ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

ବାଣ କାରଖାନାରେ ବିସ୍ଫୋରଣ: ୬ ଜୀବନ୍ତ ଦଗ୍ଧ

0

ତାମିଲନାଡୁ: ତାମିଲନାଡୁର ବିରୁଧୁନଗର ଜିଲ୍ଲାରେ ଥିବା ଏକ ବାଣ ତିଆରି କାରଖାନାରେ ବିସ୍ଫୋରଣ ଘଟି ୬ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ବାଣ କାରଖାନାରେ କାମ ଚାଲିଥିବା ବେଳେ ରାସାୟନିକ ପଦାର୍ଥ ମିଶ୍ରଣ ପ୍ରକ୍ରିୟା ସମୟରେ ଏହି ବିସ୍ଫୋରଣ ଘଟିଥିଲା। ବିସ୍ଫୋରଣ ଏତେ ଭୟାନକ ଥିଲାଯେ ଅନେକ କୋଠରୀ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିଲା। ଖବର ପାଇ ଅଗ୍ନିଶମ ଓ ଉଦ୍ଧାର ବିଭାଗର ଗାଡ଼ି ଘଟଣାସ୍ଥଳରେ ପହଞ୍ଚିଥିଲା। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଚଳାଇଛି। ଏହି କାରଖାନାର ୩୫ଟି କୋଠରୀରେ ୮୦ରୁ ଅଧିକ ଶ୍ରମିକ କାମ କରନ୍ତି।

ଆପ୍ପାନାୟକନାପଟ୍ଟି ପଞ୍ଚାୟତ ଅନ୍ତର୍ଗତ ବୋମାୟାପୁରମ୍ ଗ୍ରାମରେ ଥିବା ଏହି ବାଣ କାରଖାନା ବାଲାଜୀ ନାମକ ଜଣେ ବ୍ୟକ୍ତିଙ୍କ ଦ୍ୱାରା ପରିଚାଳିତ ହେଉଛି। କାରଖାନାରେ କାମ ଚାଲିଥିବା ବେଳେ ଶ୍ରମିକମାନେ ନିଜ ନିତିଦିନିଆ କାର୍ଯ୍ୟରେ ନିୟୋଜିତ ଥିବା ବେଳେ ଏହି ଘଟଣା ଘଟିଛି। ବିସ୍ଫୋରଣରେ ଭେଲମୁରୁଗାନ, ନାଗରାଜ, କାନନ, କାମରାଜ, ଶିବକୁମାର ଓ ମୀନାକ୍ଷୀ ସୁନ୍ଦରମ୍ ଦଗ୍ଧ ହୋଇ ପ୍ରାଣ ହରାଇଛନ୍ତି। ସେହିପରି ଅନ୍ୟ ଜଣେ ବ୍ୟକ୍ତିଙ୍କୁ ଗୁରୁତର ଅବସ୍ଥାରେ ବିରୁଦ୍ଧନଗରସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

Leave A Reply

Your email address will not be published.