ୨୦ ଜଣ ଚାଷୀ କ୍ଷତିଗ୍ରସ୍ତ ହୋଇଛନ୍ତି। ଏହି ଚାଷୀଙ୍କର ୩୩ ପ୍ରତିଶତରୁ ଅଧିକ ଚାଷ ନଷ୍ଟ ହୋଇଛି। ସେମାନଙ୍କର ୨ ଲକ୍ଷ ୨୬ ହଜାର ୭ ଶହ ୯୧ ହେକ୍ଟର ଜମି ପ୍ରଭାବିତ ହୋଇଛି । ରାଜ୍ୟ ବିପର୍ଯ୍ୟୟ ପାଣ୍ଠିରୁ ଏହାକୁ ଭରଣା କରାଯିବ। ସେଥିପାଇଁ ୨୯୧ କୋଟି ୫୯ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯିବ। କ୍ଷତିଗ୍ରସ୍ତ ହୋଇଥିବା ସମସ୍ତ ଚାଷୀ ଉପକୃତ ହେବେ। ଡିବିଟି ଜରିଆରେ ଏହି ଆର୍ଥିକ ସହାୟତା ପ୍ରଦାନ କରାଯିବ।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି, “ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ପଞ୍ଜିକରଣ କରିଥିବା ଚାଷୀଙ୍କୁ ଆଜିଠାରୁ କ୍ଷତିପୂରଣ ମିଳିବା ଆରମ୍ଭ ହୋଇଛି। ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ୨ ଲକ୍ଷ ୬୧ ହଜାର ଚାଷୀ ଆବେଦନ କରିଛନ୍ତି। ଡିବିଟି ଜରିଆରେ ଏହି ଅର୍ଥ ରାଶି ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଯାଉଛି। କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିବା ପରେ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ବୀମାଭୁକ୍ତ ହୋଇଥିବା ଚାଷୀମାନଙ୍କ ଆବେଦନ ସମୟ ତିନି ଦିନ ବଢା ଯାଇଥିଲା। ଏଥିପାଇଁ ସବୁ ବୀମାଭୁକ୍ତ ଚାଷୀମାନେ ଆବେଦନ କରିବାର ସୁଯୋଗ ପାଇଛନ୍ତି। ୧୫ ଦିନ ଭିତରେ ବୀମା କମ୍ପାନୀ ମାନେ ପଞ୍ଜିକୃତ ଚାଷୀଙ୍କୁ ସହାୟତା ପ୍ରଦାନ କରିବେ। ଯାହାର ଯେତେ କ୍ଷତି ତାକୁ ସେତେ ସହାୟତା ମିଳିବ। ଆକଳନରୁ ବାଦ ପଡ଼ିଥିବା ଚାଷୀଙ୍କୁ ପରବର୍ତ୍ତୀ ସମୟରେ ସାମିଲ କରାଯିବ।

Leave A Reply

Your email address will not be published.