ପ୍ରମୁଖ ଖବର

ଡାକସେବାରେ ବଡ଼ ପରିବର୍ତ୍ତନ: ଅପ୍‌ଗ୍ରେଡ୍ ହେଲା ‘ଡାକ ମିତ୍ର’ ଓ ‘ଡାକ ସେବା’ ଆପ୍‌
ଶିକ୍ଷକ ଦିବସରେ ୨୧ ଉଚ୍ଚଶିକ୍ଷା ଶିକ୍ଷକଙ୍କୁ ଜାତୀୟ ପୁରସ୍କାର ଦେବେ ରାଷ୍ଟ୍ରପତି
ପ୍ରତି ପରିବାରକୁ ବର୍ଷକୁ ୩ ମାଗଣା ଏଲ୍‌ପିଜି ସିଲିଣ୍ଡର, ବିଜୟଙ୍କ ବଡ଼ ଘୋଷଣା
ଇମ୍ରାନଙ୍କ ଚିକିତ୍ସା ପାଇଁ ଏକାଠି ହେଲେ ୨୧ ଜଣ ପୂର୍ବତନ ଅନ୍ତର୍ଜାତୀୟ କ୍ୟାପ୍‌ଟେନ
ପିଆଜ ଦର ନିୟନ୍ତ୍ରଣ ପାଇଁ ସରକାରଙ୍କ ପଦକ୍ଷେପ, ଆଜିଠୁ ଚାଲିବ ‘କାନ୍ଦା ଏକ୍ସପ୍ରେସ’
ଅମରାବତୀ ହସ୍ପିଟାଲ ଏନଆଇସିୟୁରେ ଅଗ୍ନିକାଣ୍ଡ, ୩ ନବଜାତଙ୍କ ମୃତ୍ୟୁ
ଡିଜିଟାଲ ହେବ ଡାକ୍ତରୀ ପ୍ରେସ୍‌କ୍ରିପସନ୍‌, ଲାଗୁ ହେବ ‘ୱାନ୍‌ ନେସନ, ୱାନ୍‌ ହେଲ୍‌ଥ’

ଖାଇକୁ ଖସିଲା ସେନା ଗାଡି; ୪ ଯବାନ ଶହୀଦ୍‌, ୨ ଗୁରୁତର

0

ଜାମ୍ମୁ କାଶ୍ମୀର: ଜାମ୍ମୁ କାଶ୍ମୀରର ବାନ୍ଦିପୋରାରେ ଶନିବାର ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୪ ଯବାନ ଶହୀଦ ହୋଇଥିବା ବେଳେ ୨ ସେନା ଆହତ ହୋଇଥିବା କୁହାଯାଉଛି।। ସମସ୍ତ ଆହତଙ୍କୁ ଚିକିତ୍ସା ପାଇଁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ସେନା ଗାଡ଼ି ଖାଲରେ ପଡ଼ିଯିବାରୁ ଏହି ଦୁର୍ଘଟଣା ଘଟିଛି।

ସୂଚନା ଅନୁଯାୟୀ, ଜାମ୍ମୁ କାଶ୍ମୀରର ବାନ୍ଦିପୋରା ଠାରେ ଶନିବାର ଅପରାହ୍ନରେ ଏହି ଦୁର୍ଘଟଣା ଘଟିଛି। ଖସଡା ରାସ୍ତା ହୋଇଥିବାରୁ ସେନା ଗାଡି ଖାଇକୁ ଖସି ପଡିଥିବା କୁହାଯାଉଛି। ରାସ୍ତା କଡ଼ରେ ଥିବା ଖାଲରେ ପଡ଼ିଯିବା ପରେ ସେନା ଗାଡ଼ି ସମ୍ପୂର୍ଣ୍ଣ ଭାଙ୍ଗିରୁଜି ନଷ୍ଟ ହୋଇଯାଇଥିଲା। ଘଟଣାସ୍ଥଳରେ ସ୍ଥାନୀୟ ଲୋକ ଏବଂ ସୁରକ୍ଷା ବାହିନୀର ଏକ ଟିମ୍‌କୁ ଦେଖିବାକୁ ମିଳିଥିଲା।

ଡାକ୍ତରଖାନାର ମେଡିକାଲ ଅଧୀକ୍ଷକ ଡାକ୍ତର ମସରତ ଇକବାଲ ୱାନି କହିଛନ୍ତି ଯେ ୬ ଆହତଙ୍କୁ ମେଡିକାଲ ଅଣାଯାଇଥିଲା, ସେଥିମଧ୍ୟରୁ ୪ ଜଣେ ମୃତ, ୨ ଆହତଙ୍କ ଅବସ୍ଥା ଗୁରୁତର ଏବଂ ସେମାନଙ୍କୁ ଅଧିକ ଚିକିତ୍ସା ପାଇଁ ଶ୍ରୀନଗରକୁ ପଠାଯାଇଛି। ଦୁର୍ଘଟଣା ପରେ ସୁରକ୍ଷା ବାହିନୀର ବରିଷ୍ଠ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚି ଡାକ୍ତରଖାନାରେ ପହଞ୍ଚିଥିଲେ।

Leave A Reply

Your email address will not be published.