ପ୍ରମୁଖ ଖବର

ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ, ଅଳ୍ପକେ ବର୍ତ୍ତିଲେ ମନ୍ତ୍ରୀ
ୟୁନିଟ୍-୧ ହାଟରେ ଲାଗିବ ଅତ୍ୟାଧୁନିକ ଫାୟାର ଫାଇଟିଂ ସିଷ୍ଟମ, ଅଗ୍ନିକାଣ୍ଡ ରୋକିବାକୁ ବିଏମସିର ମେଗା ପ୍ଲାନ
ଆଇଏସ୍‌ଆଇ ସହ ଲିଙ୍କ୍‌: ଦିଲ୍ଲୀରେ ଆଉ ୫ ଆତଙ୍କବାଦୀ ଗିରଫ
ପ୍ରବଳ ଖରା ପାଇଁ ଖୋର୍ଦ୍ଧାରେ ୧୯ରୁ ୨୫ ଜୁନ୍ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ
ଦୀର୍ଘକାଳୀନ ଅନୁପସ୍ଥିତ ଡାକ୍ତରଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
୨୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ ଡେଲାଙ୍ଗ ଫରେଷ୍ଟର୍
ବିଜେପି ନେତାଙ୍କ ସହ ୩ ଜଣଙ୍କୁ ଜୀଅନ୍ତା ପୋଡ଼ିଦେଲେ ଦୁର୍ବୃତ୍ତ

ବାଣ କାରଖାନାରେ ବିସ୍ଫୋରଣ: ୬ ଜୀବନ୍ତ ଦଗ୍ଧ

0

ତାମିଲନାଡୁ: ତାମିଲନାଡୁର ବିରୁଧୁନଗର ଜିଲ୍ଲାରେ ଥିବା ଏକ ବାଣ ତିଆରି କାରଖାନାରେ ବିସ୍ଫୋରଣ ଘଟି ୬ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ବାଣ କାରଖାନାରେ କାମ ଚାଲିଥିବା ବେଳେ ରାସାୟନିକ ପଦାର୍ଥ ମିଶ୍ରଣ ପ୍ରକ୍ରିୟା ସମୟରେ ଏହି ବିସ୍ଫୋରଣ ଘଟିଥିଲା। ବିସ୍ଫୋରଣ ଏତେ ଭୟାନକ ଥିଲାଯେ ଅନେକ କୋଠରୀ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିଲା। ଖବର ପାଇ ଅଗ୍ନିଶମ ଓ ଉଦ୍ଧାର ବିଭାଗର ଗାଡ଼ି ଘଟଣାସ୍ଥଳରେ ପହଞ୍ଚିଥିଲା। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଚଳାଇଛି। ଏହି କାରଖାନାର ୩୫ଟି କୋଠରୀରେ ୮୦ରୁ ଅଧିକ ଶ୍ରମିକ କାମ କରନ୍ତି।

ଆପ୍ପାନାୟକନାପଟ୍ଟି ପଞ୍ଚାୟତ ଅନ୍ତର୍ଗତ ବୋମାୟାପୁରମ୍ ଗ୍ରାମରେ ଥିବା ଏହି ବାଣ କାରଖାନା ବାଲାଜୀ ନାମକ ଜଣେ ବ୍ୟକ୍ତିଙ୍କ ଦ୍ୱାରା ପରିଚାଳିତ ହେଉଛି। କାରଖାନାରେ କାମ ଚାଲିଥିବା ବେଳେ ଶ୍ରମିକମାନେ ନିଜ ନିତିଦିନିଆ କାର୍ଯ୍ୟରେ ନିୟୋଜିତ ଥିବା ବେଳେ ଏହି ଘଟଣା ଘଟିଛି। ବିସ୍ଫୋରଣରେ ଭେଲମୁରୁଗାନ, ନାଗରାଜ, କାନନ, କାମରାଜ, ଶିବକୁମାର ଓ ମୀନାକ୍ଷୀ ସୁନ୍ଦରମ୍ ଦଗ୍ଧ ହୋଇ ପ୍ରାଣ ହରାଇଛନ୍ତି। ସେହିପରି ଅନ୍ୟ ଜଣେ ବ୍ୟକ୍ତିଙ୍କୁ ଗୁରୁତର ଅବସ୍ଥାରେ ବିରୁଦ୍ଧନଗରସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

Leave A Reply

Your email address will not be published.