ପ୍ରମୁଖ ଖବର

ଅକ୍ଟୋବର-ଡିସେମ୍ବରରେ ବଢ଼ିପାରେ ରେପୋ ରେଟ୍‌, ମହଙ୍ଗା ତେଲ ନେଇ ଚିନ୍ତା
ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି, ବିଶ୍ୱ ମଞ୍ଚରେ ଓଡ଼ିଶାର ସ୍ୱାଦ
ନୂଆଦିଲ୍ଲୀରେ ବିଶ୍ୱ ନେତାଙ୍କ ସମାଗମ, ଆରମ୍ଭ ହେଲା ୧୮ତମ ବ୍ରିକ୍ସ ଶିଖର ସମ୍ମିଳନୀ
ଦିଲ୍ଲୀର ନିର୍ମାଣ ଶ୍ରମିକଙ୍କୁ ମିଳିବ ମାଗଣା ଚିକିତ୍ସା, ସ୍ୱାସ୍ଥ୍ୟ ଯୋଜନାକୁ ଉପରାଜ୍ୟପାଳଙ୍କ ମଞ୍ଜୁରି
ଦିଲ୍ଲୀର ନେତା-ଅଧିକାରୀଙ୍କ ସମ୍ପତ୍ତି ସାର୍ବଜନୀନ କରାଯାଉ: କିରଣ ବେଦୀ

ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ହେଲେ ମନୋଜ ସାହୁ

0

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ ସଚିବ ଭାବେ ଶନିବାର ମନୋଜ ସାହୁ ନିଯୁକ୍ତ ହୋଇଛନ୍ତି। ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ତେବେ ଅରିନ୍ଦମ ଡାକୁଆଙ୍କ ସ୍ଥାନରେ ମନୋଜଙ୍କୁ ନିଯୁକ୍ତି ମିଳିଛି। ଇଣ୍ଟର କ୍ୟାଡର ଡେପୁଟେଶନରେ ଆସିଛନ୍ତି ମନୋଜ।

୨୦୦୬ ବ୍ୟାଚ୍‌ର ଆଇଏଏସ୍‌ ମନୋଜ ଅରୁଣାଚଳ ପ୍ରଦେଶ, ଗୋଆ, ମିଜୋରାମ ଏବଂ କେନ୍ଦ୍ରଶାସିତ ଅଞ୍ଚଳର କ୍ୟାଡର୍‌ ଅଧିକାରୀ। ମନୋଜ ଜଗତସିଂହପୁର ଜିଲା ବାଲିକୁଦା ବ୍ଲକର ସିଙ୍ଗାରପୁର ଗ୍ରାମର ବାସିନ୍ଦା। ସେ ବିଭିନ୍ନ ସମ୍ବେଦନଶୀଳ ଜିଲାରେ ଜିଲାପାଳ, କେନ୍ଦ୍ର ଜଳ ଶକ୍ତି ମନ୍ତ୍ରଣାଳୟରେ ହର ଘର୍ ଜଲ୍‌ରେ କାମ କରି ଖୁବ୍ ପ୍ରଶଂସିତ ହୋଇଛନ୍ତି।

Leave A Reply

Your email address will not be published.