ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

କୁହୁଡ଼ି ପାଇଁ ୪୭୦ ବିମାନ ବିଳମ୍ବିତ

0

ନୂଆଦିଲ୍ଲୀ: ସମଗ୍ର ଉତ୍ତର ଭାରତରେ ପ୍ରବଳ ଶୀତ ଲହର ସାଙ୍ଗକୁ ଜାରି ରହିଛି ଘନ କୁହୁଡି। ରାସ୍ତାଘାଟରେ ଗାଡି ଚଳାଚଳ ସହ ଶହ ଶହ ବିମାନ ଏବଂ ଟ୍ରେନ୍‌ ଚଳାଚଳରେ ବାଧା ସୃଷ୍ଟି ହୋଇଛି। ସୁରକ୍ଷା ଦୃଷ୍ଟିରୁ ଅନେକ ବିମାନ ଓ ଟ୍ରେନ୍‌ ସେବାକୁ ବାତିଲ କରାଯାଇଛି। ଘନ କୁହୁଡ଼ି ଯୋଗୁ ଶୁକ୍ରବାର ସକାଳେ ଦିଲ୍ଲୀ ବିମାନବନ୍ଦରରେ ୪୭୦ ବିମାନ ବିଳମ୍ବିତ ହୋଇଛି।

ଶନିବାର ସକାଳେ ଘନ କୁହୁଡି ଯୋଗୁ ରନୱେ ଦୃଶ୍ୟ ଶୂନ୍ୟ ଥିବାରୁ ଦିଲ୍ଲୀର ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ବିମାନ ଚଳାଚଳ ସାମୟିକ ଭାବେ ସ୍ଥଗିତ ରଖାଯାଇଥିଲା। ଫଳରେ ୨୫୦ରୁ ଅଧିକ ବିମାନ ବିଳମ୍ବ ହୋଇଥିଲା ଏବଂ ପ୍ରାୟ ୪୦ଟି ବିମାନ ବାତିଲ ମଧ୍ୟ କରାଯାଇଛି। ଦିଲ୍ଲୀ ଏୟାରପୋର୍ଟରେ ସ୍ପାଇସ୍‌ଜେଟ, ଇଣ୍ଡିଗୋ ଏବଂ ଏୟାରଇଣ୍ଡିଆର ବିମାନଗୁଡ଼ିକ ପ୍ରଭାବିତ ହୋଇଛି। ଉତ୍ତର ଭାରତର ବିଭିନ୍ନ ସହରକୁ ଟ୍ରେନ୍‌ ଚଳାଚଳ ମଧ୍ୟ ବ୍ୟାହତ ହୋଇଛି। ଦୃଶ୍ୟମାନ ସ୍ଥିତି ଶୂନକୁ ଖସିଯିବାରୁ ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ବିମାନ ଉଡ଼ାଣ ଓ ଅବତରଣରେ ବିଳମ୍ବ ହୋଇଥିଲା।

ପାଣିପାଗ ବିଭାଗ ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟାରେ ଦିଲ୍ଲୀରେ ସର୍ବୋଚ୍ଚ ତାପମାତ୍ରା ୧୬ ଡିଗ୍ରୀ ଏବଂ ସର୍ବନିମ୍ନ ୭.୬ ଡିଗ୍ରୀ ସେଲ୍‌ସିୟସ୍‌ ରେକର୍ଡ କରାଯାଇଛି। ୮ ତାରିଖ ପର୍ଯ୍ୟନ୍ତ ଘନ କୁହୁଡ଼ି ଲାଗିରହିବ ବୋଲି ପୂର୍ବାନୁମାନ କରାଯାଇଛି। ତେଣୁ ଯାତ୍ରୀମାନେ ସଂଶୋଧିତ ବିମାନ ଉଡ଼ାଣ ତଥ୍ୟ ପାଇବା ପାଇଁ ଏୟାରଲାଇନ୍ସ ସହ ଯୋଗାଯୋଗ କରିବାକୁ ପରାମର୍ଶ ଦିଆଯାଇଛି। ଯାତ୍ରୀମାନଙ୍କ ଅସୁବିଧା ପାଇଁ ଦିଲ୍ଲୀ ଇଣ୍ଟରନ୍ୟାଶନାଲ ଏୟାରପୋର୍ଟ ଲିଃ ଗଭୀର ଦୁଃଖପ୍ରକାଶ କରିଛି।

Leave A Reply

Your email address will not be published.