ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

୯ ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ

0

ଭୁବନେଶ୍ବର: ଶୁକ୍ରବାର ରାଜ୍ୟ କ୍ୟାବିନେଟ ୯ଟି ଗୁରୁତ୍ଵପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ‘ସୁଭଦ୍ରା’ ଆବେଦନକୁ ନେଇ ରାଜ୍ୟ କ୍ୟାବିନେଟରେ ବଡ଼ ନିଷ୍ପତ୍ତି। ଏଣିକି ୨ଟି କିସ୍ତି ଏକାଠି ମିଳିବ। ରାଜ୍ୟ କ୍ୟାବିନେଟରେ ବିଭିନ୍ନ ବିଭାଗର ୯ଟି ପ୍ରସ୍ତାବକୁ ମୋହର ବାଜିଛି। ସୁଭଦ୍ରା ସହ ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାକୁ କ୍ୟାବିନେଟ ଅନୁମୋଦନ ମିଳିଛି। ଏଥିପାଇଁ ୫ ବର୍ଷରେ ୭୫୦ କୋଟି ଟଙ୍କା ଖର୍ଚ୍ଚ ହେବ।

୮୦ ବର୍ଷରୁ ଅଧିକ ବୟସ୍କ ଏବଂ ୮୦ ପ୍ରତିଶତରୁ ଅଧିକ ଭିନ୍ନକ୍ଷମଙ୍କ ଭତ୍ତା ବୃଦ୍ଧି କରାଯାଇଥିବାବେଳେ ସୁଭଦ୍ରା ହିତାଧିକାରୀମାନଙ୍କୁ ୨୦୨୪ର ୨ଟି କିସ୍ତି ଅର୍ଥ ଏକକାଳୀନ ପ୍ରଦାନ କରାଯିବାକୁ ନିଷ୍ପତ୍ତି ହୋଇଛି। ସେହିପରି ପିଏମ ସୂର୍ଯ୍ୟଘର ଯୋଜନାରେ ସୋଲାର ପ୍ୟାନେଲ ପ୍ରକଳ୍ପ ସ୍ଥାପନ କଲେ ହିତାଧିକାରୀଙ୍କୁ ସବସିଡି ପ୍ରଦାନ କରାଯିବ ବୋଲି ମଧ୍ୟ ନିଷ୍ପତ୍ତି ହୋଇଛି। ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର-ମାଗଣା ବିଜୁଳି ଯୋଜନା ପାଇଁ ୩୦ ହଜାର ଟଙ୍କା କେନ୍ଦ୍ର ସରକାର ସବସିଡି ଦେଉଥିବାବେଳେ ରାଜ୍ୟ ସରକାର ୨୫ ହଜାର ଟଙ୍କା ଅତିରିକ୍ତ ସବସିଡି ଦେବେ ବୋଲି ରାଜ୍ୟ କ୍ୟାବିନେଟରେ ନିଷ୍ପତ୍ତି ହୋଇଛି ।

ସେହିପରି ମଧୁବାବୁ ଭତ୍ତା ଯୋଜନା ଏବଂ ଜାତୀୟ ସାମାଜିକ ସୁରକ୍ଷା କାର୍ଯ୍ୟକ୍ରମ ଅଧିନର ୮୦ ବର୍ଷ କିମ୍ବା ତା’ଠୁ ବୟସ୍କ ଭତ୍ତା ହିତାଧିକାରୀ ଏବଂ ଶତକଡ଼ା ୮୦ ପ୍ରତିଶତ କିମ୍ବା ତା’ଠୁ ଅଧିକ ଭିନ୍ନକ୍ଷମ ଥିବା ହିତାଧିକାରୀଙ୍କ ଭତ୍ତା ରାଶି ୩ ହଜାର ୫ଶହ ଟଙ୍କାକୁ ବୃଦ୍ଧି କରାଯାଇଛି । ଏହା ଚଳିତ ମାସରୁ ହିଁ ଲାଗୁ ହେବ ବୋଲି ନିଷ୍ପତ୍ତି ନିଆଯାଇଛି ।

ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗୀ ଯନ୍ତ୍ରପାତି ଯୋଜନା ୨୦୨୧-୨୨ରୁ ୨୫-୨୬ ୫ ବର୍ଷ ପାଇଁ ୮୭୪ କୋଟି ଟଙ୍କା ଅନୁମୋଦନ ହୋଇଛି। ଏହା କୃଷି ଉଦ୍ୟୋଗୀଙ୍କୁ ସବସିଡି ଆକାରରେ ଦିଆଯିବ। ରାଜ୍ୟ ଯୋଗାଣ ନିଗମ ଧାନ କିଣା ପାଇଁ ୧୭ ହଜାର ୫୦୦ କୋଟି ଟଙ୍କା ଋଣ କରିବା ପାଇଁ କ୍ୟାବିନେଟ୍ ଅନୁମୋଦନ କରିଛନ୍ତି। ଏଥି ପାଇଁ ରାଜ୍ୟ ସରକାର ଗ୍ୟାରେଣ୍ଟି ରହିବେ।

Leave A Reply

Your email address will not be published.